Posted inଜାତୀୟ

୭୫୦୦ତମ ଜନଔଷଧି କେନ୍ଦ୍ର ଲୋକାର୍ପିତ

ନୂଆଦିଲ୍ଲୀ,୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୭୫୦୦ତମ ଜନଔଷଧି କେନ୍ଦ୍ରକୁ ରବିବାର ଲୋକାର୍ପିତ କରିଛନ୍ତି। ଏହି କେନ୍ଦ୍ର ମେଘାଳୟର ଶିଲଂର ନର୍ଥ ଇଷ୍ଟର୍ନ ଇନ୍ଦିରା ଗାନ୍ଧୀ ରିଜିଓନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ହେଲଥ୍‌ ଆଣ୍ଡ୍‌ ମେଡ଼ିକାଲ ସାଇନ୍ସ୍‌ଠାରେ ରହିଛି। ମାର୍ଚ୍ଚ ୭ ଜନଔଷଧି ଦିବସ ସମାରୋହରେ ଭିଡ଼ିଓ କନଫରେନ୍ସିଂରେ ଯୋଗଦେଇ ମୋଦି କହିଛନ୍ତି ଯେ, ଏସବୁ କେନ୍ଦ୍ର ମାଧ୍ୟମରେ ଦେଶର ସାଧାରଣ ଜନତାଙ୍କୁ ସୁଲଭ ଦାମରେ ଉଚ୍ଚଗୁଣବତ୍ତାଯୁକ୍ତ ଔଷଧ ଯୋଗାଇ ଦିଆଯାଉଛି। ଏହାଦ୍ୱାରା ଗରିବ ଏବଂ ମଧ୍ୟବିତ୍ତ ବର୍ଗ ଅଧିକ ଉପକୃତ ହୋଇପାରୁଥିବା ସେ କହିଛନ୍ତି। ଜନଔଷଧି କେନ୍ଦ୍ର ଖୋଲିବା ଯୋଗୁ ବହୁ ଯୁବବର୍ଗଙ୍କ ଆର୍ଥିକ ବିକାଶ ସମ୍ଭବ ହୋଇପାରିଛି। ଇତିମଧ୍ୟରେ ୧୧ କୋଟିରୁ ଅଧିକ ସାନିଟାରୀ ପ୍ୟାଡ୍‌ ଏସବୁ କେନ୍ଦ୍ର ଦ୍ୱାରା ବିକ୍ରି ହୋଇଛି। ୧,୦୦୦ରୁ ଅଧିକ ଜନଔଷଧି କେନ୍ଦ୍ର ମହିଳାଙ୍କ ପରିଚାଳିତ ହେଉଥିବା ନେଇ ସେ ସୂଚନା ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏସବୁ କେନ୍ଦ୍ରରୁ ଔଷଧ କିଣିଥିବା ଲୋକଙ୍କ ସହିତ ମଧ୍ୟ ଆଲୋଚନ କରିଛନ୍ତି। କରୋନା ମହାମାରୀ ଲଢ଼େଇରେ ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଭାରତୀୟ ଟିକା ଏବେ ପୃଥିବୀରେ ପ୍ରସିଦ୍ଧି ହାସଲ କରିପାରିଥିବା ସେ କହିଛନ୍ତି। ଖୁବ୍‌ ଶୀଘ୍ର ଦେଶରେ ଜନଔଷଧି କେନ୍ଦ୍ର ସଂଖ୍ୟା ୧୦ ହଜାର ଛୁଇଁବ ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?