Posted inରାଜ୍ୟ

ସ୍ବର୍ଣ୍ଣ ବିଜେତା ଅଶ୍ୱତ୍ଥଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ବ୍ୟୁରୋ): ରୁଷିଆସ୍ଥିତ କାଜାନ୍‌ରେ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିବା ଏସ୍‌. ଅଶ୍ୱତ୍ଥ ନାରାୟଣଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବର୍ଦ୍ଧିତ କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନାରାୟଣଙ୍କୁ ୧୦ ଲକ୍ଷ ଟଙ୍କା ପୁରସ୍କାର ଦିଆଯାଇଛି। ଏଥିସହିତ ତାଙ୍କ ପ୍ରଶିକ୍ଷକ ରଜତ କୁମାର ସାମନ୍ତରାୟଙ୍କୁ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଅଶ୍ୱତ୍ଥ ବୈଷୟିକ ଶିକ୍ଷା ଗ୍ରହଣ କରୁଥିବା ସି.ଭି. ରମଣ କଲେଜ ଅଫ୍‌ ଇଞ୍ଜିନିୟରିଂ ପାଇଁ ୫ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରାଯାଇଛି। ଏହି ଅର୍ଥରେ ସେଠାରେ ବିଜୁ ପଟ୍ଟନାୟକ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ପ୍ରତିଷ୍ଠା କରାଯିବ। ଏହି ଉତ୍ସବରେ ଉପସ୍ଥିତ ଥିବା ସେହି ବୈଷୟିକ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ସଞ୍ଜୀବ ରାଉତ, ପ୍ରଶିକ୍ଷକ ରଜତ କୁମାର ଏବଂ ଅନ୍ୟ ଦୁଇ ପ୍ରତିଯୋଗୀ(ଜେନୋଫୋନ୍‌ ଦାସ ଏବଂ ଅବିନାଶ ସ୍ବାଇଁ)ଙ୍କୁ ମଧ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦକ୍ଷତାକୁ ଆୟୁଧ କରି ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଯୁବବର୍ଗଙ୍କ ପାଇଁ ଅଶ୍ୱତ୍ଥ ପ୍ରକୃତ ରୋଲ୍‌ ମଡେଲ। ତାଙ୍କୁ ବିଶ୍ୱ ଦରବାରରେ ମିଳିଥିବା ଏହି ସମ୍ମାନ ଓଡ଼ିଶାରେ ଦକ୍ଷତା ବିକାଶ କ୍ଷେତ୍ରରେ ଯୁବଗୋଷ୍ଠୀଙ୍କୁ ପ୍ରେରଣା ଯୋଗାଇବ। ସେହିପରି ରାଜ୍ୟର ବିଭିନ୍ନ ଆଇଟିଆଇ, ପଲିଟେକ୍‌ନିକ ଏବଂ ଅନ୍ୟ ଦକ୍ଷତା ପ୍ରଶିକ୍ଷଣ ସଂସ୍ଥାର ଛାତ୍ରୀଛାତ୍ରଗଣ ୨୦୨୧ରେ ହେବାକୁ ଥିବା ଇଣ୍ଡିଆ ସ୍କିଲ୍ସ ଏବଂ ୱାଲର୍‌ଡ ସ୍କିଲ୍ସରେ ଭାଗ ନେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି ଉତ୍ସବରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତ ବାଗଚୀ, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


All Right Reserved By Dharitri.Com

ଗୁଣି ଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ନିର୍ମମ ହତ୍ୟା, କୁଡ଼ିଆରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ବଣାଇଁ,୯।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଲହୁଣିପଡ଼ା ଥାନା କୁଳିପୋଷ ଗ୍ରାମ ସଲଗ୍ନ ଶାଗୁଳିହୁଡ଼ି, ଖଡ଼ିଆମୁଣ୍ଡା ଜଙ୍ଗଲରେ ରହୁଥିବା ଜଣେ ବୃଦ୍ଧଙ୍କୁ ମଙ୍ଗଳବାର ରାତିରେ ନିର୍ମମ...

କୋର୍ଟ ରୁମ୍‌ରେ ଧସେଇ ପଶିଲେ ଲୋକେ

ଅନୁଗୋଳ ଅଫିସ, ୩୦।୭ ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ କୋର୍ଟରୁମ୍‌ରେ ସୋମବାର ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ହେଲେ ନିର୍ଦ୍ଧାରିତ ସମୟର ବହୁ ବିଳମ୍ବରେ ଶିବିର...

ଅବକାରୀ ମନ୍ତ୍ରୀଙ୍କ ଯାଜପୁର ଗସ୍ତ, ବିଭାଗୀୟ କାର୍ଯ୍ୟର ସମୀକ୍ଷା: ଚୋରା, ବିଷାକ୍ତ ମଦ ବିକ୍ରି ରୋକିବାକୁ ନିର୍ଦ୍ଦେଶ

ଯାଜପୁର ଟାଉନ,୪ା୧(ଡିଏନଏ): ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଯାଜପୁର ଜିଲା ଗସ୍ତରେ ଆସି ବିଭାଗୀୟ କାର୍ଯ୍ୟଗୁଡିକର ସମୀକ୍ଷା କରିଛନ୍ତି। ଜିଲାପାଳଙ୍କ...

୧୯ରେ ଭଙ୍ଗାଯିବ ମେଘନାଦ ପାଚେରିକୁ ଲାଗି ରହିଥିବା ବେଆଇନ କୋଠା: ଆସିଲା କଣ୍ଟେନର; ଚାଲିବ ସୂଚନା କେନ୍ଦ୍ର, ପୋଲିସ ଫାଣ୍ଡି

ପୁରୀ ଅଫିସ,୧୮।୮: ମେଘନାଦ ପାଚେରି ଚତୁଃପାର୍ଶ୍ୱକୁ ମୁକ୍ତ ରଖିବା ଲାଗି ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ମେଘନାଦ ପାଚେରିକୁ ଲାଗି ରହିଥିବା ବେଆଇନ କୋଠା ଆସନ୍ତା...

ଜେନାପୁର ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଜିଲାପାଳଙ୍କ ଅଫିସ ଆଗରେ ଆମରଣ ଅନଶନ

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଜେନାପୁର ଡାକ୍ତରଖାନା ସ୍ବାସ୍ଥ୍ୟାବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ପ୍ରଶାସନ ପାଖରେ ଦାବି ରଖିଥିଲେ...

ଆଜି ନବଯୌବନ ଦର୍ଶନ

ପୁରୀ ଅଫିସ, ୨।୭ ଶେଷ ହୋଇଛି ମହାପ୍ରଭୁଙ୍କ ୧୪ ଦିନର ଅଣସର। ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ମଧ୍ୟାହ୍ନରେ...

ଗୋପାଳପୁର ବେଳାଭୂମି ମହୋତ୍ସବ ଉଦ୍‌ଘାଟିତ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ, ୨୪।୧୨- ଗୋପାଳପୁର ବେଳାଭୂମି ପରିସରରେ ଆୟୋଜିତ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ୫ ଦିନଧରି ଚାଲିବାକୁ ଥିବା ଏହି ମହୋତ୍ସବକୁ...

ଡ୍ରାଇଭିଂ ଲାଇସେନ୍ସ ଆଳରେ ଅନ୍‌ଲାଇନ ଠକେଇ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଲାଗୁହେବା ପରଠାରୁ ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ିର ଅନ୍ୟାନ୍ୟ କାଗଜପତ୍ର ପାଇଁ ଆର୍‌ଟିଓ ଅଫିସରେ ଲୋକଙ୍କ ଭିଡ଼ ଜମୁଛି।...

Leave a comment

Your email address will not be published. Required fields are marked *