ରାଜ୍ୟରେ ନିଯୁକ୍ତି ପାଇବେ ୭,୫୪୦ ଶିକ୍ଷୟିତ୍ରୀ-ଶିକ୍ଷକ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟର ୪,୮୪୮ଟି ସରକାରୀ ହାଇସ୍କୁଲରେ ନିଯୁକ୍ତି ପାଇବେ ୭,୫୪୦ ଶିକ୍ଷୟିତ୍ରୀ ଓ ଶିକ୍ଷକ। ଏନେଇ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଓଡିଶା ଷ୍ଟାଫ ସିଲେକ୍ସନ କମିଶନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ସରକାରୀ ହାଇସ୍କୁଲର ଶିକ୍ଷକ ପଦବୀ ପୂରଣ ହୋଇପାରିବ। ଟିଜିଟି (କଳା), ଟିଜିଟି (ପିସିଏମ୍‌ ଓ ସିବିଜେଡ୍‌), ସଂସ୍କୃତ, ହିନ୍ଦୀ, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ପାଇଁ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ଜଣାପଡ଼ିଛି। ତେବେ ୨୦୨୧-୨୨ ବର୍ଷରେ ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଅଧିକ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟରେ ନିଯୁକ୍ତ କରାଯାଇଥିଲା।