୪ ମାସ ଦରମା ପାଇ ନ ଥିବା ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ବରିଷ୍ଠ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ୍‌,୨୦।୫: ଭାରତ ସଞ୍ଚାର ନିଗମ ଲିମିଟେଡ୍‌(ବିଏସ୍‌ଏନ୍‌ଏଲ୍‌)ରେ ଠିକା ଏବଂ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଗତ ୪ ମାସ ହେଲା ଦରମା ମିଳି ନ ଥିବା ନେଇ ବାରମ୍ବାର ଉଚ୍ଚ କର୍ତ୍ତୃପକ୍ଷ ନିକଟରେ ଅଭିଯୋଗ ହୋଇଛି। ମାତ୍ର ଏ ନେଇ କୌଣସି ସୁଫଳ ନ ମିଳିବାରୁ ସୋମବାର ବିଏସ୍‌ଏନ୍‌ଏଲ୍‌ କାଜୁଆଲ୍‌ କର୍ମଚାରୀ ସଂଘର ଆହ୍ବାନରେ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି ।
କର୍ମଚାରୀଙ୍କ ଅଭିଯୋଗ ଅନୁଯାୟୀ, ସେମାନେ ବିଭିନ୍ନ ଠିକା ସଂସ୍ଥା ଅଧୀନରେ ବିଏସ୍‌ଏନ୍‌ଏଲ୍‌ରେ ଦୀର୍ଘ ବର୍ଷ ହେଲା କାର୍ଯ୍ୟ କରୁଛନ୍ତି । ମାତ୍ର ଗତ ୪ ମାସ ହେଲା ସେମାନଙ୍କୁ ଦରମା ମିଳିନି । ଏନେଇ କେତେକ ବରିଷ୍ଠ ଅଧିକାରୀଙ୍କୁ ଗୁହାରି କରିବା ପରେ ସେମାନେ କହିଥିଲେ, ପାଣ୍ଠି ନାହିଁ । ପାଣ୍ଠି ଆସିଲେ ଦରମା ଦିଆଯିବ।
ଅନ୍ୟପଟେ ଠିକା ସଂସ୍ଥାକୁ ମଧ୍ୟ ଗତ ଡିସେମ୍ବର ଠାରୁ ଟଙ୍କା ଦିଆଯାଇ ନାହିଁ । ଏଣୁ ସେ କର୍ମଚାରୀଙ୍କୁ ଦରମା ଦେଇପାରୁ ନାହାନ୍ତି । ଏପରିକି ଠିକା ସଂସ୍ଥା ଟଙ୍କା ପାଉ ନ ଥିବା ବେଳେ ଭବିଷ୍ୟନିଧି ପାଣ୍ଠିରେ ଟଙ୍କା ଜମା କରାଯାଉ ନାହିଁ। ବିଏସ୍‌ଏନ୍‌ଏଲ୍‌ର ନିୟମିତ କର୍ମଚାରୀମାନେ ମୋଟା ଅଙ୍କର ଦରମା ପାଉଥିବା ବେଳେ ସ୍ବଳ୍ପ ଦରମାରେ କାମ କରୁଥିବା ଠିକା କର୍ମଚାରୀମାନଙ୍କୁ ଦରମା ପ୍ରଦାନ ପାଇଁ ବିଏସ୍‌ଏନ୍‌ଏଲ୍‌ ପାଖରେ ଟଙ୍କା ନାହିଁ ବୋଲି କର୍ମଚାରୀ କହିଛନ୍ତି । ଏଣୁ ତୁରନ୍ତ ଦରମା ପ୍ରଦାନ ସହ କର୍ମଚାରୀ ଭବିଷ୍ୟନଧି ପାଣ୍ଠିରେ ବକେୟା ଟଙ୍କା ଜମା କରିବା ଦାବିରେ କର୍ମଚାରୀମାନେ ସୋମବାର ଦିନିକିଆ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି । ଏନେଇ ଏକ ଦାବିପତ୍ର ବିଏସ୍‌ଏନ୍‌ଏଲ୍‌ର ବରିଷ୍ଠ ଅଧଧିକାରୀଙ୍କୁ ପ୍ରଦାନ କରାଯାଇଛି । ସଂଘର ସମ୍ପାଦକ ଅଶୋକ କୁମାର ବେହେରା, ଏସ୍‌.କେ. ଗିରି, ସୋମନାଥ ମହାପାତ୍ର, କେ. ବାସୁଦେବ, କେ. ରବି କୁମାର, ସଞ୍ଜୟ କୁମାର ମହାନ୍ତିଙ୍କ ସମେତ ବହୁ କର୍ମଚାରୀ ଏହି ଆନ୍ଦୋଳନରେ ସାମିଲ୍‌ ହୋଇଛନ୍ତିଧ।


Enter your email to get our daily news in your inbox.

All Right Reserved By Dharitri.Com

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?