କୋଟିଆରେ ୭୬.୫୩ ପ୍ରତିଶତ ମତଦାନ: ଭୋଟରଙ୍କ ପାଇଁ ତତ୍ପରତା ଦେଖାଇଲା ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୧୩ା୫(ଶରତ ଧଳ): ପ୍ରଥମ ପର୍ଯ୍ୟାୟ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ସୋମବାର ଭୋଟର ନିଜ ନିଜ ମତ ସାବ୍ୟସ୍ତ କରିଛନ୍ତି। ସୀମାନ୍ତ ଭୋଟରଙ୍କ ପାଇଁ ଓଡ଼ିଶା-ଆନ୍ଧ୍ର ଦୁଇ ରାଜ୍ୟର ଜିଲା ଓ ବ୍ଲକ ପ୍ରଶାସନ ଭୋଟରଙ୍କୁ ଗାଡିରେ ମତଦାନ କେନ୍ଦ୍ରରେ ପହଞ୍ଚାଇ ଥିଲେ। ଓଡ଼ିଶା ପକ୍ଷରୁ ହୋଇଥିବା ୫ଟି ବୁଥ୍‌ ମଧ୍ୟରୁ ରଣାସିଂ ବୁଥରେ ପୂର୍ବାହ୍ନ ୧୦ଟା ୩୦ ସୁଦ୍ଧା ୭୭ଖଣ୍ଡ ଭୋଟ ପଡିଥିବା ବେଳେ ସୀମାନ୍ତ ଆର୍ଜୁବାଲସା ଗ୍ରାମବାସୀଙ୍କ ପକ୍ଷରୁ ୭ ଖଣ୍ଡ ଭୋଟ ପଡିଥିଲା। ଉକ୍ତ ବୁଥ୍‌ ଅଧୀନରେ ୫୮୭ ଭୋଟର ରହିଥିଲେ ମଧ୍ୟ ନେରିଡିବାଲସା ଗ୍ରାମରୁ ୩୫ କି.ମି.ଦୂର ରଣାସିଂ ବୁଥରେ କେହି ଭୋଟର ପହଞ୍ଚି ନ ଥିଲେ। ବ୍ଲକ ପ୍ରଶାସନ ପକ୍ଷରୁ ଗାଡ଼ି ବ୍ୟବସ୍ଥା ହେବା ପରେ ଉକ୍ତ ମତଦାନ କେନ୍ଦ୍ରରେ ଭୋଟରମାନେ ପହଞ୍ଚି ମତଦାନ କରିଥିଲେ।
ଅପରାହ୍ନ ୩ଟା ସୁଦ୍ଧା କୋଟିଆ ପଞ୍ଚାୟତରେ ୬୦ ପ୍ରତିଶତ ମତଦାନ ସାବ୍ୟସ୍ତ ହୋଇଥିବା ବେଳେ ୪ଟା ପରେ ଉକ୍ତ ପଞ୍ଚାୟତରେ ୭୬.୫୩ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି।

ଉକ୍ତ ପଞ୍ଚାୟତରେ ରହିଥିବା ୫ଟି ବୁଥ ଯଥା ଫଗୁଣସିନେରି ବୁଥରେ ୫୯୮ ଭୋଟରଙ୍କ ମଧ୍ୟରୁ ୪୧୧ ଭୋଟର୍‌ ନିଜ ମତଦାନ ସାବ୍ୟସ୍ତ କରିଥିବା ବେଳେ ମାଡକାର୍‌ ଗ୍ରାମର ୩୩୫ ଭୋଟରଙ୍କ ମଧ୍ୟରୁ ୨୬୩ ମତଦାନ ସାବ୍ୟସ୍ତ କରିଥିଲେ। ସେହିପରି ଗଞ୍ଜେଇପଦରରେ ୭୭୦ଭୋଟରଙ୍କ ମଧ୍ୟରୁ ୫୭୩, କୋଟିଆରେ ୫୧୦ ଭୋଟରଙ୍କ ମଧ୍ୟରୁ ୩୬୩ ଏବଂ ରଣାସିଂର ୫୮୭ ଭୋଟରଙ୍କ ମଧ୍ୟରୁ ୨୧୫ ଭୋଟର୍‌ ନିଜ ମତଦାନ ସାବ୍ୟସ୍ତ କରିଥିବା ଜଣାପଡିଛି। ପଡୋଶୀ ଆନ୍ଧ୍ର ପକ୍ଷରୁ ଓଡ଼ିଶା ସୀମାନ୍ତ ନେରେଡିବାଲାସାରେ ହୋଇଥିବା ଗୋଟିଏ ବୁଥରେ ଓଡ଼ିଶାର ୧୨ ଗ୍ରାମବାସୀ ଓ ଆନ୍ଧ୍ରର ୧୧ ଗ୍ରାମବାସୀ ମତଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri