Posted inଜାତୀୟ

ଗୋଟିଏ ପରିବାରର ୭୬ ମୃତ

ରାଫାହ,୨୪।୧୨: ଗାଜା ଷ୍ଟ୍ରିପ୍‌ ଉପରେ ଇସ୍ରାଏଲ୍‌ର ଆକ୍ରମଣ ଶନିବାର ଦ୍ୱାଦଶ ସପ୍ତାହରେ ପହଞ୍ଚିଛି। ଇସ୍ରାଏଲ୍‌ ଯୁଦ୍ଧବିମାନରୁ ଶୁକ୍ରବାର ବୋମାମାଡ଼ ଫଳରେ ଗାଜାଷ୍ଟ୍ରିପ୍‌ର ଗୋଟିଏ ପରିବାରର ୭୬ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଗାଜାର କୌଣସି ସ୍ଥାନ ଏବେ ନିରାପଦ ନୁହେଁ ବୋଲି ଜାତିସଂଘ ମହାସଚିବ କହିବାର ଦିନକ ପରେ ଏଭଳି ଆକ୍ରମଣ ହୋଇଛି। ଯୁଦ୍ଧ ଯୋଗୁ ମାନବୀୟ ସହାୟତା ଆବଣ୍ଟନରେ ପ୍ରତିବନ୍ଧକ ସୃଷ୍ଟି ହୋଇଛି। ଶୁକ୍ରବାର ଗାଜାର ଏକ ବିଲ୍ଡିଂ ଉପରେ ଏୟାରଷ୍ଟ୍ରାଇକ୍‌ ସବୁଠୁ ଭୟାବହ ଥିଲା। ବୋମାମାଡ଼ରେ ଅଲ୍‌ ମୁଘରାବି ପରିବାରର ୧୬ ଜଣ ମୁଖ୍ୟଙ୍କ ସମେତ ଅନେକ ମହିଳା ଓ ପିଲାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜାତିସଂଘ ଉନ୍ନୟନ କାର୍ଯ୍ୟକ୍ରମର ଜଣେ ବରିଷ୍ଠ କର୍ମଚାରୀ ଇସାମ ଅଲ୍‌-ମୁଘରାବି, ତାଙ୍କ ସ୍ତ୍ରୀ ଓ ୫ ପିଲାଙ୍କ ଜୀବନ ଯାଇଛି। ଇସ୍ରାଏଲ୍‌ ଉପରେ ଅକ୍ଟୋବର ୭ରେ ହମାସ୍‌ ଆକ୍ରମଣ ଯୋଗୁ ୧,୨୦୦ ଜଣଙ୍କ ମୃତ୍ୟୁ ଘଟିବା ସହ ଆତଙ୍କବାଦୀମାନେ ୨୪୦ ଜଣଙ୍କୁ ପଣବନ୍ଦୀ କରି ନେଇଯାଇଥିଲେ। ୭୭ ଦିନର ଯୁଦ୍ଧରେ ଗାଜାର ୨୦ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri