ଶ୍ୱଶୁର ଘରେ ନିଆରା ଚର୍ଚ୍ଚା: ଭାବୀ ଜ୍ୱାଇଁଙ୍କୁ ପରଷା ଗଲା ୭୬ ପ୍ରକାର ବ୍ୟଞ୍ଜନ

ରାୟଗଡ଼ା,୧୭।୧ (ଆଶିଷରଞ୍ଜନ ପଣ୍ଡା): ତେଲୁଗୁ ସମ୍ପ୍ରଦାୟର ମୁଖ୍ୟ ପର୍ବ ପୋଙ୍ଗଲରେ ରାୟଗଡ଼ା ସହରର ଏକ ପରିବାର ନିଜର ଭାବୀ ଜ୍ୱାଇଁଙ୍କୁ ନିମନ୍ତ୍ରଣକରି ଭୋଜନରେ ୭୬ ପ୍ରକାର ବ୍ୟଞ୍ଜନ ପରଷି ଚର୍ଚ୍ଚାକୁ ଆସିଛନ୍ତି। ପୋଙ୍ଗଲର ଶେଷ ଦିନରେ ରାୟଗଡ଼ା ଜଗନ୍ନାଥ ମନ୍ଦିର ନିକଟରେ ରହୁଥିବା ଭି. ସୂର୍ଯ୍ୟନାରାୟଣ ଓ ସ୍ବପ୍ନାଙ୍କ ପରିବାର ଭାବୀ ଜ୍ୱାଇଁ ଜି.ଶ୍ରୀନାଥଙ୍କ ପାଇଁ କଦଳୀପତ୍ରରେ ଧଳାଭାତ, ବିରିଆନି, ୪ ପ୍ରକାର ଆମିଷ, ଭିନ୍ନଭିନ୍ନ ତରକାରି, ବଡ଼ି,ପାମ୍ପଡ଼, ଭଳିକି ଭଳି ମିଠା, ଫଳ ଆଦି ୭୬ ପ୍ରକାର ବ୍ୟଞ୍ଜନ ବାଢ଼ିଥିଲେ। ସୂର୍ଯ୍ୟନାରାୟଣଙ୍କ ଝିଅ ଆସନ୍ତା ମାର୍ଚ୍ଚରେ ରାୟଗଡ଼ା ଜିଲା ମୁନିଗୁଡ଼ାର ଜି. ବାଲାକୃଷ୍ଣ ଓ ଜି.ସରିତାଙ୍କ ପୁଅ ଶ୍ରୀନାଥଙ୍କୁ ବିବାହ କରିବେ। ଶ୍ରୀନାଥ ପେସାରେ ଜଣେ ଇଞ୍ଜିନିୟର। ସୂଚନାଯୋଗ୍ୟ, ପୋଙ୍ଗଲ ଉତ୍ସବ ୩ ଦିନ ଧରି ପାଳନ ହୋଇଥାଏ। ପ୍ରଥମ ଦିନ ଭୋଗୀ, ଦ୍ୱିତୀୟ ଦିନ ପୋଙ୍ଗଲ ବା ମକର ସଂକ୍ରାନ୍ତି ଆଉ ତୃତୀୟ ଦିନ କାନୁମୁ ଅର୍ଥାତ୍‌ ନୈଶଭୋଜିର ଆସର ଘରେ ଘରେ ଜମିଯାଏ। ତେଲୁଗୁ ସମ୍ପ୍ରଦାୟରେ ପରମ୍ପରା ଅନୁସାରେ ପୋଙ୍ଗଲ ଉତ୍ସବରେ ଝିଅ ଜ୍ୱାଇଁଙ୍କୁ ନିମନ୍ତ୍ରଣ କରାଯାଏ। ତୃତୀୟ ଦିନ କାନୁମୁରେ ବନ୍ଧୁବାନ୍ଧବ ଓ ପରିବାରବର୍ଗଙ୍କ ସହ ନୈଶଭୋଜିର ଆସର ଜମିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ୍‌ ନିୟମ ମାନିଲେ ମିଳିବ ଏମିତି ଉପହାର

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଟାଉନ ଥାନା ପୋଲିସ ପକ୍ଷରୁ ମଙ୍ଗଳବାର ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ଥାନାରୁ...

ଲୋକସେବା ଭବନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୮।୨: ଲୋକସେବା ଭବନରେ ମଙ୍ଗଳବାର ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ୪ ଟା ୩୮ ମିନିଟରେ ସମବାୟ ବିଭାଗ ଉପରସ୍ଥ ପରିସରରେ...

ସପ୍ତାହେ ଯାଏ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୮ା୨ (ଅନୁରାଧା ମହାରଣା) – ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ...

KIIT student death case: ତାତିଲେ ପିଲା, କିଟ୍‌ରେ ଭଙ୍ଗାରୁଜା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

ବିବାହ ଶୋଭାଯାତ୍ରାରେ ତୁମୁଳକାଣ୍ଡ: ଶୋଭାଯାତ୍ରା ଗାଡି ଚାଳକଙ୍କ ଭୁଜାଲି ମାଡରେ , ଯୁବକ ଗୁରୁତର

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରା ଚାଲିଥିବା ବେଳେ କୌଣସି କଥାକୁ...

ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନାହାର -ଚେନ

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା) : ଗତ କିଛି ମାସର ବ୍ୟବଧାନ ପରେ ହିଞ୍ଜିଳି ଥାନା ଇଲାକାରେ ପୁଣିଥରେ ଲୁଟେରା ଗ୍ୟାଙ୍ଗଙ୍କ ପାର୍ଦୁଭାବ ଦେଖିବାକୁ ମିଳିଛି। ଜୈନିକ...

ଲାଞ୍ଜିଗଡ଼ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଲାଞ୍ଜିଗଡ଼,୧୮/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା କାର୍ଯ୍ୟକ୍ରମ...

KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ କରୁ କରୁ ମିଳିଗଲା ଜାମିନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri