୭୬ ବର୍ଷର ବରକୁ ୪୬ର କନିଆଁ

ମୋହନା,୨୫ା୭(ମନ୍ମଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡା ଗ୍ରାମର ରାମଚନ୍ଦ୍ର ସାହୁ (୭୬) ଏବଂ ଭଞ୍ଜନଗର କୁଲାଡ଼ ଗ୍ରାମର ସୁରେଖା ସାହୁ (୪୬)ଙ୍କ ବିବାହ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ରାମଚନ୍ଦ୍ର ଆଡ଼ପଡା ଗ୍ରାମର ମୂଳ ବାସିନ୍ଦା। ସେ ପୂର୍ବରୁ ବିବାହ କରିଥିଲେ। ତାଙ୍କର ଦୁଇ ଝିଅଙ୍କ ବିବାହ ପରେ ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ହୋଇଯାଇଥିଲା। ଫଳରେ ଏକାକୀ ହୋଇଯାଇଥିଲେ ରାମଚନ୍ଦ୍ର। ଦୀର୍ଘ ୫୦ ବର୍ଷ ଧରି ମୋହନା ବ୍ଲକ ଶିକୁଳିପଦର ପଞ୍ଚାୟତ ତଲାସିଂ ଗ୍ରାମରେ ରହିଆସୁଛନ୍ତି। ଏକାକୀ ନିଃସଙ୍ଗ ଜୀବନ ବିତାଇବା ସହିତ ତଲାସିଂ ଗ୍ରାମରେ ଛୋଟ ବ୍ୟବସାୟ କରି ରହୁଛନ୍ତି। ଗତ ୭ବର୍ଷ ତଳେ ଏକ ଭୋଜିରେ ସୁରେଖାଙ୍କ ସହ ତାଙ୍କର ଦେଖାହୋଇଥିଲା। ପ୍ରଥମ ଦେଖାରେ ଦୁହେଁ ଦୁହିଁଙ୍କୁ ଭଲ ପାଇ ବସିଥିଲେ। ସୁରେଖା ଅବିବାହିତ ଥିଲେ। ଫୋନ ମାଧ୍ୟମରେ କଥାବାର୍ତ୍ତା ହେବା ସହ ଦେଖାସାକ୍ଷାତ ମଧ୍ୟ କରୁଥିଲେ। ତେବେ ପରିଣତ ବୟସରେ ସୁରେଖାଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ ରାମଚନ୍ଦ୍ର। ତାଙ୍କ ପ୍ରସ୍ତାବରେ ଏକମତ ହୋଇଥିଲେ ସୁରେଖା ଏବଂ ଗତ ୧୯ତାରିଖରେ ଭଞ୍ଜନଗର କୋର୍ଟରେ ବିବାହ ହୋଇଥିଲା। ପରେ ତଲାସିଂ ଗ୍ରାମର ଗଣେଶ ମନ୍ଦିରରେ ବୈଦିକ ରୀତିରେ ବିବାହ କରିଥିଲେ। ଜୀବନର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ସ୍ବାମୀଙ୍କ ପାଖରେ ରହିବେ ବୋଲି ସୁରେଖା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

୨୧୬ କିମି ବେଗରେ ମାଡ଼ି ଆସୁଛି ଭୟଙ୍କର ବାତ୍ୟା! ଜାରି ହେଲା ହାଇ ଆଲର୍ଟ, ଏଇଠି କରିବ ଲ୍ୟାଣ୍ଡଫଲ

ଟୋକିଓ, ୮।୮: ଜାପାନରେ ଗତ କିଛି ମାସ ଧରି ଲଗାତାର ଭୟଙ୍କର ଭୂକମ୍ପର ଝଟକା ଆତଙ୍କ ସୃଷ୍ଟି କରିଛି। ସମୁଦ୍ରରେ ଉଠୁଥିବା ଉଚ୍ଚ ଲହରୀ ଏବଂ ସୁନାମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri