ଭାରତ ସ୍ବାଧୀନତାରେ ବାଲେଶ୍ୱରର ଅବଦାନ ଅତୁଳନୀୟ କହିଲେ ମନ୍ତ୍ରୀ

ବାଲେଶ୍ୱର ଅଫିସ ୧୫।୮: ବାଲେଶ୍ୱର ଜିଲା ପୋଲିସ ରିଜର୍ଭ ପଡ଼ିଆରେ ସୋମବାର ଜିଲାସ୍ତରୀୟ ୭୬ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଯୋଗଦେଇ ଭାରତ ସ୍ବାଧୀନତାରେ ବାଲେଶ୍ୱର ଜିଲାର ଭୂମିକାକୁ ସ୍ମରଣ କରାଇଥିଲେ। ବାଘାଯତୀନଙ୍କ ବିପ୍ଳବଠାରୁ ଲବଣ ସତ୍ୟାଗ୍ରହ, ଗଡ଼ଜାତ ମିଶ୍ରଣରୁ ଆରମ୍ଭ କରି ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ବାଲେଶ୍ୱରର ଅବଦାନ ଅତୁଳନୀୟ ବୋଲି ସେ ମତ ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଉପସ୍ଥିତ ଥିଲେ। ଏହି ଅବସରରେ ଜିଲା ସ୍ବାସ୍ଥ୍ୟ କର୍ମଚାରୀ, ଆଶା, ଅଙ୍ଗନଓ୍ବାଡି କର୍ମୀ, ସଫେଇ କର୍ମଚାରୀ, ଅଗ୍ନିଶମ କର୍ମଚାରୀ ପ୍ରମୁଖ କରୋନା ଯୋଦ୍ଧାଙ୍କୁ ସମ୍ମାନିତ କରାଯାଇଥିଲା। ବର୍ତ୍ତମାନ ଦେଶ ମହାମାରୀ କରୋନା ସହିତ ଲଢ଼େଇ କରୁଛି। ଏନେଇ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କୋଭିଡ୍‌-୧୯ ନିୟମ ଅନୁଯାୟୀ ସ୍ବାଧୀନତା ଦିବସ ପାଳନ କରାଯାଇଛି। ବାଲେଶ୍ୱର ବିଧାୟକ, ପୋଲିସ ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ଜିଲାପାଳଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri