ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ: କନ୍ଧମାଳ ଏମ୍‌ପି ଛାତ୍ରୀଛାତ୍ରଙ୍କୁ ଦେଲେ ଏମିତି ପରାମର୍ଶ

ଦାରିଙ୍ଗବାଡ଼ି,୨୬ ।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ ପଡିଆଠାରେ ବ୍ଲକ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି। ଏଥିରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଦାରିଙ୍ଗବାଡି ଜାତୀୟ ଦିବସ ପାଳନ କମିଟି ଓ ବ୍ଲକ ପ୍ରଶାସନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ କମିଟି ପକ୍ଷରୁ ମୁଖ୍ୟ ଅତିଥିଙ୍କୁ ସ୍ବାଗତ କରି ମଞ୍ଚକୁ ଆଣାଯାଇଥିଲା। ସେଠାରେ ମୁଖ୍ୟ ଅତିଥି ପ୍ୟାରେଡରେ ଅଂଶ ଗ୍ରହଣ କରିଥିବା ୩୩ଟି ଦଳକୁ ପରିଦର୍ଶନ କରିଥିଲେ। ପରେ ସେ ପତାକା ଉତ୍ତୋଳନ କରି ଉପସ୍ଥିତ ଛାତ୍ରୀଛାତ୍ର ଓ ଅଞ୍ଚଳବାସୀଙ୍କ ଉଦ୍ଧେଶ୍ୟରେ ବକ୍ତବ୍ୟ ରଖିଥିଲେ।

ଏବେ ଜଳବାୟୁ ପରିବର୍ତ୍ତନ ଯୋଗୁଁ ବର୍ଷା, ଶୀତ ଓ ଗରମର ଅନିୟମିତତା ଦେଖାଯାଇଛି । ଏଥିପାଇଁ ସେ ପ୍ଲାଷ୍ଟିକ ଫ୍ରି ସହ ପରିବେଶର ସୁରକ୍ଷା ପାଇଁ ଜଙ୍ଗଲ ସୃଷ୍ଟି କରିବା ନିହାତି ଜରୁରୀ ବୋଲି କହିବା ସହ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କହିବା ପ୍ରକାରେ ଆମେ ସମସ୍ତେ ବୃକ୍ଷ ରୋପଣ କରିବା ଆବଶ୍ୟକ ବୋଲି ପରାମର୍ଶ ଦେଇଥିଲେ। ଏହି ଅବସରରେ ସେ ସମସ୍ତ ମହାପୁରୁଷଙ୍କୁ ମନେ ପକାଇ କହିଥିଲେ ଯେ, ଆମ ଦେଶକୁ ସ୍ବାଧୀନତା ଆଣିବା ପାଇଁ ଅନେକ ବୀରପୁରୁଷ ମହାପୁରୁଷ ବଳିଦାନ ଦେଇଛନ୍ତି ସେମାନଙ୍କୁ ଆମେ ଏହି ସମୟରେ ମନେ ପକାଇବା। ଦେଶକୁ ଶକ୍ତିଶାଳୀ କରିବା ପାଇଁ ସେ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟ ଅତିଥି ଏମ୍‌ପି ସାମୁହିକ ଅଭିବାଦନ ଗ୍ରହଣ କରିଥିଲେ।

ଦାରିଙ୍ଗବାଡି ଅଞ୍ଚଳରେ ଚଳିତ ବର୍ଷ ୩ ଜଣ ଡାକ୍ତରୀ ପରୀକ୍ଷାରେ ଉର୍ତ୍ତିନ୍ନ ଛାତ୍ରୀଛାତ୍ର ଏବଂ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ଉର୍ତ୍ତିନ୍ନ ହୋଇଥିବା କୃତି ଛାତ୍ରୀଛାତ୍ର ଲୀନ୍ସା ପ୍ରଧାନ, କଳାକାର ପ୍ରଧାନ, ସନାତନ ପ୍ରଧାନ ଏବଂ ରୁନିତା ପ୍ରଧାନଙ୍କୁ ପୁରସ୍କୃତ କରାଯାଇଥିଲା ସେହିପରି ବିଭିନ୍ନ ପ୍ରତିଯୋଗିତା, ଓ ବିଭିନ୍ନ କ୍ଷେତ୍ରରେ ପ୍ରତିଭା ଓ ଦକ୍ଷତା ପାଇଥିବା ଛାତ୍ରୀଛାତ୍ର ଓ ଅନ୍ୟମାନଙ୍କୁ ଟ୍ରଫି, ମାନପାତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ଜାତୀୟ ଦିବସ ପାଳନ କମିଟିର ଆବାହକ ତଥା ତହସିଲଦାର ଶରତ ଶବର, ଆଇଆଇସି କନକ କୁମାର ମାଝୀ, ସରପଞ୍ଚ ଚନ୍ଦ୍ରିକା ମଲିକ ପ୍ରମୁଖ ମଞ୍ଚାସିନ ରହିଥିଲେ। କାର୍ଯ୍ୟକ୍ରମକୁ ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ, ପତିତପାବନ ରାଉତ, ସହକାରୀ ଶିକ୍ଷକ ଶ୍ୟାମସୁନ୍ଦର ଦିଗାଲ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କ୍ଷେତୀଶ ପ୍ରିୟଦର୍ଶି ସାହୁ ପ୍ରମୁଖ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ବ୍ଲକ ସ୍ତରୀୟ ସମସ୍ତ ସରକାରୀ ଓ ବେସରକାରୀ କର୍ମଚାରି ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଶେଷ ରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ର ମାନେ ଅଂଶ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri