Categories: ରାଜ୍ୟ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୨ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୭ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ୍‌ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୪୫୪କୁ ବୃଦ୍ଧି ପାଇଛି। ଏବେ ରାଜ୍ୟରେ ୬୦୬ ଆକ୍ଟିଭ୍‌ କେସ୍‌ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।