୭୭ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଆସନ୍ତା ଖରିଫ ଓ ରବି ଋତୁରେ ରାଜ୍ୟ ସରକାର ୭୭ ଲକ୍ଷ ମେଟ୍ରିକ ଟନ ଧାନ (୫୨ ଲକ୍ଷ ମେଟ୍ରିକ ଟନ ଚାଉଳ) ସଂଗ୍ରହ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଖରିଫରେ ୬୩ ଓ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ କରାଯିବ। ଚାଷୀଙ୍କୁ କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା କୁଇଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ୧୯୪୦ ଟଙ୍କା ହିସାବରେ ପ୍ରଦାନ କରାଯିବ। ଅନଲାଇନ ପଞ୍ଜୀକରଣ ସହ ଚାଷୀଙ୍କ ଆକାଉଣ୍ଟକୁ ୨୪ ଘଣ୍ଟା ମଧ୍ୟରେ ଅନଲାଇନ ଜରିଆରେ ଏମ୍‌ଏସପି ପ୍ରଦାନ କରାଯିବ। ଖାଦ୍ୟ ଓ ସଂଗ୍ରହଣ ନୀତି (ଫୁଡ୍‌ ଆଣ୍ଡ ପ୍ରୋକ୍ୟୁରମେଣ୍ଟ ପଲିସି) ୨୦୨୧-୨୨କୁ କ୍ୟାବିନେଟ ଅନୁମୋଦନ କରିଛି। ଅଧିକ ସଂଖ୍ୟାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କୁ ଧାନ ସଂଗ୍ରହରେ ନିୟୋଜିତ କରାଯିବ। ଏହାଛଡ଼ା ପ୍ରାଥମିକ ସମବାୟ ସମିତି, ଲାମ୍ପସ୍‌ ଏବଂ ପାଣିପଞ୍ଚାୟତ ଜରିଆରେ ଧାନ ସଂଗ୍ରହ ହେବ। ଖରିଫ ଧାନ ସଂଗ୍ରହ ୨୦୨୧ ନଭେମ୍ବରୁ ଆରମ୍ଭ ହେବାକୁ ଥିବା ବେଳେ ରବି ଧାନ ସଂଗ୍ରହ ୨୦୨୨ ମେ ଓ ଜୁନ ମଧ୍ୟରେ ଆରମ୍ଭ ହେବ।
ଲୋକାୟୁକ୍ତଙ୍କ ଦ୍ୱାରା ପ୍ରକାଶିତ ବାର୍ଷିକ ରିପୋର୍ଟ-୨୦୨୦କୁ କ୍ୟାବିନେଟ ଅନୁମୋଦନ କରିଛି। ଏହାକୁ ଆସନ୍ତା ବିଧାନସଭାରେ ଉପସ୍ଥାପନ କରାଯିବ। ଓଡ଼ିଶା ସାଧାରଣ ଖାଉଟି ବଣ୍ଟନ ଆଦେଶକୁ ସଂଶୋଧନ କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri