ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ। ଦକ୍ଷିଣ-ପଶ୍ଚିମାଞ୍ଚଳ ଅନ୍ତର୍ଗତ କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି ଜିଲାର ୭୭୫ଜଣ ତୀର୍ଥଯାତ୍ରୀ ଓ ୨୫ ଜଣ ଏସକର୍ଟ ଆଜି ରାୟଗଡା ରେଳ ଷ୍ଟେଶନରୁ ସ୍ବତନ୍ତ୍ର ଟ୍ରେନ ଯୋଗେ ରାମେଶ୍ବର ଓ ମଦୁରାଇ ଅଭିମୁଖେ ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ।

ଏହି ଅବସରରେ ବରିଷ୍ଠ ନାଗରିକମାନଙ୍କୁ ଶୁଭେଚ୍ଛା ଜ୍ଞାପନ କରିଥିଲେ ଉପ ମୁଖ୍ୟମନ୍ତ୍ରୀ। ପରିଣତ ବୟସରେ ବରିଷ୍ଠ ନାଗରିକଙ୍କୁ ଏହି ଯାତ୍ରା ଧାର୍ମିକ ସହାୟତା ପ୍ରଦାନ ପାଇଁ ସରକାରଙ୍କ କାର୍ଯ୍ୟକ୍ରମ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆର୍ଥିକ ପରିସ୍ଥିତି ଓ ପାରିପାର୍ଶ୍ୱିକ ଅବସ୍ଥା ଯୋଗୁ ଅନେକ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯିବାରୁ ବଞ୍ଚିତ ରହୁଥିଲେ। ତାହା ଦୂରେଇବା ପାଇଁ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲାପାଳ ଆଶୁତୋଷ କୂଲକର୍ଣୀଙ୍କ ଅଧ୍ୟକ୍ଷତାରେ ରେଳ ଷ୍ଟେଶନଠାରେ ଅନୁଷ୍ଠିତ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମରେ କାର୍ଯ୍ୟକ୍ରମରେ ରେଳବାଇ ଡିଆରଏମ ଅମିତାଭ ସିଂଘଲ, ଏସପି ସ୍ବାତୀ ଏସ. କୁମାର
ଅତିଥି ଭାବେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ରେଳବାଇ ଆଇଆରସିଟିସି କର୍ତ୍ତୁପକ୍ଷ ଏବଂ ଜିଲ୍ଳାସ୍ତରୀୟ ଅଧିକାରୀ ଉପସ୍ଥିତ ରହିଥିଲେ।

ବରିଷ୍ଠ ନାଗରିକଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନାର ମନୋଭାବ ଆସୁଥିବା ବେଳେ ସେମାନେ ତୀର୍ଥସ୍ଥାନ ଭ୍ରମଣ କରିପାରନ୍ତିନାହିଁ। ତାହା ଦୂରେଇବା ପାଇଁ ଏହି କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି ବୋଲି ପର୍ଯ୍ୟଟନ ବିଭାଗ ତରଫରୁ କୁହାଯାଇଛି। ଚଳିତ ଥର ୭୭୫ ଜଣ ତୀର୍ଥଯାତ୍ରୀ ଓ ୨୫ ଏସକଟ ଅଫିସର ମିଶି ମୋଟ ୮୦୦ ଜଣ ଯାତ୍ରାର ସୁଯୋଗ ପାଇଛନ୍ତି । ଏହି ଯାତ୍ରା ବେଳେ ତୀର୍ଥ ଯାତ୍ରୀମାନଙ୍କ ସମସ୍ତ ସୁବିଧା ରାଜ୍ୟ ସରକାର ବହନ କରିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ରହିବା, ଯିବା ଆସିବା ଏବଂ ଖାଦ୍ୟ ପାନୀୟର ବ୍ୟବସ୍ଥା ସହ ଜଗୁଆଳୀ, ପଥ ପ୍ରଦର୍ଶକ, ଯାତ୍ରୀ ବୀମା ଏବଂ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ।

ଚଳିତବର୍ଷ ୧ ଟି ପର୍ଯ୍ୟାୟରେ ଏହି ତୀର୍ଥଯାତ୍ରା ଆରମ୍ଭ ହୋଇଥିବାବେଳେ ଏଥିରେ ରାୟଗଡା ଠାରୁ ରାମେଶ୍ବର ଓ ମଦୁରାଇ ଭ୍ରମଣ ସ୍ଥିର କରାଯାଇଥିଲା। ଏଥିରେ ରାୟଗଡା ଜିଲ୍ଳାର ୧୧୮ ଜଣ ତୀର୍ଥଯାତ୍ରୀଙ୍କ ସମେତ କୋରାପୁଟର ୧୬୮ଜଣ, ନବରଙ୍ଗପୁର ୧୪୮ଜଣ, ମାଲକାନଗିରି ୭୫, ନୂଆପଡା ଜିଲ୍ଳାର ୭୪ ମଧ୍ୟ ଏବଂ କଳାହାଣ୍ଡିର ୧୯୨ ଜଣ ତୀର୍ଥଯାତ୍ରୀ ତୀର୍ଥଯାତ୍ରା କରିଛନ୍ତି। ଗତକାଲି ଉକ୍ତ ଛଅଟି ଜିଲାରେ ତୀର୍ଥଯାତ୍ରୀଙ୍କୁ ରାୟଗଡାରେ ରହଣି ବ୍ୟବସ୍ଥା କରାଯାଇଥିବା ବେଳେ ସଂଧ୍ୟାରେ ଭଜନ ସନ୍ଧ୍ୟା ଭଳି ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଆଜି ରାୟଗଡା ରେଳବାଇ ଷ୍ଟେଶନ ସମ୍ମୁଖରେ ତୀର୍ଥଯାତ୍ରୀମାନଙ୍କୁ ଫୁଲମାଳ ଦେଇ ସ୍ବାଗତ କରାଯାଇଥିବା ବେଳେ ଷ୍ଟେଶନ ପରିସରରେ ଏକ ସଭାର ଆୟୋଜନ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri