ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ। ଦକ୍ଷିଣ-ପଶ୍ଚିମାଞ୍ଚଳ ଅନ୍ତର୍ଗତ କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି ଜିଲାର ୭୭୫ଜଣ ତୀର୍ଥଯାତ୍ରୀ ଓ ୨୫ ଜଣ ଏସକର୍ଟ ଆଜି ରାୟଗଡା ରେଳ ଷ୍ଟେଶନରୁ ସ୍ବତନ୍ତ୍ର ଟ୍ରେନ ଯୋଗେ ରାମେଶ୍ବର ଓ ମଦୁରାଇ ଅଭିମୁଖେ ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ।

ଏହି ଅବସରରେ ବରିଷ୍ଠ ନାଗରିକମାନଙ୍କୁ ଶୁଭେଚ୍ଛା ଜ୍ଞାପନ କରିଥିଲେ ଉପ ମୁଖ୍ୟମନ୍ତ୍ରୀ। ପରିଣତ ବୟସରେ ବରିଷ୍ଠ ନାଗରିକଙ୍କୁ ଏହି ଯାତ୍ରା ଧାର୍ମିକ ସହାୟତା ପ୍ରଦାନ ପାଇଁ ସରକାରଙ୍କ କାର୍ଯ୍ୟକ୍ରମ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆର୍ଥିକ ପରିସ୍ଥିତି ଓ ପାରିପାର୍ଶ୍ୱିକ ଅବସ୍ଥା ଯୋଗୁ ଅନେକ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯିବାରୁ ବଞ୍ଚିତ ରହୁଥିଲେ। ତାହା ଦୂରେଇବା ପାଇଁ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲାପାଳ ଆଶୁତୋଷ କୂଲକର୍ଣୀଙ୍କ ଅଧ୍ୟକ୍ଷତାରେ ରେଳ ଷ୍ଟେଶନଠାରେ ଅନୁଷ୍ଠିତ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମରେ କାର୍ଯ୍ୟକ୍ରମରେ ରେଳବାଇ ଡିଆରଏମ ଅମିତାଭ ସିଂଘଲ, ଏସପି ସ୍ବାତୀ ଏସ. କୁମାର
ଅତିଥି ଭାବେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ରେଳବାଇ ଆଇଆରସିଟିସି କର୍ତ୍ତୁପକ୍ଷ ଏବଂ ଜିଲ୍ଳାସ୍ତରୀୟ ଅଧିକାରୀ ଉପସ୍ଥିତ ରହିଥିଲେ।

ବରିଷ୍ଠ ନାଗରିକଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନାର ମନୋଭାବ ଆସୁଥିବା ବେଳେ ସେମାନେ ତୀର୍ଥସ୍ଥାନ ଭ୍ରମଣ କରିପାରନ୍ତିନାହିଁ। ତାହା ଦୂରେଇବା ପାଇଁ ଏହି କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି ବୋଲି ପର୍ଯ୍ୟଟନ ବିଭାଗ ତରଫରୁ କୁହାଯାଇଛି। ଚଳିତ ଥର ୭୭୫ ଜଣ ତୀର୍ଥଯାତ୍ରୀ ଓ ୨୫ ଏସକଟ ଅଫିସର ମିଶି ମୋଟ ୮୦୦ ଜଣ ଯାତ୍ରାର ସୁଯୋଗ ପାଇଛନ୍ତି । ଏହି ଯାତ୍ରା ବେଳେ ତୀର୍ଥ ଯାତ୍ରୀମାନଙ୍କ ସମସ୍ତ ସୁବିଧା ରାଜ୍ୟ ସରକାର ବହନ କରିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ରହିବା, ଯିବା ଆସିବା ଏବଂ ଖାଦ୍ୟ ପାନୀୟର ବ୍ୟବସ୍ଥା ସହ ଜଗୁଆଳୀ, ପଥ ପ୍ରଦର୍ଶକ, ଯାତ୍ରୀ ବୀମା ଏବଂ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ।

ଚଳିତବର୍ଷ ୧ ଟି ପର୍ଯ୍ୟାୟରେ ଏହି ତୀର୍ଥଯାତ୍ରା ଆରମ୍ଭ ହୋଇଥିବାବେଳେ ଏଥିରେ ରାୟଗଡା ଠାରୁ ରାମେଶ୍ବର ଓ ମଦୁରାଇ ଭ୍ରମଣ ସ୍ଥିର କରାଯାଇଥିଲା। ଏଥିରେ ରାୟଗଡା ଜିଲ୍ଳାର ୧୧୮ ଜଣ ତୀର୍ଥଯାତ୍ରୀଙ୍କ ସମେତ କୋରାପୁଟର ୧୬୮ଜଣ, ନବରଙ୍ଗପୁର ୧୪୮ଜଣ, ମାଲକାନଗିରି ୭୫, ନୂଆପଡା ଜିଲ୍ଳାର ୭୪ ମଧ୍ୟ ଏବଂ କଳାହାଣ୍ଡିର ୧୯୨ ଜଣ ତୀର୍ଥଯାତ୍ରୀ ତୀର୍ଥଯାତ୍ରା କରିଛନ୍ତି। ଗତକାଲି ଉକ୍ତ ଛଅଟି ଜିଲାରେ ତୀର୍ଥଯାତ୍ରୀଙ୍କୁ ରାୟଗଡାରେ ରହଣି ବ୍ୟବସ୍ଥା କରାଯାଇଥିବା ବେଳେ ସଂଧ୍ୟାରେ ଭଜନ ସନ୍ଧ୍ୟା ଭଳି ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଆଜି ରାୟଗଡା ରେଳବାଇ ଷ୍ଟେଶନ ସମ୍ମୁଖରେ ତୀର୍ଥଯାତ୍ରୀମାନଙ୍କୁ ଫୁଲମାଳ ଦେଇ ସ୍ବାଗତ କରାଯାଇଥିବା ବେଳେ ଷ୍ଟେଶନ ପରିସରରେ ଏକ ସଭାର ଆୟୋଜନ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?