ବାତ୍ୟା ଆଶ୍ରୟସ୍ଥଳକୁ ୭୭୫୪ ସ୍ଥାନାନ୍ତର

କେନ୍ଦ୍ରାପଡ଼ା ଅଫିସ,୨୫ା୫: ବାତ୍ୟା ୟାସ୍‌ ଅତି ଭୟଙ୍କର ଭାବେ ମାଡ଼ି ଆସୁଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରଭାବିତ ହେବ। ପାଣିପାଗ ବିଶେଷଜ୍ଞଙ୍କ ଏହି ଆକଳନକୁ ଦୃଷ୍ଟିରେ ରଖାଯାଇ ଜିଲା ପ୍ରଶାସନ ପକ୍ଷରୁ ବିପଦ ମଧ୍ୟରେ ଥିବା ଜିଲାବାସୀଙ୍କୁ ସୋମବାରଠାରୁ ସ୍ଥାନାନ୍ତର କରାଯାଉଛି। ମଙ୍ଗଳବାର ସକାଳ ୬ ଟା ସୁଦ୍ଧା ଜିଲାର ୫୮ ବାତ୍ୟା ଆଶ୍ରୟସ୍ଥଳକୁ ମୋଟ ୭,୭୫୪ ଜଣ ସ୍ଥାନାନ୍ତର ହୋଇଥିବା ଜିଲା ଜରୁରୀକାଳୀନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମହାକାଳପଡ଼ା ବ୍ଲକ ଅଞ୍ଚଳର ସର୍ବାଧିକ ୧୦୧ ଆଶ୍ରୟସ୍ଥଳକୁ ୪୪୩୫ ଜଣଙ୍କୁ ସ୍ଥାନାନ୍ତର କରାଯରା ଯାଇଛି।
ସେହିପରି ଆଳିର ଆଶ୍ରୟସ୍ଥଳୀରେ ୩୨ ଜଣ, ଡେରାବିଶରେ ୪ ଆଶ୍ରୟସ୍ଥଳୀରେ ୨୨୧ ଜଣ, ଗରଦପୁରରେ ୩ ଆଶ୍ରୟସ୍ଥଳୀରେ ୪୪ ଜଣ, କେନ୍ଦ୍ରାପଡ଼ାରେ ୨୨ ଆଶ୍ରୟସ୍ଥଳୀରେ ୬୨୨ଜଣ, ମାର୍ଶାଘାଇରେ ୧୪ ଆଶ୍ରୟସ୍ଥଳୀରେ ୧୯୧ ଜଣ, ପଟ୍ଟାମୁଣ୍ଡାଇରେ ୨ ଆଶ୍ରୟସ୍ଥଳୀରେ ୭୭ ଜଣ, ରାଜକନିକାରେ ୧୬ ଆଶ୍ରୟସ୍ଥଳୀରେ ୭୨୧ ଜଣ, ରାଜନଗରରେ ୩୬ ଆଶ୍ରୟସ୍ଥଳୀରେ ୧୧୭୭ ଜଣ, କେନ୍ଦ୍ରାପଡା ପୌରାଞ୍ଚଳରେ ୪ ଆଶ୍ରୟସ୍ଥଳୀରେ ୧୫୬ ଜଣ ଓ ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ୨ ଆଶ୍ରୟସ୍ଥଳୀରେ ୪୮ ଜଣ ରହିଛନ୍ତି। ମଧ୍ୟାହ୍ନ ସୁଦ୍ଧା ଜିଲାର ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହେବ ବୋଲି ଜିଲା ଜରୁରୀକାଳୀନ ଅଧିକାରୀ ସମ୍ବିତ କୁମାର ଶତ୍‌ପଥୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri