ଢେଙ୍କାନାଳ ମୁଖ୍ୟ ଷ୍ଟାଡିୟମରେ ୭୭ତମ ଜିଲା ସ୍ତରୀୟ ସ୍ଵାଧୀନତା ଦିବସ ପାଳିତ

ଢେଙ୍କାନାଳ ଅଫିସ୍‌, ୧୫ । ୮ , (ରତନ ନାୟାର): ଢେଙ୍କାନାଳ ମୁଖ୍ୟ ଷ୍ଟାଡିୟମ ଠାରେ ମଙ୍ଗଳବାର ୭୭ ତମ ଜିଲା ସ୍ତରୀୟ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମବ୍ରମ ଜାତୀୟ ପତାକା ଉତ୍ତୋଳନ କରି ସମିଳିତ ପ୍ୟାରେଡ଼ ରେ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ମନ୍ତ୍ରୀ କନିଷ୍ଠ ସହୀଦ ବାଜି ରାଉତଙ୍କ ତ୍ୟାଗ ଓ ବଳିଦାନର ସ୍ମତିଚାରଣ କରିଥିଲେ ।

ଏଥି ସହିତ ଦେଶ, ରାଜ୍ୟ ଓ ଜିଲାର ସ୍ଵାଧୀନତା ସଂଗ୍ରାମୀ ଓ ପ୍ରଜାମଣ୍ଡଳ ଆନ୍ଦୋଳନର କର୍ଣ୍ଣଧାର ସାଜିଥିବା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।

ଏହି ଅବସରରେ ସେ କହିଲେ ଯେ, ଦେଶର ସ୍ଵାଧୀନତା ଓ ପ୍ରଜାମଣ୍ଡଳ ଆନ୍ଦୋଳନରେ ବୀର ବାଜି ରାଉତଙ୍କ ତ୍ୟାଗ ଓ ବଳିଦାନ ଚିର ସ୍ମରଣୀୟ ହୋଇ ରହିବ । ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସଂପର୍କରେ ଆଲୋକପାତ କରି ମନ୍ତ୍ରୀ କହିଲେ ଯେ, ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ରାଜ୍ୟ ସରକାର ଜନସାଧାରଣଙ୍କ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି। ସ୍ଥାସ୍ଥ୍ୟ କ୍ଷେତ୍ରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସମଗ୍ର ଦେଶ ପାଇଁ ଏକ ଉଦାହରଣ ସୃଷ୍ଟି କରିଛି । ସେହିପରି ଶିକ୍ଷାକ୍ଷେତ୍ରରେ ବିକାଶ ପାଇଁ ୫ଟି ରୁପାନ୍ତକରଣ ଏକ ଅଭିନବ ପ୍ରୟାସ ବୋଲି ମନ୍ତ୍ରୀ କହିଥିଲେ । ଚଳିତବର୍ଷ ପ୍ୟାରେଡ଼ ରେ ୪୦ ଟି ଦଳ ଅଂଶ ଗ୍ରହଣ କରିଥିଲେ ।

ରିଜର୍ଭ ଇନ୍ସପେକ୍ଟର ଟୁନୁ ସାହୁ ପ୍ୟାରେଡ଼ ପରିଚାଳନା କରିଥିଲେ । ଚଳିତ ବର୍ଷ ପ୍ୟାରେଜରେ ଦିଲ୍ଲୀ ପବ୍ଲିକ ସ୍କୁଲର ଏନସିସି ଜୁନିୟର ଡିଭିଜନ ବାଳିକା ଦଳଙ୍କୁ ଶ୍ରେଷ୍ଠ ସମର ଶିକ୍ଷାର୍ଥୀ ଦଳ ଭାବେ, ଶ୍ରେଷ୍ଠ ବେସାମରିକ ବାଳିକା ଦଳ ଭାବେ ସୁଲକ୍ଷଣା ଦେବୀ ବାଳିକା ଉଚ୍ଚ ବିଦ୍ୟାଳୟର ସିଭିଲିୟାନ ଦଳ ଓ ଶ୍ରେଷ୍ଠ ବାଳକ ଦଳ ଭାବେ ଦିଲ୍ଲୀ ପବ୍ଲିକ ସ୍କୁଲ ବାଳକ ସିଭିଲିୟାନ ଦଳ ଭାବେ ପୁରସ୍କତ ହୋଇଥିଲେ ।

ସେହିପରି ସେଣ୍ଟ ଜାଭିୟର୍ସ ହାଇସ୍କୁଲର ବାଳିକା ଗାଇଡ଼ ଦଳକୁ ଶ୍ରେଷ୍ଠ ଗ୍ରୀନ ଆର୍ମି ଦଳ ଭାବେ ପୁରସ୍କୃତ ହୋଇଥିଲେ । ଏଥି ସହିତ ବିଭିନ୍ନ ପ୍ରତିଯୋଗିତା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀ, ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନ କୁ ପୁରସ୍କୃତ କରାଯାଇଥିଲା । ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉତ୍ସବ ରେ ଜିଲାପାଳ ସରୋଜ କୁମାର ସେଠି, ଏସପି ଜ୍ଞାନ ରଞ୍ଜନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri