କେସିଙ୍ଗାରେ ୭୭ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ଏନ ଏ ସିରେ ନାଗରିକ କମିଟି ଓ ଏନ ଏ ସିର ମିଳିତ ଉଦ୍ୟମରେ ୭୭ତମ ସ୍ବାଧୀନତା ଦିବସ ମଙ୍ଗଳବାର ବିଦ୍ୟାପୀଠର ଖେଳ ପଡ଼ିଆଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉତ୍ସବରେରେ ମୁଖ୍ୟ ଅତିଥି ଭାବେ କେସିଙ୍ଗା ଏନ ଏ ସିର ଅଧ୍ୟକ୍ଷ ନୃପରାଜ ଯାଦବ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଜନସାଧାରଣଙ୍କୁ ସମ୍ବୋଧନ କରି ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ରଙ୍କ ଠାରୁ ଅଭିବାଦନ ଗ୍ରହଣ କରିଥିଲେ। କେସିଙ୍ଗା ସହରକୁ ସବୁଜ ସୁନ୍ଦର କରିବା ସହ ବହୁ କଲ୍ୟାଣକାରୀ ଯୋଜନା କରାଯାଉଛି। ରାଜ୍ୟ ସରକାରଙ୍କ ବିଭିନ୍ନ ପ୍ରକଳ୍ପ କରିବା ସହିତ ତୃଣମୂଳ ସ୍ତରରେ ରାଜ୍ୟ ସରକାରଙ୍କ ସୁଶାସନ ପହଞ୍ଚାଇବାବାକୁ ସବୁ ପ୍ରକାର ଉଦ୍ୟମ କରାଯାଉଛି। ସହରରେ ସ୍ବାସ୍ଥ୍ୟ, ଶିକ୍ଷା, ଆଲୋକିକରଣ, ରାସ୍ତା ଘାଟ, ଡ୍ରେନ, ପାନୀୟଜଳ, ସହରବାସୀଙ୍କୁ ଯୋଗାଇ ଦିଆଯାଉଛି। ରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାକୁ ବିକାଶ କରିବା କ୍ଷେତ୍ରରେ ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟ ଅତିଥି ପ୍ରକାଶ କରିଥିଲେ। ସହରର ବିଭିନ୍ନ ସ୍କୁଲ, କଲେଜର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ୩୨ଟି ଦଳ ମାର୍ଚ୍ଚ ଫାଷ୍ଟ କରିଥିଲେ। ୧୯ଟି ଦଳ ବିଭିନ୍ନ ଗ୍ରୁପ ଡାନ୍ସ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। କୃତି ଛାତ୍ରୀଛାତ୍ରଙ୍କୁ ଅତିଥି ଗଣ ପୁରସ୍କୃତ କରିଥିଲେ। ଏହି ଉତ୍ସବରେ ନୂତନ ଭାବେ ଯୋଗଦାନ କରିଥିବା ଆଇ ଆଇ ସି ପ୍ରଦୁଦ୍ମ ମହାପାତ୍ର, ପୂର୍ବତନ ଆଇ ଆଇ ସି ଏସ.କେ.ନନ୍ଦ,ତହସିଲଦାର ଯୁଗେଶ୍ୱର ସାହୁ,ଉପାଧ୍ୟକ୍ଷା ସରସ୍ବତୀ ସାହା, ସମସ୍ତ କାଉନସିଲର ବୃନ୍ଦ ମଞ୍ଚାସୀନ ହୋଇଥିଲେ। ବିଜେଡି ଟାଉନ ସଭାପତି ରମେଶ ପଟ୍ଟନାୟକ, ଯୁବ ସଂଗଠକ ଶିଲୁ ପରିଡା ପ୍ରମୁଖ ଉପସ୍ଥିତ ଥିଲେ। ମଞ୍ଚ ପରିଚାଳନା କରିଥିଲେ ଅସର ପ୍ରାପ୍ତ ଅଧ୍ୟାପକ ବି.ଚନ୍ଦ୍ର ଶେଖର ଆଚାରି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri