ପାଟଣାରେ ୭୭ତମ ସାଧାରଣତନ୍ତ୍ର ଦିବସ: ତ୍ରିରଙ୍ଗା ଉତ୍ତୋଳନ କରି ବିଧାୟକ କହିଲେ ସ୍ବାଧୀନତା ସଂଗ୍ରାମୀଙ୍କୁ…

ପାଟଣା,୨୬ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ସୋମବାର ପାଟଣା ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମବେତ ୩୨ଟି ପରେଡ୍‌ ଗ୍ରୁପରୁ ଅଭିବାଦନ ଗ୍ରହଣ କରିଥିଲେ। ରାଷ୍ଟ୍ର ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇ ବିଧାୟକ କହିଥିଲେ ସ୍ବାଧୀନତା ସଂଗ୍ରାମରେ ଝାସ ଦେଇ ଯେଉଁ ସଂଗ୍ରାମୀମାନେ ଦେଶ ମାତୃକା ପାଇଁ ବଳିଦାନ ଦେଇଛନ୍ତି ଆଜିର ଦିନରେ ସେମାନଙ୍କୁ ମନେ ପକାଇବାର ଦିନ।
ଏଥିରେ ସମ୍ମାନିତ ଅତିଥି ଭାବେ ପାଟଣା ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ, ବଡ଼ ପାଟଣା ସରପଞ୍ଚ ବିନତୀ ବାନାରା, ବିଡିଓ ମାନସ କୁମାର ଦଣ୍ଡପାଟ, ତହସିଲଦାର ଅଶ୍ୱିନୀ କୁମାର ନାଏକ, ବ୍ଲକ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାନ୍ତ, ସାମାଜିକ କର୍ମୀ ଅଜୟ କୁମାର ଦାଶ ପ୍ରମୁଖ ସାମିଲ ଥିଲେ।
ଏହି ଅବସର ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କିଶୋର ଚନ୍ଦ୍ର ମହାନ୍ତ, ବିଜୟରତ୍ନ ପତି ଓ ଭୂବିଜ୍ଞାନ କ୍ଷେତ୍ରରେ ୨୦୨୫ରେ ରାଷ୍ଟ୍ରପତିଙ୍କଠାରୁ ସମ୍ବର୍ଦ୍ଧିତ ହୋଇଥିବା ଶ୍ରଦ୍ଧାଞ୍ଜଳି ଶୁଭଦର୍ଶିନୀଙ୍କ ପାଇଁ ତାଙ୍କ ବାପା ମଦନ ମୋହନ ଦ୍ବିବେଦୀଙ୍କୁ ମୁଖ୍ୟ ଅତିଥି ପୁଷ୍ପଗୁଚ୍ଛ, ଅଙ୍ଗବସ୍ତ୍ର ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ। ସଫଳ ପରେଡ୍‌ ଗ୍ରୁପ ଓ ତର୍କ ଜାତୀତାବାଦୀ ସଙ୍ଗୀତ, ରଚନାରେ ବ୍ଲକସ୍ତରରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ରଙ୍କୁ ମୁଖ୍ୟ ଅତିଥି ସମ୍ବର୍ଦ୍ଧିତ କରିଥିଲେ।
କାର୍ଯ୍ୟକ୍ରମକୁ ଭାଷ୍ୟକାର ପାର୍ଥ ସାରଥୀ ବେଜ ଓ ଶିକ୍ଷକ ନେତା କମଳାକାନ୍ତ ପତି ସଂଯୋଜନା କରିଥିଲେ। କ୍ୟାପଟେନ୍‌ ଧର୍ମେନ୍ଦ୍ର କୁମାର ସାହୁ ଓ ରେଫରୀ ପ୍ରମୋଦ କୁମାର ଭଞ୍ଜ ପରେଡ୍‌ ପରିଚାଳନା କରିଥିଲେ। ଶିକ୍ଷକ ଜ୍ୟୋତିର୍ମୟ ତ୍ରିପାଠୀ, ପ୍ରମୋଦ କୁମାର ମହାନ୍ତ, ସନ୍ତୋଷ କୁମାର ନାଏକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ପାଟଣା ବ୍ଲକରେ ଚେୟାର ମ୍ୟାନ ବୀଣାପାଣି ନାୟକ, ତହସିଲରେ ତହସିଲଦାର ଅଶ୍ୱିନୀ କୁମାର ନାଏକ, ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଶୁଭେନ୍ଦୁ ସାଗର କୁମାର ନାଏକ, ପାଟଣା ଥାନାରେ ଥାନା ଅଧିକାରୀ କିରଣ ପ୍ରସାଦ ସାହୁ, ତୁରୁମୁଙ୍ଗା ଥାନାରେ ଏସ୍‌ ଆଇ ସୁରେଶ କୁମାର ସାହୁ, ପାଟଣା ରେଞ୍ଜ କାର୍ଯ୍ୟାଳୟରେ ରେଞ୍ଜର ବନ ବିହାରୀ ସର୍ଦ୍ଦାର, ଅଗ୍ନିଶମ କାର୍ଯ୍ୟାଳୟରେ ଗୌର ମୋହନ ହେମ୍ବ୍ରମ, ପାଟଣା କଲେଜରେ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର ସାହୁ, ସାମ ମୁକ୍ତତିଥରେ ସଭାପତି ଭାଗିରଥି ଦାଶ, ପାଟଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଧାୟକ ପ୍ରମୁଖ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିସହ ବିଭିନ୍ନ ସରକାରୀ ବେସରକାରୀ ଶିକ୍ଷାୟତନ, କ୍ଲବ, ବ୍ୟବସାୟୀ ପ୍ରତିଷ୍ଠାନ ଓ ରାଷ୍ଟ୍ରାୟତ ବ୍ୟାଙ୍କଗୁଡ଼ିକରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?