ଥୁଆମୂଳ ରାମପୁରରେ ୭୭ତମ ବନ ମହୋତ୍ସବ ସପ୍ତାହ, ବିଚାରପତି…

ଥୁଆମୂଳ ରାମପୁର,୮।୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ଏବଂ ତାଲୁକ ଆଇନ ସେବା ସମିତିର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ-୨୦୨୬ ଉଦଯାପିତ ହୋଇଯାଇଛି। ଗତ ଜୁଲାଇ ୧ ତାରିଖରୁ ଆରମ୍ଭ ହୋଇଥିବା ଏହି ସପ୍ତାହବ୍ୟାପୀ ହରିତ ଅଭିଯାନ ସୋମବାର ଦିନ ବିଦ୍ୟାଳୟ ପ୍ରାଙ୍ଗଣରେ ବୃକ୍ଷରୋପଣ ସହ ଶେଷ ହୋଇଛି ।
ଦକ୍ଷିଣ ବନାଞ୍ଚଳ ରେଞ୍ଜର ତ୍ରିନାଥ ସେଠୀ ଏବଂ ଡେପୁଟି ରେଞ୍ଜର ସୈରିନ୍ଧ୍ରୀ ବାଗ୍‌ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ ଆୟୋଜିତ ଏହି ଉଦଯାପନୀ ସମାରୋହରେ ଜେଏମ୍ଏଫ୍ସି କୋର୍ଟର ବିଚାରପତି ତଥା ତାଲୁକ ଆଇନ ସେବା ପ୍ରାଧିକରଣ ସମିତିର ଅଧ୍ୟକ୍ଷ ଡ଼ଃ ତାରିଣୀ ପ୍ରସାଦ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଚାରା ରୋପଣ କରିଥିଲେ। ଏହି ଅବସରରେ ସେ ଛାତ୍ରୀଛାତ୍ରମାନଙ୍କୁ ‘ବୃକ୍ଷ ହିଁ ଜୀବନ’ ବୋଲି କହି ପରିବେଶ ସୁରକ୍ଷା ସମ୍ପର୍କରେ ସଚେତନ କରିଥିଲେ। ଚଳିତ ବର୍ଷ ଏହି ବନ ମହୋତ୍ସବ ଅନ୍ତର୍ଗତ ବ୍ଲକର ୫ଟି ପ୍ରମୁଖ ସ୍ଥାନ—କୁମୁଡ଼ାବାହାଲ ଗ୍ରାମବିକାଶ ଶିକ୍ଷା ନିକେତନ, ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ, ଦର୍ଶନୀୟ ସ୍ଥାନ ‘ହେଲୋ ପଏଣ୍ଟ’, ଶୁଣ୍ଢିଯୁବା ପ୍ରାଥମିକ ବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରାୟ ୨୦୦ଟି ସୁନ୍ଦର ଚାରା ରୋପଣ କରାଯାଇଛି। ଏଥିରେ ଚମ୍ପା, କାଜୁ, ଆମ୍ବ, ଅଁଳା, କାଞ୍ଚନ ଓ ଶିଶୁ ଆଦି ପ୍ରଜାତିର ବୃକ୍ଷ ସାମିଲ ରହିଛି।

କାର୍ଯ୍ୟକ୍ରମରେ ବନ ବିଭାଗ ପକ୍ଷରୁ ଫରେଷ୍ଟର ଏକାଦଶୀ ନାଏକ, ଫରେଷ୍ଟ ଗାର୍ଡ ସୁଧାଂଶୁ ସାହୁ, ରଞ୍ଜିତା ଖଡ଼ିଆ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନାଗେଶ୍ୱର ନାଏକଙ୍କ ସମେତ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ଅପରପକ୍ଷରେ ନ୍ୟାୟିକ ବିଭାଗ ପକ୍ଷରୁ କୋର୍ଟର ହେଡ୍ କ୍ଲର୍କ ଅଶୋକ ସାହୁ, ଜୁନିଅର କ୍ଲର୍କ ଜିମି ବେହେରା, ଏପିପି ପ୍ରିୟଙ୍କା ମାଝୀ, ଏପିପି ସୁଧାଂଶୁ ନାଏକ, ସିଏସଆଇ ରାଜଶେଖର ପାଡ଼େଲା ଏବଂ ଆଇନଜୀବୀ ମନୋରଞ୍ଜନ ନାଏକ ଓ ଦିଲ୍ଲୀପ କୁମାର ନାଏକ ପ୍ରମୁଖ ଉପସ୍ଥିତ ରହି ବୃକ୍ଷରୋପଣ କରିଥିଲେ। ବନାଞ୍ଚଳ ଅଧିକାରୀ ସୂଚନା ଦେଇ କହିଛନ୍ତି ଯେ, ଏହା କେବଳ ସରକାରୀ ସପ୍ତାହ ମଧ୍ୟରେ ସୀମିତ ନୁହେଁ, ଆଗାମୀ ଦିନରେ ମଧ୍ୟ ଯେକୌଣସି ଅନୁଷ୍ଠାନ ଯୋଗାଯୋଗ କଲେ ବନ ବିଭାଗ ଚାରା ଯୋଗାଇବା ସହ ବୃକ୍ଷରୋପଣରେ ସହଯୋଗ କରିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?