୩୦ରେ ସମ୍ବର୍ଦ୍ଧିତ ହେବେ ୭୮ ବିଧାୟକ, ୨୦ ଏମ୍‌ପି

ଭୁବନେଶ୍ୱର, ୨୮।୬(ସୁନିତ୍‌ ମିଶ୍ର)): ରାଜ୍ୟବାସୀଙ୍କ ଆଶୀର୍ବାଦରେ ଭାଜପା ପ୍ରଥମ ଥର ପାଇଁ ଓଡ଼ିଶାରେ ଏକାକୀ ସରକାର ଗଠନ କରିପାରିଛି। ଏଥିସହ ଦେଶବାସୀଙ୍କ ଆଶୀର୍ବାଦ ପାଇ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରରେ ମଧ୍ୟ ସରକାର ଗଠନ ହୋଇଛି । ରାଜ୍ୟବାସୀ ଏଥର ୭୮ ଜଣ ବିଧାୟକ ଏବଂ ୨୦ ଜଣ ଏମ୍‌ପିଙ୍କୁ ନିର୍ବାଚିତକରି ବିଧାନସଭା ଏବଂ ଲୋକ ସଭାକୁ ପ୍ରତିନିଧି ଭାବେ ପଠାଇଛନ୍ତି । କ୍ରମାଗତ ୩ୟ ଥର ପାଇଁ ଦାୟିତ୍ୱ ନେଇଥିବା ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳରେ ଓଡ଼ିଶାର ୩ ଜଣ ସ୍ଥାନିତ ହୋଇଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ଭାଜପା ସରକାର ଗଠନ କରିଛି । ବିକଶିତ ଓଡ଼ିଶା ଗଠନ ଆମର ସଂକଳ୍ପ । ଏହି ଅବସରରେ ଆସନ୍ତା ୩୦ରେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣଙ୍କ ସମେତ ସମସ୍ତ ନବନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ ବୋଲି ଭାଜପା ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିରଞ୍ଚି କହିଛନ୍ତି, ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାରେ ଭାଜପାର କେନ୍ଦ୍ରୀୟ ନେତୃବୃନ୍ଦ, ରାଜ୍ୟରୁ ପ୍ରତିନିଧିତ୍ୱ କରୁଥିବା ସମସ୍ତ ରାଷ୍ଟ୍ରୀୟ ପଦାଧିକାରୀ, କାର୍ଯ୍ୟକାରିଣୀ ସଦସ୍ୟ, ବିଭିନ୍ନ ମୋର୍ଚ୍ଚା ପଦାଧିକାରୀ, ରାଜ୍ୟ ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ସଦସ୍ୟ, ରାଜ୍ୟର ବିଭିନ୍ନ ମୋର୍ଚ୍ଚାର ପଦାଧିକାରୀ, ଜିଲା ପଦାଧିକାରୀ, କାର୍ଯ୍ୟକାରିଣୀ ସଦସ୍ୟ ପ୍ରମୁଖ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri