୩୦ରେ ସମ୍ବର୍ଦ୍ଧିତ ହେବେ ୭୮ ବିଧାୟକ, ୨୦ ଏମ୍‌ପି

ଭୁବନେଶ୍ୱର, ୨୮।୬(ସୁନିତ୍‌ ମିଶ୍ର)): ରାଜ୍ୟବାସୀଙ୍କ ଆଶୀର୍ବାଦରେ ଭାଜପା ପ୍ରଥମ ଥର ପାଇଁ ଓଡ଼ିଶାରେ ଏକାକୀ ସରକାର ଗଠନ କରିପାରିଛି। ଏଥିସହ ଦେଶବାସୀଙ୍କ ଆଶୀର୍ବାଦ ପାଇ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରରେ ମଧ୍ୟ ସରକାର ଗଠନ ହୋଇଛି । ରାଜ୍ୟବାସୀ ଏଥର ୭୮ ଜଣ ବିଧାୟକ ଏବଂ ୨୦ ଜଣ ଏମ୍‌ପିଙ୍କୁ ନିର୍ବାଚିତକରି ବିଧାନସଭା ଏବଂ ଲୋକ ସଭାକୁ ପ୍ରତିନିଧି ଭାବେ ପଠାଇଛନ୍ତି । କ୍ରମାଗତ ୩ୟ ଥର ପାଇଁ ଦାୟିତ୍ୱ ନେଇଥିବା ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳରେ ଓଡ଼ିଶାର ୩ ଜଣ ସ୍ଥାନିତ ହୋଇଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ଭାଜପା ସରକାର ଗଠନ କରିଛି । ବିକଶିତ ଓଡ଼ିଶା ଗଠନ ଆମର ସଂକଳ୍ପ । ଏହି ଅବସରରେ ଆସନ୍ତା ୩୦ରେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣଙ୍କ ସମେତ ସମସ୍ତ ନବନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ ବୋଲି ଭାଜପା ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିରଞ୍ଚି କହିଛନ୍ତି, ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାରେ ଭାଜପାର କେନ୍ଦ୍ରୀୟ ନେତୃବୃନ୍ଦ, ରାଜ୍ୟରୁ ପ୍ରତିନିଧିତ୍ୱ କରୁଥିବା ସମସ୍ତ ରାଷ୍ଟ୍ରୀୟ ପଦାଧିକାରୀ, କାର୍ଯ୍ୟକାରିଣୀ ସଦସ୍ୟ, ବିଭିନ୍ନ ମୋର୍ଚ୍ଚା ପଦାଧିକାରୀ, ରାଜ୍ୟ ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ସଦସ୍ୟ, ରାଜ୍ୟର ବିଭିନ୍ନ ମୋର୍ଚ୍ଚାର ପଦାଧିକାରୀ, ଜିଲା ପଦାଧିକାରୀ, କାର୍ଯ୍ୟକାରିଣୀ ସଦସ୍ୟ ପ୍ରମୁଖ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?