Posted inଖେଳ

ଋଷି ସୁନକ୍‌ଙ୍କ ଅଡ଼ୁଆ ବଢ଼ିଲା

ନୂଆଦିଲ୍ଲୀ,୨୬ା୫:ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଜୁଲାଇ ୪ରେ ଦେଶରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଘୋଷଣା କରିବାର ୨ ଦିନ ପରେ ଶାସକ କଞ୍ଜରଭେଟିଭ୍‌ ପାର୍ଟିର ୭୮ ଏମ୍‌ପି ସମୂହ ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ୪୪ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ସୁନକ୍‌ଙ୍କ ପାଇଁ ଏହାକୁ ବଡ଼ ଚ୍ୟାଲେଞ୍ଜ ବୋଲି କୁହାଯାଉଛି।
ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କୁ ଦଳ ଭିତରୁ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ସେ ଗତ ୨୩ ତାରିଖରେ ଆଗୁଆ ନିର୍ବାଚନ ତାରିଖ ଘୋଷଣା କରିଥିଲେ। ଏହା ପରେ ସୁନକ୍‌ ଶନିବାର ପ୍ରଚାରରେ ବାହାରିବା ପରିବର୍ତ୍ତେ ଘରେ ରହି ନିଜ ପରିବାର ଓ ଘନିଷ୍ଠ ପରାମର୍ଶଦାତାମାନଙ୍କ ସହ ସମୟ ବିତାଇଛନ୍ତି। ଇତିମଧ୍ୟରେ ତାଙ୍କ କ୍ୟାବିନେଟ ମନ୍ତ୍ରୀ ମାଇକେଲ ଗୋଭ୍‌ ଏବଂ ଆଣ୍ଡ୍ରିଆ ଲିଡ୍‌ସମ୍‌ଙ୍କ ସମେତ ଅନେକ ସହଯୋଗୀ ଇସ୍ତଫା ଦେବା ସହ ନିର୍ବାଚନ ନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଇସ୍ତଫା ପ୍ରଦାନକାରୀ କଞ୍ଜରଭେଟିଭ୍‌ ପାର୍ଟି ଏମ୍‌ପିଙ୍କ ସଂଖ୍ୟା ୭୮ରେ ପହଞ୍ଚତ୍ଛି।
ଗୋଭ୍‌ ସୋସିଆଲ ମିଡିଆରେ ନିଜ ଇସ୍ତଫା ଘୋଷଣା କରିଛନ୍ତି। ତାଙ୍କ ଇସ୍ତଫା ବ୍ରିଟେନର ସମସ୍ତ ସଂସଦୀୟ ଆସନରେ ସୁନକ୍‌ଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ବୋଲି ମନେକରାଯାଉଛି। ସେହିପରି ଲିଡ୍‌ସମ୍‌ ମଧ୍ୟ ପୁନଃ ପ୍ରତିଦ୍ୱନ୍ଦ୍ୱିତା ନ କରିବା ବିଷୟ ସୁନକ୍‌ଙ୍କ ପାଖକୁ ପଠାଇଥିବା ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ଏହା ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଥେରେସା ମେ ଏବଂ ପ୍ରାକ୍ତନ ପ୍ରତିରକ୍ଷା ମନ୍ତ୍ରୀ ବେନ୍‌ ଓ୍ବାଲେସ୍‌ ମଧ୍ୟ ସକ୍ରିୟ ରାଜନୀତି ଛାଡ଼ିବା ବିଷୟ ସୁନକ୍‌ଙ୍କୁ ଜଣାଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ସମୟରେ ବରଗଡ଼ରେ ଚାଞ୍ଚଲ୍ୟ: ଗଳାକାଟି ଯୁବକଙ୍କୁ ହତ୍ୟା କଲେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ଉତ୍ସବମୁଖର ହୋଇ ପଡିଥିବାବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲିରେ ଜଣେ...

ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିଲେ ହୋମଗାର୍ଡ, ବାଟରେ ଘଟିଲା…

ବଲାଙ୍ଗୀର, ୩।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ମଲମଣ୍ଡା-ରଣ୍ଡା ଗାଁ ମଝିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି।...

ପାରିବାରିକ ଉତ୍ତରଦାୟିତ୍ୱ

ମାନବର ଅତ୍ୟଧିକ ମାଦକ ଦ୍ରବ୍ୟ ସେବନ ଏବଂ ଅମାନବୀୟ ଚାରିତ୍ରିକ ସ୍ଖଳନ ସମାଜର ମେରୁଦଣ୍ଡକୁ ଭାଙ୍ଗିବାକୁ ବସିଛି। କିଛି ପରିବାରରେ ଏହା ଆଭିଜାତ୍ୟର ରୂପ ନେଇସାରିଛି।...

ଡାଇଓଜିନୀଜଙ୍କ ଅନ୍ବିଷ୍ଟ ମଣିଷ

ସୁଦୂର ଅତୀତର (କାରଣ ଖ୍ରୀଷ୍ଟପୂର୍ବ) ଏଇ ବିସ୍ମୟକର ଅଥଚ ଆଧ୍ୟାତ୍ମିକ ଭାବସମ୍ପନ୍ନ ଅଲୌକିକ କ୍ରିୟା, ମାନବ ସଭ୍ୟତାର ଇତିହାସରେ ଏକ ମାଇଲ ଖୁଣ୍ଟ। ସୃଷ୍ଟିର ରାଜମୁକୁଟ...

ଚାପର ପରୀକ୍ଷା

ଜଟିଳ ସ୍ଥିତି ଦେଇ ଗତି କରୁଥିବା ଭାରତ-ବାଂଲାଦେଶ ସମ୍ପର୍କକୁ ସୁଧାରିବା ଲାଗି ଚେଷ୍ଟା କରାଯାଉଛି। ଉଭୟ ପକ୍ଷର ସଂସ୍ଥା, ସୁରକ୍ଷା ଏଜେନ୍ସି ଏବଂ ଦାୟିତ୍ୱରେ ଥିବା...

ରବିଚାଷ ପାଇଁ ଅନିଶ୍ଚିତତାରେ ଚାଷୀ: ଉଠାଜଳସେଚନ ପ୍ରକଳ୍ପରେ ବିଦ୍ୟୁତ୍‌ ସଂଯୋଗ ବିଳମ୍ବ ଅଭିଯୋଗ

ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଯୋଗୀସର୍ଡା ଗ୍ରାମର ଚାଷୀ ଅରବିନ୍ଦ ମିଶ୍ର। ତାଙ୍କ ଚାଷଜମିରେ ଉଠାଜଳସେଚନ ବିଭାଗ ପକ୍ଷରୁ ଏକ ବୋରିଂ ଖୋଳାଯିବା ସହିତ...

ବରଗଡ଼ ଧନୁଯାତ୍ରା: କିଛି କଥା, କିଛି ବ୍ୟଥା

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ମଥୁରାନଗରୀ ପାଲଟିଥାଏ। ଏଠାରେ କଂସ ରାଜୁତି ଚାଲିଥାଏ ଏବଂ ଅନ୍ୟାୟ, ଅତ୍ୟାଚାର ବଢ଼ି ଚାଲିଥାଏ। ଏହା ପୌରାଣିକ...

ନିର୍ବନ୍ଧ -ବିବାହକୁ ନେଇ କନଫର୍ମ କଲେ ପ୍ରିୟଙ୍କା ଗାନ୍ଧୀ, ପୁଅ, ବୋହୂଙ୍କ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୩।୧: କଂଗ୍ରେସ ମହାସଚିବ ଏବଂ ୱାୟନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶେଷରେ ତାଙ୍କ ପୁଅ ରେହାନଙ୍କ ନିର୍ବନ୍ଧ ଏବଂ ବିବାହକୁ ନିଶ୍ଚିତ କରିଛନ୍ତି। ପ୍ରିୟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri