୧୦ ବର୍ଷରେ ୭୮୪ ହାତୀ ମୃତ

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ହାତୀବଂଶ ଧୀରେ ଧୀରେ ଲୋପ ହୋଇଯିବ। ଖାଦ୍ୟ, ପାନୀୟ ଓ ବାସସ୍ଥଳୀ ଅଭାବରୁ ଏହି ବିଶାଳକାୟ ଜୀବ ଜନବସତିମୁହାଁ ହେଉଛନ୍ତି। ଫଳରେ ହାତୀ ଓ ମଣିଷ ମଧ୍ୟରେ ସଂଘର୍ଷ କାରଣରୁ ହାତୀ ମୃତ୍ୟୁମୁଖରେ ପଡୁଛନ୍ତି। କେବଳ ହାତୀ ନୁହେଁ ଏହି ସଂଘର୍ଷରେ ଅନେକ ବ୍ୟକ୍ତିଙ୍କର ମଧ୍ୟ ପ୍ରାଣହାନି ଘଟୁଛି।
ଗତ ୧୦ ବର୍ଷ(୨୦୧୨ରୁ ୨୦୨୨ ମସିହା ପର୍ଯ୍ୟନ୍ତ)ରେ ଓଡ଼ିଶାର ବିଭିନ୍ନ ଜିଲାରେ ୭୮୪ ହାତୀ ମରିଥିବା ବେଳେ ୯୨୫ ମଣିଷ ହାତୀ ଆକ୍ରମଣର ଶିକାର ହୋଇଛନ୍ତି। ଭାଜପା ସଭ୍ୟ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ମଙ୍ଗଳବାର ବିଧାନସଭାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏହି ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ୨୦୧୨-୧୩ରେ ୮୨ ହାତୀଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୧୩-୧୪ରେ ୭୦, ୨୦୧୪-୧୫ରେ ୫୪, ୨୦୧୫-୧୬ରେ ୮୬, ୨୦୧୬-୧୭ରେ ୭୬, ୨୦୧୭-୧୮ରେ ୭୮, ୨୦୧୮-୧୯ରେ ୯୩, ୨୦୧୯-୨୦ରେ ୮୨, ୨୦୨୦-୨୧ରେ ୭୭ ଏବଂ ୨୦୨୧- ୨୨ରେ ୮୬ ହାତୀଙ୍କ ମୃତ୍ୟୁ ଘଟିଛି। ସେହିପରି ୨୦୧୨-୧୩ରେ ହାତୀ ଆକ୍ରମଣରେ ୮୦ ଜଣଙ୍କର ଜୀବନ ଯାଇଥିବା ବେଳେ ୨୦୧୩-୧୪ରେ ୬୭, ୨୦୧୪-୧୫ରେ ୬୫, ୨୦୧୫-୧୬ରେ ୮୯, ୨୦୧୬-୧୭ରେ ୬୬, ୨୦୧୭-୧୮ରେ ୧୦୫, ୨୦୧୮-୧୯ରେ ୮୫, ୨୦୧୯-୨୦ରେ ୧୧୭, ୨୦୨୦-୨୧ରେ ୧୩୯ ଓ ୨୦୨୧-୨୨ରେ ୧୧୨ ଜଣ ଲୋକଙ୍କର ମୃତ୍ୟୁ ଘଟିଛି।
ଏହି ସମୟରେ ମୋଟ ୨୧୨ ଜଣ ହାତୀ ଆକ୍ରମଣରେ ସମ୍ପୂର୍ଣ୍ଣ ଅକର୍ମଣ୍ୟ ହୋଇଛନ୍ତି। ୨୦୧୨-୧୩ରେ ୫, ୨୦୧୩-୧୪ରେ ୧୯, ୨୦୧୪-୧୫ରେ ୧୦, ୨୦୧୫-୧୬ରେ ୧୩, ୨୦୧୬-୧୭ରେ ୧୪, ୨୦୧୭-୧୮ରେ ୧୮, ୨୦୧୮-୧୯ରେ ୧୬, ୨୦୧୯-୨୦ରେ ୪୫, ୨୦୨୦-୨୧ରେ ୨୧ ଓ ୨୦୨୧-୨୨ରେ ସର୍ବାଧିକ ୫୧ ଜଣ ଅକର୍ମଣ୍ୟ ହୋଇଛନ୍ତି। ହାତୀ ମୃତ୍ୟୁ ମାମଲା ମଧ୍ୟରୁ ୩୯ ମାମଲାର ତଦନ୍ତ କରାଯାଇ ୫୦ ବ୍ୟକ୍ତିଙ୍କ ସମ୍ପୃକ୍ତି ନେଇ ଚାର୍ଜଶିଟ୍‌ ହୋଇଛି। ତେବେ କୌଣସି ଅଭିଯୁକ୍ତଙ୍କୁୁ ବର୍ତ୍ତମାନ ସୁଦ୍ଧା ଦଣ୍ଡ ଦିଆଯାଇନାହିଁ।୨୦୧୭ ଗଣନା ଅନୁସାରେ ରାଜ୍ୟରେ ୧୯୭୬ ହାତୀ ଅଛନ୍ତି। ହାତୀ ସୁରକ୍ଷା ନିମନ୍ତେ ଜଙ୍ଗଲରେ ବୃକ୍ଷରୋପଣଠାରୁ ଆରମ୍ଭ କରି ଚାରଣ ଭୂମି ସୃଷ୍ଟି, ଜଳାଶୟ ଖନନ, ଶିକାରୀ ନିରୋଧ ଶିବିର କରିବା, ବୈଜ୍ଞାନିକ ଜ୍ଞାନକୌଶଳ ଦ୍ୱାରା ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ମନ୍ତ୍ରୀ କହିଛନ୍ତି। ସେହିପରି ଭାଜପା ସଭ୍ୟ କୁସୁମ ଟେଟେଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି, ୨୦୧୭-୧୮ରୁ ୨୦୨୧-୨୨ ମଧ୍ୟରେ ରାଜ୍ୟର ୩୯ଟି ବନଖଣ୍ଡରେ ବିଭିନ୍ନ କାରଣରୁ ୪୧୦ ହାତୀଙ୍କ ମୃତ୍ୟୁ ହୋଇଛି। ଏହି ୫ ବର୍ଷ ଭିତରେ ପ୍ରାକୃତିକ କାରଣରୁ ୪୪ଟି ହାତୀଙ୍କର ମୃତ୍ୟୁ ହୋଇଥିବା ବେଳେ ଶିକାରୀଙ୍କ ହାତରେ ୧୦ ହାତୀଙ୍କ ଜୀବନ ଯାଇଛି। ବିଷ ପ୍ରୟୋଗ ଦ୍ୱାରା ରାଉରକେଲା ଡିଭିଜନରେ ଗୋଟିଏ ହାତୀର ମୃତ୍ୟୁ ହୋଇଛି। ବିଦ୍‌ୟୁତ୍‌ ଆଘାତରେ ଆକସ୍ମିକ ଭାବେ ୨୬ ହାତୀଙ୍କ ଜୀବନ ଯାଇଥିବା ବେଳେ ସୁଚିନ୍ତିତ ଭାବେ ୩୫ ହାତୀ ମରାଯାଇଛି। ରେଳ ଦୁର୍ଘଟଣାରେ ୧୭ ଓ ସଡ଼କ ଦୁର୍ଘଟଣାରେ ୪ ହାତୀଙ୍କ ମୃତ୍ୟୁ ହୋଇଛି। ଅନ୍ୟାନ୍ୟ ଦୁର୍ଘଟଣା କାରଣରୁ ୮୫ ହାତୀଙ୍କ ମୃତ୍ୟୁ ହୋଇଛି। ଆନ୍ଥ୍ରାକ୍ସ ରୋଗରେ ୨୪ ଓ ହରପିସ୍‌ ରୋଗରେ ୧୦ ହାତୀଙ୍କ ମୃତ୍ୟୁ ହୋଇଛି। ଅନ୍ୟାନ୍ୟ ରୋଗରେ ୧୨୪ ହାତୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩୬ ହାତୀଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri