Posted inଜାତୀୟ

ବିଶେଷଜ୍ଞଙ୍କ ବିନା ପରାମର୍ଶରେ ହାଇବ୍ରିଡ୍‌ ହିୟରିଂ ପାଇଁ ୭୯ କୋଟି ମଞ୍ଜୁରୀ, ସରକାରଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୧।୧୦: ହାଇବ୍ରିଡି ହିୟରିଂ ପାଇଁ ବିଶେଷଜ୍ଞଙ୍କ ବିନା ପରାମର୍ଶରେ ଦିଲ୍ଲୀ ସରକାର ୭୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏନେଇ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ସରକାରଙ୍କୁ ଏଭଳି କାହିଁକି ହୋଇଛି ବୋଲି ପ୍ରଶ୍ନ କରାଯାଇଛି। ଏନେଇ ବିଚାରପତି ବିପିନ ସାଙ୍ଘି ଏବଂ ଜସମିତ୍‌ ସିଂଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ପକ୍ଷରୁ ଦିଲ୍ଲୀ ସରକାରଙ୍କଠାରୁ ଉତ୍ତର ଲୋଡ଼ା ଯାଇଛି।

ଏହା ଦ୍ୱାରା ଦିଲ୍ଲୀର ହାଇ କୋର୍ଟ ସମେତ ଅନ୍ୟ ନିମ୍ନ ଅଦାଲତରେ ଉପସ୍ଥିତ ରହି ଏବଂ ଭର୍ଚୁଆଲ ମାଧ୍ୟମରେ ଶୁଣାଣି କରାଯାଇ ପାରିବ। ତେବେ ଏହାର ଭିତ୍ତିଭୂମି ବିକାଶ ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ଜରୁରୀ ହୋଇଥିବାବେଳେ ଦିଲ୍ଲୀ ସରକାର ଏଭଳି କୌଣସି ପଦକ୍ଷେପ ଗ୍ରହଣ କରି ନ ଥିବା ଅନୀଲ କୁମାର ହାଜ୍‌ଲେଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନରେ ଉଲ୍ଲେଖ କରାଯାଇଛି।

ବିନା ପରାମର୍ଶରେ ସର୍ବସାଧାରଣଙ୍କ ଅର୍ଥର ଏଭଳି ବ୍ୟବହଶଣ ଉଚିତ ନୁହେଁ ବୋଲି କୋର୍ଟ କହିଛନ୍ତି। ଖଣ୍ଡପୀଠ ହାଇକୋର୍ଟର ରେଜିଷ୍ଟାର ଜେନେରାଲଙ୍କୁ ଏନେଇ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି।
ଆବଶ୍ୟକସ୍ଥଳେ ବିଶେଜ୍ଞଙ୍କ ମତାମତକୁ ଦାଖଲ କରିବାକୁ ଖଣ୍ଡପୀଠ ଆଦେଶ ଦେଇଛନ୍ତି।

ଶୁଣାଣି ସମୟରେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ଆଇଜନୀବୀ ଶାହଦନ ଫାରାସତ୍‌ ଉପସ୍ଥିତ ରହି ଏସମ୍ପର୍କରେ ଅକ୍ଟୋବର ୨୯ରେ ଅତିରିକ୍ତ ମୁଖ୍ୟ ସଚିବ ଏବଂ ଅନ୍ୟ ଫୋରମ୍‌ର ପ୍ରତିନିଧିଙ୍କର ଏକ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri