ରାଜ୍ୟର ୭୯ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ଦୁଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ

ଭୁବନେଶ୍ୱର,୨୭।୬: ରାଜ୍ୟରେ ଥିବା ଅଣାଅସୀଟି ମାଧ୍ୟମିକ ବିଦ୍ୟାଳୟକୁ ଯୁକ୍ତ ଦୁଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଭାବେ ଉନ୍ନୀତ କରାଯାଇଛି । ଶିକ୍ଷା ମନ୍ତ୍ରଣାଳୟର ପ୍ରକଳ୍ପ ଅନୁମୋଦନ ବୋର୍ଡର ସୁପାରିସ କ୍ରମେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଉନ୍ନୀତ ହୋଇଥିବା ଅଣାଅସୀଟି ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ କଳା ବିଭାଗ ଖୋଲିବ । ଚଳିତ ଶିକ୍ଷାବର୍ଷରୁ ଏହା କାର୍ଯ୍ୟକ୍ଷମ ହେବ ବୋଲି ଜଣାପଡ଼ିଛି ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, କଳାହାଣ୍ଡିରେ ୧୭ଟି ମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ କରାଯାଇଥିବା ବେଳେ ଗଞ୍ଜାମରେ ୧୪ଟି, ସୁନ୍ଦରଗଡ଼ରେ ୧୦ଟି, ବଲାଙ୍ଗୀରରେ ୮ଟି, ଭଦ୍ରକରେ ୪ଟି, କୋରାପୁଟରେ ୬ଟି, କେନ୍ଦୁଝରରେ ୫ଟି, ଝାରସୁଗୁଡ଼ାରେ ୪ଟି, ସମ୍ବଲପୁରରେ ୩ଟି, ବୌଦ୍ଧ, ମାଲକାନଗିରି ଓ ନବରଙ୍ଗପୁରରେ ୨ଟି ଲେଖାଏଁ ଏବଂ ମୟୂରଭଞ୍ଜ ଓ ନୂଆପଡ଼ାରେ ଗୋଟିଏ ଲେଖାଏଁ ବିଦ୍ୟାଳୟ ରହିଛି ।

ଅନ୍ୟପଟେ ରାଜ୍ୟରେ ଥିବା ଯୁକ୍ତ ୩ କଳା, ବିଜ୍ଞାନ, ବାଣିଜ୍ୟ, ଶାସ୍ତ୍ରୀ, ସେଲଫ୍‍ ଫାଇନାନ୍ସିଂ ଓ ଆଇନ ଶ୍ରେଣୀରେ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟ ପାଇଁ ମୋଟ୍‍ ୧ ଲକ୍ଷ ୭୮ ହଜାର ୯୭୬ ଜଣ ଛାତ୍ରଛାତ୍ରୀ ନାମ ଲେଖାଇବା ପାଇଁ ମନୋନୀତ ହୋଇଛନ୍ତି । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଯୁକ୍ତ ୩ କଳାରେ ୧ ଲକ୍ଷ ୯ ହଜାର ୮୫୪ ଜଣ ଛାତ୍ରଛାତ୍ରୀ ନାମ ଲେଖାଇବା ପାଇଁ ଚୟନ ହୋଇଥିବା ବେଳେ ବିଜ୍ଞାନରେ ୪୫ ହଜାର ୬୧୪, ବାଣିଜ୍ୟରେ ୧୭ ହଜାର ୧୫୬, ଶାସ୍ତ୍ରୀରେ ୩ ହଜାର ୫୭୪, ସେଲ୍‍ଫ ଫାଇନାନ୍ସିଂରେ ୨ ହଜାର ୬୨୬ ଏବଂ ଆଇନ ପାଠ୍ୟକ୍ରମରେ ୧୫୨ ଜଣ ନାମ ଲେଖାଇବାକୁ ଚୟନ ହୋଇଛନ୍ତି ।

ଗୁରୁବାର ସୁଦ୍ଧା ଯୁକ୍ତ ୩ କଳାରେ ୫ ହଜାର ୧୪୬ ଜଣ ନାମ ଲେଖାଇଥିବା ବେଳେ ବିଜ୍ଞାନରେ ୧ ହଜାର ୬୧ ଜଣ, ବାଣିଜ୍ୟରେ ୯୨୬ ଜଣ, ସେଲଫ୍‍ ଫାଇନାନ୍ସିଂରେ ୭୬ ଜଣ, ଶାସ୍ତ୍ରୀରେ ୨୬୧ ଜଣ ନାମ ଲେଖାଇଛନ୍ତି । ଏହି ପ୍ରଥମ ପର୍ଯ୍ୟାୟ ନାମଲେଖା ଚଳିତ ମାସ ୨୯ ତାରିଖ ସନ୍ଧ୍ୟା ୫ଟା ଯାଏଁ ଚାଲିବ । ଦ୍ୱିତୀୟ ପର୍ଯ୍ୟାୟ ମେଧାତାଲିକା ଜୁଲାଇ ୫ ତାରିଖରେ ପ୍ରକାଶ ପାଇବ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଫର୍ମକୁ ନେଇ ଏମିତି କହିଦେଲେ ସୂର୍ଯ୍ୟକୁମାର: ରନ୍‌ କରିପାରୁନାହିଁ କିନ୍ତୁ…

ନୂଆଦିଲ୍ଲୀ,୧୫।୧୨: ବହୁତ ଦିନ ଧରି ବଡ଼ ସ୍କୋର କରିବାକୁ ସଂଘର୍ଷ କରୁଥିବା ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଟି-୨୦...

ବଂଶଗତ ରୋଗ ଥାଲାସିମିଆ

ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍‌ ପରିବହନକାରୀ ହେମୋଗ୍ଲୋବିନ୍‌ର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା।...

ମୋକିମଙ୍କ ବିଦା ପରେ ମୁହଁ ଖୋଲିଲେ ନରସିଂହ ମିଶ୍ର, କହିଲେ ନିଷ୍ପତ୍ତି ଉପରେ…

ଭୁବନେଶ୍ୱର,୧୫ା୧୨:  ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ଆଜି ଦଳରୁ ବିଦା କରିଛି କଂଗ୍ରେସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ...

୫୧ ବର୍ଷ ପରେ କ୍ରିକେଟ୍‌ରେ ଘଟିଲା…ଗୋଟିଏ ଦଳରେ ୩ ଭାଇ

ନୂଆଦିଲ୍ଲୀ,୧୫।୧୨: ICC ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ନାମ୍ବିଆ ଏବଂ ଜିମ୍ବାୱେରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ଦେଶ ଗୋଟିଏ ପରେ ଗୋଟିଏ...

ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ: ତଥାଗତ

ଭୁବନେଶ୍ୱର,୧୫ା୧୨(ଜିତେନ୍ଦ୍ର କୁମାର ନାୟକ): ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ ବୋଲି ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ରବିବାର ଦିବସବ୍ୟାପୀ ଅନୁଷ୍ଠିତ...

ମେସିଙ୍କୁ ସ୍ବାଗତ ପାଇଁ ଦିଲ୍ଲୀରେ ହାଇ ଆଲର୍ଟ! ହ୍ୟାଣ୍ଡସେକ୍‌ କରିବାକୁ ଚାହୁଁଥିଲେ ଦେବାକୁ ପଡ଼ିବ ଏତିକି କୋଟି

ନୂଆଦିଲ୍ଲୀ,୧୫।୧୨: ଫୁଟବଲ ଜଗତର ସବୁଠାରୁ ବଡ ତାରକା ଏବଂ ଆର୍ଜେଣ୍ଟିନାକୁ ବିଶ୍ୱକପ ଗୌରବ ପ୍ରଦାନ କରିଥିବା ଅଧିନାୟକ ଲିଓନେଲ ମେସି ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ...

IND v SA, 3rd T20I: ଦକ୍ଷିଣ ଆଫ୍ରିକାକୁ ମହଙ୍ଗା ପଡିଲାକି ଗମ୍ଭୀରଙ୍କ ଚତୁର ରଣନୀତି, ହଠାତ୍…

ନୂଆଦିଲ୍ଲୀ,୧୫।୧୨: ତୃତୀୟ ଟି-୨୦ ମ୍ୟାଚରେ ଭାରତ ୭ ୱିକେଟରେ ବିଜୟୀ ହୋଇଛି । ଅର୍ଶଦୀପ ସିଂହଙ୍କ ବୋଲିଂ ଭାରତର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା...

ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜରେ ଚମକିଲେ ରାକେଶ

ରାଇକିଆ,୧୫।୧୨,(ପ୍ରଦୀପ ବେହେରା): ଭୁବନେଶର ପଠାଣୀ ସାମନ୍ତ ପ୍ଲାନେଟାରିୟମରେ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜ କାର୍ଯ୍ୟକ୍ରମରେ ନିଜର ପ୍ରତିଭା ଦେଖାଇଛନ୍ତି କନ୍ଧମାଳ ଜିଲା ରାଇକିଆ ବିଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri