Posted inଜାତୀୟ

କରୋନା ପରେ ଏବେ ଜିକା ଭାଇରସ୍‌ ଚିନ୍ତା

ପୁଣେ, ୧୦।୮: ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ କରୋନା ଭାଇରସ ସଂକ୍ରମଣରୁ ଉଦ୍ଧାର ପାଇ ନ ଥିବାବେଳେ ଏବେ ଅନ୍ୟ ଏକ ବିପଦ ସ୍ବାସ୍ଥ୍ୟ ବିଭାଗକୁ ଚିନ୍ତାରେ ପକାଇଛି। ଏବେ ମହାରାଷ୍ଟ୍ରରେ ଜିକା ଭାଇରସ୍‌ ବ୍ୟାପିବା ଆଶଙ୍କା ବଢିଛି। ପୁଣେରେ ଜିକା ଭାଇରସର ପ୍ରଥମ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ସତର୍କ ଅବସ୍ଥାରେ ଅଛି ଏବଂ ୭୯ଟି ଗାଁରେ ଜିକା ଭାଇରସ ବ୍ୟାପିବାର ଆଶଙ୍କା ରହିଛି। ଜିକା ଭାଇରସ୍‌ ବିପଦକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ଏବେଠାରୁ ପ୍ରସ୍ତୁତିକୁ ଜୋରଦାର କରିଛି।
ସୂଚନାଯୋଗ୍ୟ, ପୁଣେର ବେଲସର ଗ୍ରାମରେ ଜିକା ଭାଇରସ୍‌ର ପ୍ରଥମ ରୋଗୀ ଚିହ୍ନଟ ହୋଇଛନ୍ତି। ଜିକା ଭାଇରସର ପ୍ରଥମ ମାମଲା ରିପୋର୍ଟ ହେବା ପରେ ପୁଣେର ସ୍ବାସ୍ଥ୍ୟ ବିଭାଗ ଜିଲା ମାଜିଷ୍ଟ୍ରେଟଙ୍କ ସହ ଏକ ବୈଠକ କରିଥିଲା। ଏହି ବୈଠକ ପରେ ସମସ୍ତ ଗ୍ରାମ ପଞ୍ଚାୟତ ଏବଂ ସ୍ଥାନୀୟ ପ୍ରଶାସନକୁ ସତର୍କ କରାଯାଇଥିଲା। ସ୍ବାସ୍ଥ୍ୟ ବିଭାଗର ସୂଚନାନୁସାରେ ପୁଣେର ୭୯ଟି ଗାଁରେ ଜିକା ଭାଇରସ୍‌ ବିସ୍ତାର ହେବାର ଆଶଙ୍କା ଅଧିକ ରହିଛି।
ଜିକା ଭାଇରସୁ ଏଡିସ ମଶା ଦ୍ୱାରା ବିସ୍ତାର ହୁଏ। ଏହି ମଶାମାନେ ଡେଙ୍ଗୁ ଏବଂ ଚିକୁନଗୁନିଆ ମଧ୍ୟ ବିସ୍ତାର କରନ୍ତି। ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ ଯଦି ଜଣେ ବ୍ୟକ୍ତି ଡେଙ୍ଗୁ, ଚିକନୁଗୁନିଆ ଲକ୍ଷଣ ଦେଖାଏ, ତା’ହେଲେ ତାଙ୍କର ଜିକା ଭାଇରସ୍‌ ମଧ୍ୟ ପରୀକ୍ଷା କରାଯିବ। ପ୍ରଶାସନ କହିଛି ଯେ ଘରେ ପରିଷ୍କାର ପରିଚ୍ଛନ୍ନତା ରଖନ୍ତୁ ଏବଂ ଯେଉଁଠାରେ ମଶା ପ୍ରଜନନ କରିପାରିବେ ସେହି ସ୍ଥାନ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri