ଏମ୍‌ଏସ୍‌ପି, ଇନ୍‌ପୁଟ୍‌ ସବ୍‌ସିଡି ବାବଦକୁ ୭୯୦୧ କୋଟି ପାଇଲେଣି ଚାଷୀ

ଭୁବନେଶ୍ୱର, ୧୬ା୧(ସୁନିତ୍‌ ମିଶ୍ର): ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନକିଣା ପ୍ରକ୍ରିୟା ବ୍ୟାପକ ହୋଇଛି। ପଞ୍ଜୀକୃତ ଚାଷୀମାନେ ଯେଭଳି ଏଥିରୁ ବାଦ୍‌ ନ ପଡ଼ନ୍ତି, ଏଥିଲାଗି ସରକାରୀ ସ୍ତରରେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦିଆଯାଇଛି। ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି, ପ୍ରତ୍ୟେକ ମଣ୍ଡିରେ ଚାଷୀମାନଙ୍କ ହିତ ପାଇଁ ଅଧିକାରୀମାନେ ନିଯୁକ୍ତ ହୋଇ ଧାନକିଣା ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ଧାନ ବିକ୍ରୟର ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ସେମାନଙ୍କ ଧାନକିଣା ରାଶି ପ୍ରଦାନ କରାଯାଉଛି। ବର୍ତ୍ତମାନ ୨୭ ଜିଲାରେ ଧାନକିଣା ଜାରି ରହିଛି। ଏବେ ସୁଦ୍ଧା ଅନୁଗୋଳ, ବାଲେଶ୍ୱର, ବରଗଡ଼, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, କଟକ, ଦେବଗଡ଼, ଗଜପତି, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କେଉଁଝର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଆଦି ଜିଲାର ୫ ଲକ୍ଷ ୩୪ ହଜାର ୪୧୦ ଜଣ ଚାଷୀଙ୍କ ଆକାଉଣ୍ଟକୁ ସର୍ବନିମ୍ନ ସହାୟକ ମୂଲ୍ୟ ସହ ଇନ୍‌ପୁଟ୍‌ ସହାୟତା ପ୍ରଦାନ କରାଯାଇଛି। ଏହି ମର୍ମରେ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବାବଦକୁ ପ୍ରାୟ ୫୮୬୨ କୋଟି ଏବଂ ଇନ୍‌ପୁଟ୍‌ ସହାୟତା ବାବଦକୁ ପ୍ରାୟ ୨୦୩୯ କୋଟି ଟଙ୍କା ଏ ପର୍ଯ୍ୟନ୍ତ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ବିଭିନ୍ନ ସରକାରୀ ଛୁଟି ଓ ରବିବାରଗୁଡ଼ିକରେ ମଧ୍ୟ ଏହି ରାଶି ପ୍ରଦାନ ନିମନ୍ତେ ପ୍ରକ୍ରିୟା ଜାରି ରହିଛି। ୪୮ ଘଣ୍ଟା ଭିତରେ ଚାଷୀଙ୍କୁ ସେମାନଙ୍କ ପ୍ରାପ୍ୟ ସର୍ବନିମ୍ନ ସହାୟତା ମୂଲ୍ୟ ଏବଂ ଇନ୍‌ପୁଟ୍‌ ସହାୟତା ପ୍ରଦାନ ପାଇଁ ଏକ ତ୍ରିସ୍ତରୀୟ ପ୍ରକ୍ରିୟା କାର୍ଯ୍ୟକ୍ଷମ କରାଯାଇଛି। ସରକାରଙ୍କ ପକ୍ଷରୁ ଏ ସଂକ୍ରାନ୍ତରେ ମାର୍ଗଦର୍ଶିକା ଜାରି କରାଯାଇଛି, ଯେଉଁଥିରେ ସରକାରଙ୍କ ବୈଷୟିକ ବିଶେଷଜ୍ଞ ଏବଂ ଅଧିକାରୀଙ୍କ ଏକ ଟିମ୍‌ ୨୪ ଘଣ୍ଟା ଭିତ୍ତିରେ ନିରନ୍ତର କାର୍ଯ୍ୟ କରୁଛନ୍ତି। ସରକାର ନିର୍ଦ୍ଧାରିତ ସମୟରେ ଚାଷୀଙ୍କଠାରୁ ଧାନ କିଣିବା ପାଇଁ ଏକ ୧୫ ଜଣିଆ ବୈଷୟିକ ଟିମ୍‌ ନିୟୋଜିତ ହୋଇଛନ୍ତି। ସେମାନେ ଦୁଇଟି ଦଫାରେ କାର୍ଯ୍ୟକରି ଧାନକିଣା ଉପରେ ନଜର ରଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri