ଏମ୍‌ଏସ୍‌ପି, ଇନ୍‌ପୁଟ୍‌ ସବ୍‌ସିଡି ବାବଦକୁ ୭୯୦୧ କୋଟି ପାଇଲେଣି ଚାଷୀ

ଭୁବନେଶ୍ୱର, ୧୬ା୧(ସୁନିତ୍‌ ମିଶ୍ର): ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନକିଣା ପ୍ରକ୍ରିୟା ବ୍ୟାପକ ହୋଇଛି। ପଞ୍ଜୀକୃତ ଚାଷୀମାନେ ଯେଭଳି ଏଥିରୁ ବାଦ୍‌ ନ ପଡ଼ନ୍ତି, ଏଥିଲାଗି ସରକାରୀ ସ୍ତରରେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦିଆଯାଇଛି। ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି, ପ୍ରତ୍ୟେକ ମଣ୍ଡିରେ ଚାଷୀମାନଙ୍କ ହିତ ପାଇଁ ଅଧିକାରୀମାନେ ନିଯୁକ୍ତ ହୋଇ ଧାନକିଣା ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ଧାନ ବିକ୍ରୟର ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ସେମାନଙ୍କ ଧାନକିଣା ରାଶି ପ୍ରଦାନ କରାଯାଉଛି। ବର୍ତ୍ତମାନ ୨୭ ଜିଲାରେ ଧାନକିଣା ଜାରି ରହିଛି। ଏବେ ସୁଦ୍ଧା ଅନୁଗୋଳ, ବାଲେଶ୍ୱର, ବରଗଡ଼, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, କଟକ, ଦେବଗଡ଼, ଗଜପତି, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କେଉଁଝର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଆଦି ଜିଲାର ୫ ଲକ୍ଷ ୩୪ ହଜାର ୪୧୦ ଜଣ ଚାଷୀଙ୍କ ଆକାଉଣ୍ଟକୁ ସର୍ବନିମ୍ନ ସହାୟକ ମୂଲ୍ୟ ସହ ଇନ୍‌ପୁଟ୍‌ ସହାୟତା ପ୍ରଦାନ କରାଯାଇଛି। ଏହି ମର୍ମରେ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବାବଦକୁ ପ୍ରାୟ ୫୮୬୨ କୋଟି ଏବଂ ଇନ୍‌ପୁଟ୍‌ ସହାୟତା ବାବଦକୁ ପ୍ରାୟ ୨୦୩୯ କୋଟି ଟଙ୍କା ଏ ପର୍ଯ୍ୟନ୍ତ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ବିଭିନ୍ନ ସରକାରୀ ଛୁଟି ଓ ରବିବାରଗୁଡ଼ିକରେ ମଧ୍ୟ ଏହି ରାଶି ପ୍ରଦାନ ନିମନ୍ତେ ପ୍ରକ୍ରିୟା ଜାରି ରହିଛି। ୪୮ ଘଣ୍ଟା ଭିତରେ ଚାଷୀଙ୍କୁ ସେମାନଙ୍କ ପ୍ରାପ୍ୟ ସର୍ବନିମ୍ନ ସହାୟତା ମୂଲ୍ୟ ଏବଂ ଇନ୍‌ପୁଟ୍‌ ସହାୟତା ପ୍ରଦାନ ପାଇଁ ଏକ ତ୍ରିସ୍ତରୀୟ ପ୍ରକ୍ରିୟା କାର୍ଯ୍ୟକ୍ଷମ କରାଯାଇଛି। ସରକାରଙ୍କ ପକ୍ଷରୁ ଏ ସଂକ୍ରାନ୍ତରେ ମାର୍ଗଦର୍ଶିକା ଜାରି କରାଯାଇଛି, ଯେଉଁଥିରେ ସରକାରଙ୍କ ବୈଷୟିକ ବିଶେଷଜ୍ଞ ଏବଂ ଅଧିକାରୀଙ୍କ ଏକ ଟିମ୍‌ ୨୪ ଘଣ୍ଟା ଭିତ୍ତିରେ ନିରନ୍ତର କାର୍ଯ୍ୟ କରୁଛନ୍ତି। ସରକାର ନିର୍ଦ୍ଧାରିତ ସମୟରେ ଚାଷୀଙ୍କଠାରୁ ଧାନ କିଣିବା ପାଇଁ ଏକ ୧୫ ଜଣିଆ ବୈଷୟିକ ଟିମ୍‌ ନିୟୋଜିତ ହୋଇଛନ୍ତି। ସେମାନେ ଦୁଇଟି ଦଫାରେ କାର୍ଯ୍ୟକରି ଧାନକିଣା ଉପରେ ନଜର ରଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri