ରାଜ୍ୟରେ ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ: ସର୍ବାଧିକ ସୁନ୍ଦରଗଡ଼ରୁ

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ ଦ୍ରୁତଗତିରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହି କ୍ରମରେ ବୁଧବାର ୭୯୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୪୪,୬୪୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୯ ଜଣ କ୍ବାରାଣ୍ଟାଇନରୁ ଥିବାବେଳେ ୩୩୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିବାହ ପକ୍ଷରୁ ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳ ଜିଲାରୁ ୧୭ ଜଣ ରହିଥିବା ବେଳେ ବାଲେଶ୍ୱର ୬, ବରଗଡ଼ ୪୮, ଭଦ୍ରକ ୧୦, ବଲାଙ୍ଗୀର ୧୪, ବୌଦ୍ଧ ୨, କଟକ ୪୬, ଦେବଗଡ଼ ୧, ଢେଙ୍କାନାଳ ୩, ଗଞ୍ଜାମ ୯, ଜଗତ୍‌ସିଂହପୁର ୯, ଯାଜପୁର ୧୬, ଝାରସୁଗୁଡ଼ା ୩୧, କଳାହାଣ୍ଡି ୩୮, କନ୍ଧମାଳ ୪, କେନ୍ଦ୍ରାପଡ଼ା ୧, କେନ୍ଦୁଝର ୩୯, ଖୋର୍ଦ୍ଧା ୧୧୮, କୋରାପୁଟ ୯, ମାଲକାନଗିରି ୨, ମୟୂରଭଞ୍ଜ ୨୪, ନବରଙ୍ଗପୁର ୨୩, ନୟାଗଡ଼ ୭, ନୂଆପଡ଼ା ୩୧, ପୁରୀ ୪୩, ରାୟଗଡ଼ା ୧୪, ସମ୍ବଲପୁର ୪୫, ସୋନପୁର ୭, ସୁନ୍ଦରଗଡ଼ ୧୪୭ ଏବଂ ଷ୍ଟେଟ ପୁଲରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩,୪୪,୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୩୧ ଆକ୍ଟିଭ କେସ ରହିଥିବା ବେଳେ ୩୩୮୧୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାଲିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି...

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri