Posted inରାଜ୍ୟ

୭ଦିନରେ ୭୯୪ ପିଲା ସଂକ୍ରମିତ

ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ହଜାରେ ତଳେ ରହୁଛି। ଆକ୍ରାନ୍ତଙ୍କ ସଂଖ୍ୟା ନିର୍ଦ୍ଦିଷ୍ଟ ସ୍ତରରେ ଉପରତଳ ହେଉଥିବାବେଳେ ପିଲାଙ୍କ ସଂକ୍ରମଣ ବଢ଼ିଚାଲିଛି। କେବଳ ୭ ଦିନରେ ୭୯୪ ଶିଶୁ ଓ କିଶୋର ଆକ୍ରାନ୍ତ ହୋଇଥିବାବେଳେ ଶେଷ ୨୪ ଘଣ୍ଟାରେ ୧୦୨ ପିଲା ସଂକ୍ରମିତ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ସମ୍ଭାବ୍ୟ ତୃତୀୟ ଲହର ନ ଆସୁଣୁ ପିଲାଙ୍କ ସଂକ୍ରମଣ ଏବେ ଅଭିଭାବକଙ୍କ ନିଦ ହଜାଇ ଦେଇଛି। ସେପଟେ ଏହି ପରିସ୍ଥିତି ସମ୍ପର୍କରେ ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି, ପିଲାମାନେ ଟିକା ନେଇ ନ ଥିବାରୁ ବୟସ୍କଙ୍କଠାରୁ ସେମାନଙ୍କୁ ସଂକ୍ରମଣ ବ୍ୟାପୁଥାଇପାରେ। ପିଲାଙ୍କୁ ସଂକ୍ରମଣରୁ ରକ୍ଷା କରିବାରେ ଅଭିଭାବକଙ୍କର ବଡ଼ ଦାୟିତ୍ୱ ରହିଛି। ତେବେ ତୃତୀୟ ଲହରରେ ପିଲାଙ୍କ ସଂକ୍ରମଣ ହାର ଓ ତୀବ୍ରତା କମ୍‌ ରହିବାର ଆକଳନ କରାଯାଉଥିବା ଡିଏମ୍‌ଇଟି କହିଛନ୍ତି।
ଅପରପକ୍ଷେ ରାଜ୍ୟରେ ମଙ୍ଗଳବାର ଅପେକ୍ଷା ବୁଧବାର ପୁଣି ସଂକ୍ରମଣ ବଢ଼ିଥିବା ଦେଖାଯାଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୪,୬୦୨ ନମୁନା ପରୀକ୍ଷା କରାଯାଇଥିଲା। ମୋଟ ୭୬୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ସଂକ୍ରମଣ ହାର ୧.୧୮%କୁ ବୃଦ୍ଧି ପାଇଛି। ସବୁଠାରୁ ବଡ଼ କଥା ହେଲା ସୁବର୍ଣ୍ଣପୁର ଜିଲାରେ ଦୈନିକ ସଂକ୍ରମଣ ହାର ଶତପ୍ରତିଶତ ଦେଖିବାକୁ ମିଳିଛି। ଯଦିଓ ଏଠାରେ କମ୍‌ ସଂଖ୍ୟକ ନମୁନା ପରୀକ୍ଷା କରାଯାଇଥିଲା, ତଥାପି ପ୍ରଥମଥର ପାଇଁ କୌଣସି ଜିଲା ସଂକ୍ରମଣ ହାରରେ ଶତ ପ୍ରତିଶତ ଥିବା ଜଣାପଡ଼ିଛି। ଏହି ଜିଲାରେ ମାତ୍ର ୩ଟି ନମୁନା ପରୀକ୍ଷା କରାଯାଇଥିଲା ଓ ସମସ୍ତ ରିପୋର୍ଟ ପଜିଟିଭ୍‌ ବାହାରିଛି। ସେପେଟ ଖୋର୍ଦ୍ଧା ଜିଲାରେ ରାଜ୍ୟର ସର୍ବାଧିକ ୩୧୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ ୧୧୯ ଜଣ ରହିଛନ୍ତି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତ ସଂଖ୍ୟା ୧୦,୧୩,୫୬୭ରେ ପହଞ୍ଚତ୍ଛି।
ସେହିପରି ରାଜ୍ୟରେ ପୁଣି ୮ଜଣଙ୍କ ଜୀବନ ନେଇଛି ଏହି ମହାମାରୀ। ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ଓ ଢେଙ୍କାନାଳରୁ ୨ଜଣ ଲେଖାଏ ଥିବାବେଳେ ଅନୁଗୋଳ, ବାଲେଶ୍ୱର, କେନ୍ଦୁଝର ଓ କୋରାପୁଟରୁ ଜଣେ ଲେଖାଏ ମୃତକ ରହିଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ୮,୦୭୦କୁ ବୃଦ୍ଧି ପାଇଛି। ବୁଧବାର ଆଉ ୫୭୪ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଥିବାରୁ ଆରୋଗ୍ୟ ସଂଖ୍ୟା ୯,୯୯,୧୬୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ୬,୨୭୯ଜଣ ସକ୍ରିୟ ରୋଗୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri