Posted inରାଜ୍ୟ

୭ଦିନରେ ୭୯୪ ପିଲା ସଂକ୍ରମିତ

ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ହଜାରେ ତଳେ ରହୁଛି। ଆକ୍ରାନ୍ତଙ୍କ ସଂଖ୍ୟା ନିର୍ଦ୍ଦିଷ୍ଟ ସ୍ତରରେ ଉପରତଳ ହେଉଥିବାବେଳେ ପିଲାଙ୍କ ସଂକ୍ରମଣ ବଢ଼ିଚାଲିଛି। କେବଳ ୭ ଦିନରେ ୭୯୪ ଶିଶୁ ଓ କିଶୋର ଆକ୍ରାନ୍ତ ହୋଇଥିବାବେଳେ ଶେଷ ୨୪ ଘଣ୍ଟାରେ ୧୦୨ ପିଲା ସଂକ୍ରମିତ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ସମ୍ଭାବ୍ୟ ତୃତୀୟ ଲହର ନ ଆସୁଣୁ ପିଲାଙ୍କ ସଂକ୍ରମଣ ଏବେ ଅଭିଭାବକଙ୍କ ନିଦ ହଜାଇ ଦେଇଛି। ସେପଟେ ଏହି ପରିସ୍ଥିତି ସମ୍ପର୍କରେ ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି, ପିଲାମାନେ ଟିକା ନେଇ ନ ଥିବାରୁ ବୟସ୍କଙ୍କଠାରୁ ସେମାନଙ୍କୁ ସଂକ୍ରମଣ ବ୍ୟାପୁଥାଇପାରେ। ପିଲାଙ୍କୁ ସଂକ୍ରମଣରୁ ରକ୍ଷା କରିବାରେ ଅଭିଭାବକଙ୍କର ବଡ଼ ଦାୟିତ୍ୱ ରହିଛି। ତେବେ ତୃତୀୟ ଲହରରେ ପିଲାଙ୍କ ସଂକ୍ରମଣ ହାର ଓ ତୀବ୍ରତା କମ୍‌ ରହିବାର ଆକଳନ କରାଯାଉଥିବା ଡିଏମ୍‌ଇଟି କହିଛନ୍ତି।
ଅପରପକ୍ଷେ ରାଜ୍ୟରେ ମଙ୍ଗଳବାର ଅପେକ୍ଷା ବୁଧବାର ପୁଣି ସଂକ୍ରମଣ ବଢ଼ିଥିବା ଦେଖାଯାଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୪,୬୦୨ ନମୁନା ପରୀକ୍ଷା କରାଯାଇଥିଲା। ମୋଟ ୭୬୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ସଂକ୍ରମଣ ହାର ୧.୧୮%କୁ ବୃଦ୍ଧି ପାଇଛି। ସବୁଠାରୁ ବଡ଼ କଥା ହେଲା ସୁବର୍ଣ୍ଣପୁର ଜିଲାରେ ଦୈନିକ ସଂକ୍ରମଣ ହାର ଶତପ୍ରତିଶତ ଦେଖିବାକୁ ମିଳିଛି। ଯଦିଓ ଏଠାରେ କମ୍‌ ସଂଖ୍ୟକ ନମୁନା ପରୀକ୍ଷା କରାଯାଇଥିଲା, ତଥାପି ପ୍ରଥମଥର ପାଇଁ କୌଣସି ଜିଲା ସଂକ୍ରମଣ ହାରରେ ଶତ ପ୍ରତିଶତ ଥିବା ଜଣାପଡ଼ିଛି। ଏହି ଜିଲାରେ ମାତ୍ର ୩ଟି ନମୁନା ପରୀକ୍ଷା କରାଯାଇଥିଲା ଓ ସମସ୍ତ ରିପୋର୍ଟ ପଜିଟିଭ୍‌ ବାହାରିଛି। ସେପେଟ ଖୋର୍ଦ୍ଧା ଜିଲାରେ ରାଜ୍ୟର ସର୍ବାଧିକ ୩୧୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ ୧୧୯ ଜଣ ରହିଛନ୍ତି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତ ସଂଖ୍ୟା ୧୦,୧୩,୫୬୭ରେ ପହଞ୍ଚତ୍ଛି।
ସେହିପରି ରାଜ୍ୟରେ ପୁଣି ୮ଜଣଙ୍କ ଜୀବନ ନେଇଛି ଏହି ମହାମାରୀ। ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ଓ ଢେଙ୍କାନାଳରୁ ୨ଜଣ ଲେଖାଏ ଥିବାବେଳେ ଅନୁଗୋଳ, ବାଲେଶ୍ୱର, କେନ୍ଦୁଝର ଓ କୋରାପୁଟରୁ ଜଣେ ଲେଖାଏ ମୃତକ ରହିଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ୮,୦୭୦କୁ ବୃଦ୍ଧି ପାଇଛି। ବୁଧବାର ଆଉ ୫୭୪ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଥିବାରୁ ଆରୋଗ୍ୟ ସଂଖ୍ୟା ୯,୯୯,୧୬୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ୬,୨୭୯ଜଣ ସକ୍ରିୟ ରୋଗୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri