Categories: ଜାତୀୟ

ଦେଶରେ ଆଜି ୭୯୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୯୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏହାସହ କରୋନାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୯୩,୫୦୬ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୫୭,୬୮୫ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୫,୦୨୬ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୭୯୫କୁ ବୃଦ୍ଧି ପାଇଛି।

Share