ରାଇକିଆରେ ୭୯ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ

ରାଇକିଆ,୧୫।୮(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆଠାରେ ଶୁକ୍ରବାର ୭୯ତମ ବ୍ଲକ ସ୍ତରୀୟ ସାଧୀନତା ଦିବସ ପାଳିତ ହୋଇଯାଇଛି । ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ ବିଡିଓ ଡଃ ସବ୍ୟସାଚୀ ସାହୁ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନେଇ ଅନୁଷ୍ଠିତ ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସର ରେ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଚଳିତ ବର୍ଷ ଶିକ୍ଷା କ୍ଷେତ୍ରରେ ଟପ୍ପରମାନଙ୍କୁ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିରିକ୍ତ ତହସିଲଦାର ଦିଲିପ ବେହେରା, ବ୍ଳକ ଅଧ୍ୟକ୍ଷ ପ୍ରିତମ ପ୍ରଧାନ, ଜଲା ପରିଷଦ ସଭ୍ୟ ସତ୍ୟବାନ ପାତ୍ର,ଏମପି ପ୍ରତିନିଧି ସନ୍ତୋଷ ଲେଙ୍କା, ବିଧାୟକ ପ୍ରତିନିଧି ତାରିଣୀ ପରିଛା, ରାଇକିଆ ସରପଞ୍ଚ ଗୀତାଞ୍ଜଳି ନାୟକ, ବେରେଡ଼ାକିଆ ସରପଞ୍ଚ ଅକ୍ଷୟ ପ୍ରଧାନ , ବିଇଓ କେଶବ ମଲ୍ଲିକଙ୍କ ସମେତ ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷକ, ଶିକ୍ଷୟତ୍ରୀ , ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ପ୍ରମୁଖ ଯୋଗ ଦେଇ ଥିଲେ। କମିଟିର ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ସୂର୍ଯ୍ୟ-ବୁଧ-କେତୁଙ୍କ ଅଦ୍ଭୁତ ସଂଯୋଗ: ସୁନା ଭଳି ଚମକିବ ୩ ରାଶିଙ୍କ ଭାଗ୍ୟ, ଯାହା ଚାହିଁବେ ତାହା ହେବ!

ବର୍ତ୍ତମାନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ ଏବଂ ରାଜକୁମାର ବୁଧ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ସଂଯୋଗବଶତଃ କେତୁ ମଧ୍ୟ ଏହି ନକ୍ଷତ୍ରରେ ରହିଥିବାରୁ ଏକ ବିଶେଷ ଗ୍ରହ…

ଭାରତ ଠାରୁ ପାକିସ୍ତାନରେ ଏତେ ଶସ୍ତା ଚିନି! ତା’ ହେଲେ ଭାରତରେ ମହଙ୍ଗା କାହିଁକି?

ନୂଆଦିଲ୍ଲୀ, ୨୬।୮: ଚିନିକୁ ନେଇ ଭାରତ ଏବଂ ପାକିସ୍ତାନରେ ଆଜିକାଲି ସମ୍ପୂର୍ଣ୍ଣ ବିପରୀତ ଚିତ୍ର ଦେଖିବାକୁ ମିଳୁଛି। ଯେଉଁଠି ଭାରତର ଖୁଚୁରା ବଜାରରେ ଚିନିର ଦର କିଲୋଗ୍ରାମ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

TMCରେ ବଡ଼ ହଲଚଲ: ୨୦ ଜଣ ବିଦ୍ରୋହୀ ସାଂସଦଙ୍କ ଅଡୁଆ ବଢ଼ିଲା! ୭ ଦିନରେ…

କୋଲକାତା,୨୬।୮: ବିଦ୍ରୋହୀ ସାଂସଦମାନଙ୍କ ଜବାବ ମିଳିବା ପରେ ଲୋକସଭା ବାଚସ୍ପତିଙ୍କୁ ଏକ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିବ। ବିଦ୍ରୋହୀ ସାଂସଦମାନେ NCPIରେ ଯୋଗଦେବା ନିଷ୍ପତ୍ତିକୁ ସମ୍ବିଧାନର ଦଶମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri