ରାଇକିଆ,୧୫।୮(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆଠାରେ ଶୁକ୍ରବାର ୭୯ତମ ବ୍ଲକ ସ୍ତରୀୟ ସାଧୀନତା ଦିବସ ପାଳିତ ହୋଇଯାଇଛି । ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ ବିଡିଓ ଡଃ ସବ୍ୟସାଚୀ ସାହୁ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନେଇ ଅନୁଷ୍ଠିତ ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସର ରେ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଚଳିତ ବର୍ଷ ଶିକ୍ଷା କ୍ଷେତ୍ରରେ ଟପ୍ପରମାନଙ୍କୁ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିରିକ୍ତ ତହସିଲଦାର ଦିଲିପ ବେହେରା, ବ୍ଳକ ଅଧ୍ୟକ୍ଷ ପ୍ରିତମ ପ୍ରଧାନ, ଜଲା ପରିଷଦ ସଭ୍ୟ ସତ୍ୟବାନ ପାତ୍ର,ଏମପି ପ୍ରତିନିଧି ସନ୍ତୋଷ ଲେଙ୍କା, ବିଧାୟକ ପ୍ରତିନିଧି ତାରିଣୀ ପରିଛା, ରାଇକିଆ ସରପଞ୍ଚ ଗୀତାଞ୍ଜଳି ନାୟକ, ବେରେଡ଼ାକିଆ ସରପଞ୍ଚ ଅକ୍ଷୟ ପ୍ରଧାନ , ବିଇଓ କେଶବ ମଲ୍ଲିକଙ୍କ ସମେତ ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷକ, ଶିକ୍ଷୟତ୍ରୀ , ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ପ୍ରମୁଖ ଯୋଗ ଦେଇ ଥିଲେ। କମିଟିର ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।