Posted inଜାତୀୟ

ମଧ୍ୟପ୍ରଦେଣ ଡାକ୍ତରଙ୍କୁ ମିଳିବ ୨୦୧୬ଠାରୁ ସପ୍ତମ ବେତନ କମିଶନ ଦରମା…

ଭୋପାଳ,୨୯।୮: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା କରିଛନ୍ତି ରାଜ୍ୟର ମେଡିକାଲ କଲେଜଗୁଡ଼ିକର ଡାକ୍ତରମାନେ ୧ ଜାନୁୟାରୀ ୨୦୧୬ ଠାରୁ ପର୍ଯ୍ୟାୟକ୍ରମେ ଦରମା ବୃଦ୍ଧି ସହିତ ସପ୍ତମ ବେତନ କମିଶନ ଦରମା ପାଇବେ। ସେ କହିଛନ୍ତି ସମସ୍ତ ବିଭାଗର ଡାକ୍ତରମାନଙ୍କୁ ସମୟବଦ୍ଧ ବେତନ ଦିଆଯିବ ଏବଂ ପଦୋନ୍ନତି ବିନା ୫, ୧୦ ଏବଂ ୧୫ ବର୍ଷରେ ଏହା ବୃଦ୍ଧି କରାଯିବ।

ରିପୋର୍ଟ ଅନୁଯାୟୀ, ଭୋପାଳର ହାମିଦିଆ ହସ୍ପିଟାଲରେ ଗାନ୍ଧୀ ମେଡିକାଲ କଲେଜର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଯୋଗଦେଇ ଏହି ଘୋଷଣା କରିଛନ୍ତି। ୪୮୨ କୋଟି ଟଙ୍କାର ପ୍ରକଳ୍ପରେ ଜରୁରୀକାଳୀନ ଔଷଧ ବିଭାଗ ସହିତ ୨ ହଜାର ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ରହିବ। ଏହା ସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି ମେଡିକାଲ କଲେଜଗୁଡ଼ିକରେ ସହକାରୀ ପ୍ରଫେସରମାନଙ୍କର ଦରମା ପରିମାଣକୁ ବୃଦ୍ଧି କରାଯିବ ଏବଂ ଭୋପାଳର ୧୧ ନର୍ସିଂହୋମ ସ୍ଥାନାନ୍ତର ପାଇଁ ନିୟମ ସରଳ ହେବ ।

ଏହି ଅବସରରେ ରାଜ୍ୟ ମେଡିକାଲ ଶିକ୍ଷା ମନ୍ତ୍ରୀ ବିଶ୍ୱ ସାରଙ୍ଗ କହିଛନ୍ତି ମଧ୍ୟପ୍ରଦେଶ ଦେଶର ଦ୍ରୁତ ବିକାଶଶୀଳ ରାଜ୍ୟ ହୋଇପାରିଛି। ସ୍ବାସ୍ଥ୍ୟ ସେବା ବିକାଶ ପାଇଁ ସିଏମ ଶିବରାଜ ନିରନ୍ତର କାର୍ଯ୍ୟ କରୁଛନ୍ତି। ହିନ୍ଦୀରେ ଏମବିବିଏସ ଶିକ୍ଷା ରାଜ୍ୟରେ ଆରମ୍ଭ ହୋଇଛି, ଯାହା ଦେଶର କୌଣସି ରାଜ୍ୟ ପାଇଁ ପ୍ରଥମ ଥର ଲାଗି ହୋଇଛି। ସାରଙ୍ଗ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଦକ୍ଷେପ ପରେ ଦେଶରେ ସ୍ବାସ୍ଥ୍ୟ ସେବାରେ ଅନେକ ଉନ୍ନତି ଘଟିଥିବାବେଳେ ମଧ୍ୟପ୍ରଦେଶର ମେଡିକାଲ କଲେଜ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

ମେସି-ରୋନାଲ୍ଡୋ ଯଦି ଏକାଠି ହୁଅନ୍ତି ତେବେ ଫିକା ପଡିଯିବ BCCI! ଏମାନଙ୍କ ନେଟ ଓ୍ବର୍ଥ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୬: ଫୁଟବଲ ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ, ପ୍ରାୟ ପ୍ରତ୍ୟେକ ଦେଶରେ ଖେଳାଯାଏ। କ୍ରିକେଟ ଦ୍ୱିତୀୟ ସ୍ଥାନରେ ଅଛି ଏବଂ ବିଶ୍ୱ ଦର୍ଶକଙ୍କ ଉପରେ ଏହାର କବଜାକୁ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri