ଗହୀରମଥା ଚଳଚଞ୍ଚଳ: ଦୁଇଦିନରେ ୮୨ ଲକ୍ଷ କଇଁଛ ଶାବକ ଅଣ୍ଡାରୁ ବାହାରି ହେଲେ ସମୁଦ୍ରମୁହାଁ

ରାଜନଗର,୨୫ା୪: ଦୀର୍ଘ ୫୦ ଦିନ ପରେ କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ପୁଣି ଚଳଚଞ୍ଚଳ ହୋଇପଡ଼ିଛି। ଲକ୍ଷଲକ୍ଷ ମାଈ କଇଁଛ ଗହୀରମଥାର ଅଗରନାସୀ-୨ରେ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ କରିଛନ୍ତି। ଗତ ଦୁଇଦିନ ଭିତରେ ୮୨ ଲକ୍ଷ ଶାବକ ଅଣ୍ଡାରୁ ବାହାରି ମା’ଙ୍କ ପଦାଙ୍କ ଅନୁସରଣ କରି ଏହି ଶାବକମାନେ ଗଭୀର ସମୁଦ୍ର ଭିତରକୁ ଚାଲିଯାଇଛନ୍ତି।

ଚଳିତବର୍ଷ ୫ ତାରିଖରୁ ଆରମ୍ଭ ହୋଇଥିବା ସମୂହ ଅଣ୍ଡାଦାନ ପ୍ରକ୍ରିୟାରେ ୫ ଲକ୍ଷ ୩ ହଜାର ୭୧୯ ମା’ କଇଁଛ ଅଣ୍ଡା ଦେଇଥିଲେ। ଗହୀରମଥାର ଅଗରନାସୀ-୨ ସମେତ ସାତଭାୟା, ପେଣ୍ଠ ବେଳାଭୂମିରେ ସମୂହ ଅଣ୍ଡାଦାନ ପର୍ବ ଶେଷ କରିଥିଲେ। ଦୀର୍ଘ ୫୦ ଦିନ ଭିତରେ ପ୍ରକୃତିର ନିୟମ ଅନୁସାରେ ଅଣ୍ଡାଗୁଡ଼ିକରୁ ଶାବକ ଜନ୍ମ ନେଇ ସମୁଦ୍ରକୁ ଯିବା ସମୟର ଅପୂର୍ବ ଦୃଶ୍ୟ ବେଶ୍‌ ମନଗୁଗ୍ଧକର। ଅଣ୍ଡାଗୁଡ଼ିକରୁ ଶାବକ ଜନ୍ମ ନେଇ ସମୁଦ୍ରକୁ ଯିବା ସମୟରେ କୁଆ, ବିଲୁଆ, ଛଞ୍ଚାଣ ପ୍ରଭୃତିଙ୍କ ଦାଉରୁ ଅଣ୍ଡାଗୁଡ଼ିକୁ ସୁରକ୍ଷା ଦେବା ପାଇଁ ବନବିଭାଗର କର୍ମଚାରୀମାନେ ସଜାଗ ରହିଛନ୍ତି।
ଏହି ପ୍ରକ୍ରିୟା ଆଉ ଦୁଇ ୪ ଦିନ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି। ବିଗତ ବର୍ଷଗୁଡ଼ିକ ଅପେକ୍ଷା ଚଳିତବର୍ଷ ଅଧିକ ସଂଖ୍ୟକ କଇଁଛ ଶାବକ ଜନ୍ମ ହେବା ନେଇ ବନବିଭାଗ ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri