ଭଦ୍ରକ ତୁମୁଳକାଣ୍ଡର ୭ ଅଭିଯୁକ୍ତ ଗିରଫ: ଏସ୍‌ପି କହିଲେ…

ଭଦ୍ରକ,୨୮।୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଥିଲେ। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଭାଙ୍ଗି ଦେଇଥିଲେ ଉତ୍ତ୍ୟକ୍ତ ଲୋକେ। ସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଲାଠିଚାର୍ଜ କରିଥିଲା। ଉପୁଜିଥିବା ଏହି ତୁମୁଳକାଣ୍ଡ ଘଟଣାରେ ପୋଲିସ ଶନିବାର ୭ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ କରିଥିବା ଅଭିଯୁକ୍ତ ଯୁବକଙ୍କୁ ମଧ୍ୟ ଗିରଫ କରାଯାଇଛି। ଏନେଇ ଭଦ୍ରକ ଏସ୍‌ପି ସୂଚନା ଦେଇଛନ୍ତି।

ଏଥି ସହିତ ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ ପାଇଁ ପୋଲିସ ଛାନଭିନ ଜାରି ରଖିଛି। ଭଦ୍ରକ ସହରରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ନଜର ରଖିଥିବା ବେଳେ ଫୋର୍ସ ମୁତୟନ କରାଯାଇଛି। ଏଥି ସହିତ ସନ୍ଥିଆରେ ୧୬୩ ଧାରା ଲାଗୁ କରିଛି। ସହରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ସ୍ଥଗିତ ରଖିଛି।

ଅନ୍ୟପକ୍ଷେ ଭଦ୍ରକରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଜନସାଧାରଣ ନିକଟରେ ଅପିଲ କରିଛନ୍ତି। ସେ ଭଦ୍ରକ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଭଦ୍ରକ ଏମ୍‌ପି, ବିଧାୟକ, ଡିଆଇଜିଙ୍କ ସହ ସ୍ଥିତି ଉପରେ ଆଲୋଚନା କରିଛନ୍ତି।

ସୂଚନା ଯୋଗ୍ୟ, ଇନ୍‌ଷ୍ଟାଗ୍ରାମ୍‌ରେ ଜଣେ ଯୁବକ ଗୁରୁବାର ମହାପୁରୁଷ ପ୍ରଫେଟ ମହମ୍ମଦଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେଇ ଏକ ପୋଷ୍ଟ କରିଥିଲେ। ଏହାକୁ ବିରୋଧ କରି ସଂଖ୍ୟାଲଘୁ ସମ୍ପ୍ରଦାୟର କେତେକ ବ୍ୟକ୍ତି ପୁରୁଣାବଜାର ଥାନାରେ ଅଭିଯୋଗ କରିବା ସହ ଉକ୍ତ ଯୁବକଙ୍କୁ ଗିରଫ ପାଇଁ ଦାବି କରିଥିଲେ। ୨ ଦିନ ଭିତରେ ଉକ୍ତ ଯୁବକଙ୍କୁ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା। ପୋଷ୍ଟ କରିଥିବା ଯୁବକ ଜଣକ ସୋସିଆଲ ମିଡିଆରେ ପୁନର୍ବାର କିଛି ମେସେଜ କରିବା ପରେ ଶୁକ୍ରବାର ଅପରାହ୍ନରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ଯୁବକ ଏକଜୁଟ ହୋଇ ଭଦ୍ରକ ସହର ଆଡ଼କୁ ଆସୁଥିବା ପୋଲିସ ଖବର ପାଇଥିଲା।

ସନ୍ଥିଆ ପୋଲ ନିକଟରେ ଭଦ୍ରକ ତହସିଲଦାର ପ୍ରିୟଦର୍ଶୀ ସଂଗ୍ରାମ କେଶରୀ ଖୁଣ୍ଟିଆ, ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ ଓ ଟାଉନ ଥାନା ଆଇଆଇସି ଅଜୟ ସୁଦର୍ଶନ ବାଗେ ପହଞ୍ଚି ସେମାନଙ୍କୁ ଅଟକାଇଥିଲେ। ସେମାନେ ଉକ୍ତ ଯୁବକଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ଅଡ଼ି ବସିବା ସହ ଟାୟାର ଜାଳି ସନ୍ଥିଆ ପୋଲ ନିକଟରେ ରାସ୍ତା ଅବରୋଧ କରିଥିଲେ।

ସେତିକିବେଳେ ପୋଲିସ ସହ ଯୁକ୍ତିତର୍କ ଏବଂ ଠେଲାପେଲା ହେବାରୁ ପୋଲିସ ଲାଠି ଧରି ସେମାନଙ୍କୁ ଘଉଡ଼ାଇଥିଲା। ବିକ୍ଷୋଭକାରୀମାନେ ପୋଲିସ ଉପରକୁ ଇଟାପଥର ମାଡ଼ କରିବାରୁ ଟାଉନ ଥାନା ଏସ୍‌ଆଇ ରୋଜେନ ମୁର୍ମୁଙ୍କ ମୁଣ୍ଡ ଫାଟିବା ସହ ଗୁରୁତର ଆହତ ହୋଇଛନ୍ତି। ସିଟି ଡିଏସ୍‌ପି ଦ୍ୱିବେଦୀ ବୁଝାଶୁଝା କରୁଥିବା ବେଳେ ଆକ୍ରମଣରେ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri