ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ପେବୁକା କରାଡ.ସନେୟା ବିଡିକା, ବୁଲି ହିଆଲ, ଆକାଶ ଗାଣ୍ଟା, ଶାନ୍ତି ଗାଣ୍ଟା, ନିରୁ ଲିମା,ଇନ୍ଦ୍ର ଗର ଡିଆ,ରାଧେୟ ଗାଣ୍ଟା ଦୋଷି ସାବ୍ୟସ୍ତ ହୋଇଛନ୍ତି। ଦଫା ୩୨୩ରେ ୬ ମାସ ସଶ୍ରମ କାରାଦଣ୍ଡ ସହ ୨୫୦ ଟଙ୍କା ଲେଖାଏ ଅର୍ଥ ଦଣ୍ଡ । ଅନାଦେୟ ଅଧିକା ୩୦ ଦିନ ସଶ୍ରମ କାରାଦାଣ୍ଡ ଭୋଗିବେ ବୋଲି ସଡିଜେଏମ ବିଜୟ ଲକ୍ଷ୍ମୀ ମହାପାତ୍ର ତାଙ୍କ ରାୟରେ ଉଲେଖ କରିଛନ୍ତି। ସେହିପରି ଦଫା ୩୨୪ରେ ଦେଢ ବର୍ଷ ସଶ୍ରମ କାରାଦାଣ୍ଡ ସହ ପ୍ରତ୍ଯେକଳୁ କଙ୍କୁ ୧୦୦୦ ଟଙ୍କା ଅର୍ଥ ଦଣ୍ଟରେ ଦଣ୍ଡିତ କରିଛନ୍ତି କୋର୍ଟ। ଅନାଦେୟ ୪ ମାସ ସଶ୍ରମ କାରାଦଣ୍ଡ ଭୋଗିବେ ବୋଲି କୋର୍ଟ ତାଙ୍କ ରାୟରେ ଦର୍ଶାଇଛନ୍ତି। ମାମଲାରୁ ଜଣାଯାଏ ଗୁଡାରି ଗ୍ରାମର ପ୍ରେମାଞ୍ଜଳି ଲିମା ତାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସଦାଚରଣ କରାଯାଇଥିବା ଗୁଡାରି ଥାନା ଥାନାରେ ଗତ ୨୦୨୦ ସେପଟମ୍ବର ୯ ତାରିଖରେ ଅଭିଯୋଗ କରିଥିଲେ। ଏହି ମାମଲାର ବିଚାରଣା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ହୋଇଥିଲା। ଅଭିଯୁକ୍ତଙ୍କ ପାଇଁ ଭାଗିରଥି ବାଙ୍ଗାରୀ ଏବଂ ସରକାରଙ୍କ ପକ୍ଷରୁ ଗଣେଷ ପଣ୍ଡା,ଇନ୍ଦ୍ରାକ୍ଷୀ ପ୍ରସାଦ ଦାସ, ହିମକାନ୍ତ ମହାପାତ୍ର ମାମଲା ପରିଚାଳନା ଚାଳନା କରିଥିଲେ। ଜାମିନ ପରେ ସେମାନେ କୋର୍ଟରୁ ମୁଜଳି ଥିଲେ। ରାୟ ବିରୋଧରେ ସେମାନେ ଉପର କୋର୍ଟର ଆଶ୍ରୟ ନେବେ ବୋଲି ଅଭିଯୁକ୍ତଙ୍କ ଓକିଲ ଭାଗିରଥି ବାଙ୍ଗାରି ସୂଚନା ପ୍ରଦାନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?