ନିଶା ବେପାରୀଙ୍କ ଘରେ ସାଢ଼େ ୮ କେଜି ସୁନା

ଖଲ୍ଲିକୋଟ(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୨୩।୧୦: ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ପୋଲିସ ଖୋଜାପଲି ବଡ଼ଦାଣ୍ଡସାହିର ଜଣେ ନିଶା ବେପାରୀଙ୍କ ଘରେ ଗୁରୁବାର ରାତିରେ ଚଢ଼ାଉ କରିଥିଲା। ସେଠାରୁ ୩୪ କେଜି ୯୪ ଗ୍ରାମ୍‌ ଗଞ୍ଜେଇ, ୧୦ କେଜି ୧୦ ଗ୍ରାମ୍‌ ଅଫିମ ସହ ୮ କେଜି ୫୯୬ ଗ୍ରାମ୍‌ ସୁନାଗହଣା ଓ ୭୫ ଲକ୍ଷ ୯ ହଜାର ଟଙ୍କା ଜବତ କରାଯାଇଛି। ନିଶା ବ୍ୟବସାୟୀ ରଜନୀକାନ୍ତ ପଟ୍ଟନାୟକଙ୍କୁ ଶୁକ୍ରବାର ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଏ ନେଇ ନଂ.୬୪୫/୨୧ରେ ଏକ ମାମଲା ରୁଜୁ କରାଯାଇଥିବା ଖଲ୍ଲିକୋଟ ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ସୂଚନା ଦେଇଛନ୍ତି।
ଖଲ୍ଲିକୋଟ ଅଞ୍ଚଳରେ ବ୍ୟାପକ ଗଞ୍ଜେଇ, ଚୋରାମଦ କାରବାର ଚାଲିଛି। ପୋଲିସ ଆଖିରେ ଧୂଳିଦେଇ ମାଫିଆମାନେ ଏହି ବେଆଇନ କାରବାରରେ ଲିପ୍ତ ରହୁଛନ୍ତି। ନିଶା ବ୍ୟବସାୟୀ ରଜନୀକାନ୍ତ କନ୍ଧମାଳ ଜିଲାରୁ ଗଞ୍ଜେଇ ଓ ଅଫିମ ଆଣି ଘରେ ରଖି ବିଭିନ୍ନ ସ୍ଥାନକୁ ଚୋରାଚାଲାଣ କରୁଥିଲେ। ସେ ମଧ୍ୟ ଗାଁ ଗହଳିର ଲୋକଙ୍କ ସୁନାଗହଣା ବନ୍ଧକ ରଖି ସୁଧକୁ ଟଙ୍କା ଦେଉଥିଲେ। ଗୁରୁବାର ରାତିରେ ଏକ ସ୍କୁଟିରେ ରାଜନୀକାନ୍ତ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଭେଜିପୁଟ ଫାଣ୍ଡି ଓଆଇସି ମନୋଜ କୁମାର ପ୍ରଧାନଙ୍କ ହାବୁଡ଼ରେ ପଡ଼ିଥିଲେ। ତାଙ୍କୁ ଫାଣ୍ଡିକୁ ଆଣି ପଚରାଉଚରା କରାଯାଇଥିଲା। ଖଲ୍ଲିକୋଟ ଆଇଆଇସି ଜଗନ୍ନାଥ ମଲିକ, ଭେଜିପୁଟ ଓଆଇସି ମନୋଜ କୁମାର ପ୍ରଧାନ ପୋଲିସ ଟିମ୍‌ ସହ ରଜନୀକାନ୍ତଙ୍କ ଘରେ ଚଢ଼ାଉ କରିଥିଲେ। ଟଙ୍କା, ସୁନା ଓ ନିଶାଦ୍ରବ୍ୟ ଜବତ ବେଳେ ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ଭାବେ ଅତିରିକ୍ତ ତହସିଲଦାର ଜ୍ୟୋତିର୍ମୟ ଦାସ ଉପସ୍ଥିତ ଥିଲେ। ରଜନୀକାନ୍ତଙ୍କ କେତୋଟି ବ୍ୟାଙ୍କ ଆକାଉଣ୍ଟ ଓ ସେଥିରେ କେତେ ଟଙ୍କା ରହିଛି ପୋଲିସ ତାହାର ମଧ୍ୟ ଖୋଳତାଡ଼ କରୁଛି। ବ୍ୟାଙ୍କ ଆକାଉଣ୍ଟ ସିଜ୍‌ କରିବା
ନିଶା ବେପାରୀଙ୍କ ଘରେ …
ପାଇଁ ପଦକ୍ଷେପ ନିଆଯିବ ବୋଲି ଏସ୍‌ପି ରଏ କହିଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ, ଖଲ୍ଲିକୋଟ ଆଇଆଇସି, ଭେଜିପୁଟ ଓଆଇସି, ଅତିରିକ୍ତ ତହସିଲଦାର ଏବଂ ଅବକାରୀ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?