୮ ରୂପାନ୍ତରଣକାରୀ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର, ୧୮।୧୧(ସୁନିତ୍‌ ମିଶ୍ର): ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ତତ୍ତ୍ୱାବଧାନରେ ଶୁକ୍ରବାର ୧୨୪ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୩୯୭.୧୮ କୋଟି ଟଙ୍କାର ୮ଟି ରୂପାନ୍ତରଣକାରୀ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ୬ ଜିଲାରେ ଏହିସବୁ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ପ୍ଲାଷ୍ଟିକ୍‌ କ୍ଷେତ୍ରରେ ସିଣ୍ଟେକ୍ସ ବିଏପିଏଲ୍‌ ଲିମିଟେଡ୍‌ ସିପିଭିସି, ୟୁପିଭିସି, ଏସ୍‌ଡବ୍ଲ୍ୟୁଆର୍‌,ଏଗ୍ରି ପାଇପ୍‌, ପିଭିସି ଫିଟିଂ ଏବଂ ପ୍ଲାଷ୍ଟିକ୍‌ ଟାଙ୍କିର ବାର୍ଷିକ ୩୭,୫୨୦ ମେଟ୍ରିକ୍‌ ଟନ୍‌ କ୍ଷମତା ବିଶିଷ୍ଟ ଉତ୍ପାଦନ ୟୁନିଟ୍‌ ପ୍ରତିଷ୍ଠା ନିମନ୍ତେ ୪୭୯.୪୭ କୋଟି ଟଙ୍କା ବିନିଯୋଗ କରିବ। ଏହାଦ୍ୱାରା ସମ୍ବଲପୁରରେ ୧୦୦୦ ଜଣଙ୍କୁ ନିଯୁକ୍ତି ମିଳିବ। ଏହାସହ ପିଭିସି ଓ ସିପିଭିସି ପାଇପ୍‌ ଉତ୍ପାଦନ ୟୁନିଟ୍‌ ସ୍ଥାପନ ପାଇଁ ଏଚ୍‌ଆଇଏଲ୍‌ ଇଣ୍ଡିଆ ୨୫୦ କୋଟି ଟଙ୍କା ବିନିଯୋଗ କରିବ। ଏହାଦ୍ୱାରା ୨୭୫ ଲୋକଙ୍କ ପାଇଁ ନିଯୁକ୍ତି ସୁବିଧା ସୃଷ୍ଟି ହେବ। ସେହିପରି ମେଗା ଫ୍ଲେକ୍ସ ପ୍ଲାଷ୍ଟିକ୍‌ ଲିମିଟେଡ୍‌ ପ୍ଲାଷ୍ଟିକ୍‌ କଣ୍ଟେନର, ଲେନୋ ବ୍ୟାଗ୍‌, ପିପି ୱେନ୍‌ ବ୍ୟାଗ୍‌, ପିପି ୱେନ୍‌ ଫେବ୍ରିକ୍ସ ଆଣ୍ଡ କୋରଗେଟେଡ୍‌ ବକ୍ସ ପାଇଁ ୬୨.୩୮ କୋଟି ଟଙ୍କା ବିନିଯୋଗରେ ୯୬୦୦ ମେଟ୍ରିକ୍‌ ଟନ୍‌ ବାର୍ଷିକ କ୍ଷମତା ବିଶିଷ୍ଟ ଏହାର ଉତ୍ପାଦନ ୟୁନିଟ୍‌ ଖୋର୍ଦ୍ଧାରେ କରିବ। ଏହି ଉଦ୍ୟୋଗ ୩୮୨ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ସାନ୍ଧୁ ଟ୍ୟୁବ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଓ କେଏଆଇ ଷ୍ଟିଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଭଳି ଉଲ୍ଲେଖନୀୟ କମ୍ପାନୀଗୁଡ଼ିକର ପୁଞ୍ଜିନିବେଶ ଯୋଗୁ ଇସ୍ପାତ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ଯାଜପୁର ଓ ସୁନ୍ଦରଗଡ଼ ଭଳି ଅଞ୍ଚଳରେ ଏହି ଦୁଇ କମ୍ପାନୀ ପ୍ରାୟ ୧୮୮.୯୮ କୋଟି ଟଙ୍କା ନିବେଶ କରିଛନ୍ତି। ଡାଉନ୍‌ ଷ୍ଟ୍ରିମ୍‌ କ୍ଷେତ୍ରରେ ଏହି ପୁଞ୍ଜିନିବେଶ ରାଜ୍ୟର ୪୦୩ରୁ ଅଧିକ ଲୋକଙ୍କ ପାଇଁ ରୋଜଗାର ସୃଷ୍ଟି କରିବ। ବିଶେଷକରି ସମ୍ବଲପୁରରେ ଏକ ହ୍ବାଇଟ୍‌ ଫ୍ୟୁଜ୍‌ ଆଲୁମିନା ଉତ୍ପାଦନ ୟୁନିଟ୍‌ ପ୍ରତିଷ୍ଠା ପାଇଁ ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ଆଲୁମିନିୟମ କ୍ଷେତ୍ରରେ ୨୪୧.୦୫ କୋଟି ଟଙ୍କା ନିବେଶ କରିବ। ଏହି ଗୁରୁତ୍ୱପୂର୍ଣ୍ଣ ନିବେଶ ଦ୍ୱାରା ୨୧୦ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଆଇଟି ଶିଳ୍ପରେ ଅନୁଜ ଅଟୋଗ୍ରାଫ୍‌ ବିଜ୍‌ନେସ୍‌ ପାର୍କ ଖୋର୍ଦ୍ଧାରେ ୧୦୫.୩ କୋଟି ଟଙ୍କା ନିବେଶ କରିବ। ଏହାଦ୍ୱାରା ୩୦୦ ନିଯୁକ୍ତି ସମ୍ଭାବନା ସହ ଏକ ଆଇଟି ପାର୍କ ସ୍ଥାପନ କରୁଛି। କୃଷି ଶିଳ୍ପ କ୍ଷେତ୍ରରେ ଜିଜିଏଲ୍‌ ଚାଲେଟ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ କୋରାପୁଟରେ ଭେନିର(ବାର୍ଷିକ ୨,୫୦,୦୦,୦୦୦ ଏସ୍‌ କ୍ୟୁଏମ୍‌), ପ୍ଲାଇ ବୋର୍ଡ ଏବଂ ପାର୍ଟିକଲ୍‌ ବୋର୍ଡ (ବାର୍ଷିକ ୫,୦୦,୦୦୦ ଏସ୍‌କ୍ୟୁଏମ୍‌) ଏବଂ ବାୟୋମାସ୍‌ ପେଲେଟ୍‌ (୧୦,୦୦,୦୦୦ ଏମ୍‌ଟିପିଏ) ଉତ୍ପାଦନ ୟୁନିଟ୍‌ରେ ୭୦ କୋଟି ଟଙ୍କା ନିବେଶ କରିବେ। ଏ ସମସ୍ତ ୟୁନିଟ୍‌ରେ ପ୍ରାୟ ୨୯୦ ମିଳିତ ନିଯୁକ୍ତି ସୃଷ୍ଟି ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri