୩ ଜିଲାର ୮ ବ୍ଲକ ବନ୍ୟା ପ୍ରଭାବିତ: ୧୦ ହଜାର ଲୋକଙ୍କୁ…

ଭୁବନେଶ୍ୱର,୩୦ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ୩ଟି ବନ୍ୟା ପ୍ରଭାବିତ ଜିଲା ବୁଲି ଦେଖିବା ପରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସି ସବିଶେଷ ସୂଚନା ଦେଇଛନ୍ତି।

ରାଜ୍ୟର ଯେଉଁ ସ୍ଥାନରେ ବନ୍ୟା ଯୋଗୁ କ୍ଷୟକ୍ଷତି ହୋଇଛି ସେମାନଙ୍କୁ ତୁରନ୍ତ ସହୟତା ମିଳିବ। କ୍ଷୟକ୍ଷତିର ତୁରନ୍ତ ଆକଳନ କରି ରିପୋର୍ଟ ଦେବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ପାଇବା ପରେ କ୍ଷତିଗ୍ରସ୍ତ ଲୋକଙ୍କୁ ଉପଯୁକ୍ତ ସହାୟତା ଯୋଗାଇ ଦିଆଯିବ। ଘର ଭଙ୍ଗା ଏବଂ ଗୋ-ସମ୍ପଦର କ୍ଷୟକ୍ଷତି ରିପୋର୍ଟ ମଗାଯିବା ସହିତ ଯେଉଁ ଗାଁଗୁଡ଼ିକରେ ରାସ୍ତା ଖରାପ ହୋଇଯାଇଛି ସେଗୁଡିକ ତୁରନ୍ତ ମରାମତି କରି ଯୋଗାଯୋଗ ବ୍ୟବସ୍ଥା ପୁନସ୍ଥାପିତ କରାଯିବ। ପ୍ରଭାବିତ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣରେ ପଶୁଖାଦ୍ୟ ଯୋଗାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଲୋକସେବା ଭବନଠାରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ୩ ଜିଲାର ୮ଟି ବ୍ଲକର ୮୧ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ବାଲେଶ୍ୱରର ୪ଟି ବ୍ଲକ ଯଥା ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଏବଂ ଭଦ୍ରକର ଧାମନଗର ଓ ଭଣ୍ଡାରୀପୋଖରୀ ଏବଂ ଯାଜପୁରର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ। ବନ୍ୟାଦ୍ୱାରା ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।
ବର୍ତ୍ତମାନ ବିଭିନ୍ନ ନଦୀରେ ଜଳସ୍ତର କମୁଛି। ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ଓ ଜଳକା ଆଦି ନଦୀରେ ପାଣି କମିବାରେ ଲାଗିଛି। ବନ୍ୟାପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ଅଛି। କେନ୍ଦୁଝର ଏବଂ ଅନ୍ୟ କିଛି ଜିଲାରେ ବନ୍ୟା ହୋଇଥିଲେ ମଧ୍ୟ ଏହାର ବିଶେଷ ପ୍ରଭାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ଶୁଖିଲା ଖାଦ୍ୟ ଏବଂ ଆବଶ୍ୟକସ୍ଥଳେ ଗରମ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି। ଏଥିପାଇଁ ବାଲେଶ୍ୱରରେ ୧୬ଟି, ଭଦ୍ରକରେ ୧୦ଟି ଓ ଯାଜପୁରରେ ୩ଟି ଫ୍ରି କିଚିନର ବ୍ୟବସ୍ଥା କରାଯାଇଛି। ସମୁଦାୟ ପ୍ରାୟ ୧୦ ହଜାର ପ୍ରଭାବିତ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି ଏବଂ ଆଗାମୀ ୭ ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବନ୍ୟା ପରବର୍ତ୍ତୀ ସମୟରେ ଅନେକ ସମସ୍ୟା ଦେଖାଦିଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଶେଷ କରି ଡାଇରିଆ ଓ ଅନ୍ୟାନ୍ୟ ଜଳ ବାହିତ ରୋଗର ନିୟନ୍ତ୍ରଣ ପାଇ ଜଳ ଉତ୍ସ ଗୁଡିକର ବିଶୁଦ୍ଧକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ଏହାକୁ ଜାରି ରଖିବା ପାଇଁ ସ୍ଥାନୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୌଣସି ପରିସ୍ଥିତିରେ ଯେପରି ଡାଇରିଆ ରୋଗର ପ୍ରଭାବ ଦେଖା ନ ଯିବ, ସେଥିପ୍ରତି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ବୋଲି ସେ କହିଥିଲେ। ଅନେକ ସ୍ଥାନରେ ସାପ କାମୁଡା ପରି ଘଟଣା ଘଟେ ବୋଲି ପ୍ରକାଶ କରି ସେ କହିଥିଲେ, ଏଥିପାଇଁ ବ୍ୟାପକ ପରିମାଣରେ ଆଣ୍ଟିଭେନମ ଓ ଅନ୍ୟାନ୍ୟ ଆବଶ୍ୟକ ଔଷଧ ମହଜୁଦ ରଖିବା ପାଇଁ ସ୍ବାସ୍ଥ୍ୟ ବିଭାଗ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବାଲେଶ୍ବର ଜିଲାରେ ୧୭ଟି ଓଡ୍ରାଫ ଓ ୧୩ଟି ଅଗ୍ନିଶମ ସେବା ଟିମ, ଭଦ୍ରକ ଜିଲାରେ ଗୋଟିଏ ଏନ୍‌ଡିଆର୍‌ଏଫ୍‌, ଗୋଟିଏ ଓଡ୍ରାଫ ଓ ୧୩ଟି ଅଗ୍ନିଶମ ସେବା ଟିମ୍‌, ଯାଜପୁର ଜିଲାରେ ଗୋଟିଏ ଓଡ୍ରାଫ୍‌ ଓ ୧୪ଟି ଅଗ୍ନିଶମ ସେବା ଟିମ୍‌ ମୁତୟନ କରାଯାଇଛି।

ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri