୩ ଜିଲାର ୮ ବ୍ଲକ ବନ୍ୟା ପ୍ରଭାବିତ: ୧୦ ହଜାର ଲୋକଙ୍କୁ…

ଭୁବନେଶ୍ୱର,୩୦ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ୩ଟି ବନ୍ୟା ପ୍ରଭାବିତ ଜିଲା ବୁଲି ଦେଖିବା ପରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସି ସବିଶେଷ ସୂଚନା ଦେଇଛନ୍ତି।

ରାଜ୍ୟର ଯେଉଁ ସ୍ଥାନରେ ବନ୍ୟା ଯୋଗୁ କ୍ଷୟକ୍ଷତି ହୋଇଛି ସେମାନଙ୍କୁ ତୁରନ୍ତ ସହୟତା ମିଳିବ। କ୍ଷୟକ୍ଷତିର ତୁରନ୍ତ ଆକଳନ କରି ରିପୋର୍ଟ ଦେବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ପାଇବା ପରେ କ୍ଷତିଗ୍ରସ୍ତ ଲୋକଙ୍କୁ ଉପଯୁକ୍ତ ସହାୟତା ଯୋଗାଇ ଦିଆଯିବ। ଘର ଭଙ୍ଗା ଏବଂ ଗୋ-ସମ୍ପଦର କ୍ଷୟକ୍ଷତି ରିପୋର୍ଟ ମଗାଯିବା ସହିତ ଯେଉଁ ଗାଁଗୁଡ଼ିକରେ ରାସ୍ତା ଖରାପ ହୋଇଯାଇଛି ସେଗୁଡିକ ତୁରନ୍ତ ମରାମତି କରି ଯୋଗାଯୋଗ ବ୍ୟବସ୍ଥା ପୁନସ୍ଥାପିତ କରାଯିବ। ପ୍ରଭାବିତ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣରେ ପଶୁଖାଦ୍ୟ ଯୋଗାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଲୋକସେବା ଭବନଠାରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ୩ ଜିଲାର ୮ଟି ବ୍ଲକର ୮୧ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ବାଲେଶ୍ୱରର ୪ଟି ବ୍ଲକ ଯଥା ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଏବଂ ଭଦ୍ରକର ଧାମନଗର ଓ ଭଣ୍ଡାରୀପୋଖରୀ ଏବଂ ଯାଜପୁରର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ। ବନ୍ୟାଦ୍ୱାରା ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।
ବର୍ତ୍ତମାନ ବିଭିନ୍ନ ନଦୀରେ ଜଳସ୍ତର କମୁଛି। ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ଓ ଜଳକା ଆଦି ନଦୀରେ ପାଣି କମିବାରେ ଲାଗିଛି। ବନ୍ୟାପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ଅଛି। କେନ୍ଦୁଝର ଏବଂ ଅନ୍ୟ କିଛି ଜିଲାରେ ବନ୍ୟା ହୋଇଥିଲେ ମଧ୍ୟ ଏହାର ବିଶେଷ ପ୍ରଭାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ଶୁଖିଲା ଖାଦ୍ୟ ଏବଂ ଆବଶ୍ୟକସ୍ଥଳେ ଗରମ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି। ଏଥିପାଇଁ ବାଲେଶ୍ୱରରେ ୧୬ଟି, ଭଦ୍ରକରେ ୧୦ଟି ଓ ଯାଜପୁରରେ ୩ଟି ଫ୍ରି କିଚିନର ବ୍ୟବସ୍ଥା କରାଯାଇଛି। ସମୁଦାୟ ପ୍ରାୟ ୧୦ ହଜାର ପ୍ରଭାବିତ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି ଏବଂ ଆଗାମୀ ୭ ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବନ୍ୟା ପରବର୍ତ୍ତୀ ସମୟରେ ଅନେକ ସମସ୍ୟା ଦେଖାଦିଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଶେଷ କରି ଡାଇରିଆ ଓ ଅନ୍ୟାନ୍ୟ ଜଳ ବାହିତ ରୋଗର ନିୟନ୍ତ୍ରଣ ପାଇ ଜଳ ଉତ୍ସ ଗୁଡିକର ବିଶୁଦ୍ଧକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ଏହାକୁ ଜାରି ରଖିବା ପାଇଁ ସ୍ଥାନୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୌଣସି ପରିସ୍ଥିତିରେ ଯେପରି ଡାଇରିଆ ରୋଗର ପ୍ରଭାବ ଦେଖା ନ ଯିବ, ସେଥିପ୍ରତି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ବୋଲି ସେ କହିଥିଲେ। ଅନେକ ସ୍ଥାନରେ ସାପ କାମୁଡା ପରି ଘଟଣା ଘଟେ ବୋଲି ପ୍ରକାଶ କରି ସେ କହିଥିଲେ, ଏଥିପାଇଁ ବ୍ୟାପକ ପରିମାଣରେ ଆଣ୍ଟିଭେନମ ଓ ଅନ୍ୟାନ୍ୟ ଆବଶ୍ୟକ ଔଷଧ ମହଜୁଦ ରଖିବା ପାଇଁ ସ୍ବାସ୍ଥ୍ୟ ବିଭାଗ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବାଲେଶ୍ବର ଜିଲାରେ ୧୭ଟି ଓଡ୍ରାଫ ଓ ୧୩ଟି ଅଗ୍ନିଶମ ସେବା ଟିମ, ଭଦ୍ରକ ଜିଲାରେ ଗୋଟିଏ ଏନ୍‌ଡିଆର୍‌ଏଫ୍‌, ଗୋଟିଏ ଓଡ୍ରାଫ ଓ ୧୩ଟି ଅଗ୍ନିଶମ ସେବା ଟିମ୍‌, ଯାଜପୁର ଜିଲାରେ ଗୋଟିଏ ଓଡ୍ରାଫ୍‌ ଓ ୧୪ଟି ଅଗ୍ନିଶମ ସେବା ଟିମ୍‌ ମୁତୟନ କରାଯାଇଛି।

ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?