୮ ଶିଶୁଙ୍କ ଥଇଥାନ ବ୍ୟବସ୍ଥା

ଅନୁଗୋଳ ଅଫିସ, ୪।୧: ଅନୁଗୋଳ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଗୌରୀ ଶଙ୍କର ବେହେରା ସୋମବାର ଆଠମଲ୍ଲିକ ବ୍ଲକ ଗସ୍ତରେ ଯାଇ ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ୮ ଶିଶୁଙ୍କୁ ଭେଟି ଥଇଥାନ ବ୍ୟବସ୍ଥା ନିମନ୍ତେ ପଦକ୍ଷେପ ନେଇଛନ୍ତି। ଗୋଟଏ ପରିବାରର ମା’ ବାପା ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବାରୁ ସେମାନଙ୍କ ୪ ପିଲା ବୃଦ୍ଧା ଜେଜେ ମା’ଙ୍କ ନିକଟରେ ଆଶ୍ରୟ ନେଇଛନ୍ତି। ଏହି ଖବରପାଇ ଜିଲା ଶିଶୁ ସୁରକ୍ଷା ଅଧିକାରୀ ବେହେରା ଉକ୍ତ ଘରକୁ ଯାଇ ପିଲାଙ୍କୁ ଭେଟିଥିଲେ। ତେବେ ପିଲାଙ୍କ ମାଉସୀ ସେମାନଙ୍କୁ ପାଖରେ ରଖିବାକୁ ଆଗ୍ରହ ଦେଖାଇଥିଲେ। ପିଲାମାନେ ମଧ୍ୟ ଏଥିରେ ସହମତ ହୋଇଥିଲେ। ଏହି ପିଲାମାନଙ୍କୁ ସରକାରଙ୍କ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବାର ବ୍ୟବସ୍ଥା କରିଥିଲେ। ସେହିପରି ଅନ୍ୟ ୨ ପରିବାରର ୪ ଶିଶୁ ମା’ ବାପାଙ୍କୁ ହରାଇଥିବାରୁ ସେମାନଙ୍କୁ ଭେଟି ପାଠପଢ଼ା ପାଇଁ ସହାୟତା କରିବାକୁ ପଦକ୍ଷେପ ନେଇଥିଲେ। ସମସ୍ତ ପିଲା ଜାତିଗତ ପ୍ରମାଣପତ୍ର ପାଇବା ପରେ ନିକଟସ୍ଥ ଜାତି ଓ ଜନଜାତି ବିଭାଗ ଆବାସିକ ବିଦ୍ୟାଳୟରେ ସେମାନଙ୍କ ନାମ ଲେଖାଯିବ। ରାଶନ କାର୍ଡରେ ନାମ ନ ଥିବା ଶିଶୁଙ୍କର ତୁରନ୍ତ ଅନ୍ତର୍ଭୁକ୍ତ କରାଯିବାକୁ ବିଭାଗୀୟ ଅଧିକାରୀ ତଥା ସ୍ଥାନୀୟ ବିଡିଓଙ୍କ ସହ ଆଲୋଚନା କରିଥିଲେ। ବେହେରାଙ୍କ ଏହି ପରିଦର୍ଶନ ବେଳେ ଆଠମଲ୍ଲିକ ଏନ୍‌ଏସି ଅଧ୍ୟକ୍ଷା ଆଶା କୁମାରୀ ସାହୁ, କମ୍ପଲା ସରପଞ୍ଚ ସୁଧୀର ସେଠୀ, ସମିତି ସଭ୍ୟା ମାମୀ ସେଠୀ, ଆଶା ଦିଦି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା,୨୯।୩ (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri