୪ କକ୍ଷରେ ପଢ଼ୁଛନ୍ତି ୮ ଶ୍ରେଣୀର ପିଲା

ଝରିଗାଁ, ୮।୨(ସ୍ବ.ପ୍ର.): ଭିତ୍ତିଭୂମିର ଅଭାବ, ଶିକ୍ଷକ ଇଚ୍ଛା କଲେ ମଧ୍ୟ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିପାରୁନାହାନ୍ତି। ଏହା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବାଣୁଆଗୁଡ଼ା ପଞ୍ଚାୟତ କୁହୁରାକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ।
ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ୨୬୨ ଛାତ୍ରୀଛାତ୍ରଙ୍କ ପାଇଁ ରହିଛନ୍ତି ୭ଜଣ ଶିକ୍ଷୟିତ୍ରୀ ଶିକ୍ଷକ। ବିଦ୍ୟାଳୟରେ ଆବଶ୍ୟକ ଅନୁଯାୟୀ ଶ୍ରେଣୀ ଗୃହ ନାହିଁ। ୮ଟି କ୍ଲାସ୍‌ର ପିଲାଙ୍କ ପାଇଁ ରହିଛି ମାତ୍ର ୪ଟି ଶ୍ରେଣୀଗୃହ। ଫଳରେ ଗୋଟିଏ ଶ୍ରେଣୀର ପିଲାଙ୍କୁ ପଢ଼ାଇବା ସମୟରେ ଅନ୍ୟ ଶ୍ରେଣୀର ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେଉଛି। ଶିକ୍ଷକମାନେ ପିଲାଙ୍କୁ ଗୁଣାମତ୍କ ଶିକ୍ଷା ପ୍ରଦାନ କରିପାରୁନାହାନ୍ତି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଦ୍ୱାରା ୫ମ ଏସ୍‌ଏଫ୍‌ସି ଜିଆଇଏ ଯୋଜନା ସହାୟତାରେ ୩ଲକ୍ଷ ୭୫ ହଜାର ଅଟକଳ ମୂଲ୍ୟରେ ଏକ ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣ କରାଯାଇଛି। ଗୃହ କାର୍ଯ୍ୟ ଶେଷ ହେବାର ୩ମାସ ବିତିଯାଇଥିଲେ ମଧ୍ୟ ତାହା ଆଜି ପର୍ଯ୍ୟନ୍ତ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କୁ ହସ୍ତାନ୍ତର ହୋଇପାରିନାହିଁ। ଏ ନେଇ ସମ୍ପୃକ୍ତ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବିଡିଓ ସତ୍ୟନାରାୟଣ ମେହେରଙ୍କୁ ଲିଖିତ ଆବେଦନ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଉକ୍ତ ନୂତନ ଶ୍ରେଣୀଗୃହ ହସ୍ତାନ୍ତର ହୋଇପାରି ନାହିଁ। ଏନେଇ ବିଡିଓଙ୍କୁ କହିଲେ ସେ ସମ୍ପୃକ୍ତ ପଞ୍ଚାୟତ ଦାୟିତ୍ୱରେ ରହିଥିବା ବିଭାଗୀୟ ଯନ୍ତ୍ରୀଙ୍କୁ କୁହନ୍ତୁ ବୋଲି କହୁଛନ୍ତି। ସେହିପରି ବାଣୁଆଗୁଡ଼ା ପଞ୍ଚାୟତ ଦାୟିତ୍ୱରେ ଥିବା ଯନ୍ତ୍ରୀଙ୍କୁ କହିଲେ ଏହି କାର୍ଯ୍ୟ ବିଡିଓଙ୍କ ହାତରେ ରହିଥିବା ସେ କହିଛନ୍ତି। ବିଦ୍ୟାଳୟର ସମସ୍ୟା ନେଇ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅନ୍ୟା ଦାଶଙ୍କୁ ଯୋଗାଯୋଗ କରାଯିବାରୁ ସେ ସମସ୍ୟାର ସମାଧାନ ଦିଗରେ ଗୁରୁତ୍ୱ ଦେବେ ବୋଲି କହିଛନ୍ତି। ବିଦ୍ୟାଳୟ ପାଚେରି, ରୋଷେଇଗୃହ ନ ଥିବା ହେତୁ ବିଦ୍ୟାଳୟ ଭିତ୍ତିଭୂମି ଅସମ୍ପୂର୍ଣ୍ଣ ଅବସ୍ଥାରେ ପଡ଼ି ରହିଛି। ସମସ୍ୟାର ସମାଧାନ ନେଇ ସମ୍ପୃକ୍ତ ବିଭାଗ ଆବଶ୍ୟକ ପଦକ୍ଷେପ ନିଅନ୍ତୁ ବୋଲି କୁହୁରାକୋଟ ଗ୍ରାମବାସୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri