ବରଗଡ଼ରେ ଆଉ ୮ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଲା

ବରଗଡ଼ ଅଫିସ,୨୪ା୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ୭ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ଅତାବିରା ଏନ୍‌ଏସି ଅଞ୍ଚଳର ୩ ସ୍ଥାନୀୟ ଆକ୍ରାନ୍ତ ରହିଥିବାବେଳେ ଭେଡେନ୍‌ ବ୍ଲକ ଅନ୍ତର୍ଗତ ରେଶମର ଜଣେ, ସାଲେପାଲିର ୨ଜଣ, ଅତାବିରା ବ୍ଲକ ଗୋଡ଼ଭଗା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମସି)ର ଜଣେ ପଶ୍ଚିମବଙ୍ଗ ଫେରନ୍ତା ଏବଂ ବିଜେପୁର ଏନ୍‌ଏସିର ଜଣେ ହାଇଦ୍ରାବାଦ ଫେରନ୍ତା ରହିଛନ୍ତି। ଆକ୍ରାନ୍ତମାନଙ୍କୁ ଚିକିତ୍ସା ପାଇଁ ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ଆକ୍ରାନ୍ତ ଚିହ୍ନଟ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇଛି।
ସୂଚନାଯୋଗ୍ୟ, ଜିଲାରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଚିହ୍ନଟ ହୋଇଥିବା ୩୩୨ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୭ ଜଣ ଚିକିତ୍ସିତ ହେଉଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri