୮ କରୋନା ଯୋଦ୍ଧା ସମ୍ବର୍ଦ୍ଧିତ

ରାୟଗଡ଼ା ଅଫିସ,୧୫ା୮: ରାୟଗଡ଼ାରେ ଜିଲାସ୍ତରୀୟ ୭୪ ତମ ସ୍ବାଧୀନତା ଦିବସ ସ୍ଥାନୀୟ ଜିିସିଡି ପଡ଼ିଆଠାରେ ଶନିବାର ନିରାଡମ୍ବର ଭାବେ ପାଳିତ ହୋଇଯାଇଛି। ଏଥିରେ ଦକ୍ଷତା ବିକାଶ ବୈଷୟିକ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଅବିଭକ୍ତ କୋରାପୁଟ ଜିଲା ଜିଲାର ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଅତୁଳନୀୟ। ଏହି ଅବସରରେ ୮ ଜଣ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ପ୍ରମୋଦ କୁମାର ବେହେରା, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା, ପିଡି ଅମୃତ ଋତୁରାଜ, ଏସ୍‌ପି ଶ୍ରବଣ ବିବେକ ଏମ୍‌ଙ୍କ ସମେତ ଅନ୍ୟ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।