ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ ନିବାସରୁ ଡକରା ଯାଇଥିଲା।

ତେବେ ପୂର୍ବରୁ ଏହା ମଧ୍ୟ ଚର୍ଚ୍ଚା ହେଉଥିଲା କି ୧୪ କର୍ପୋରେଟର ଦଳ ଛାଡ଼ିପାରନ୍ତି । ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା କୁହାଯାଉଥିଲା। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ ମଧ୍ୟ କରିଥିଲେ।

ସୂଚନା ଯୋଗ୍ୟ, ସୋମବାର କଟକ ମହାନଗର ବିଜୁ ଜନତା ଦଳ ପକ୍ଷରୁ ସ୍ଥାନିୟ ମାଛୁଆ ବଜାର ଛକରେ ରାଜ୍ୟ ସଭା କ୍ରସ ଭୋଟିଂକୁ ନେଇ ପ୍ରତିବାଦ କରାଯାଇଥିଲା। ରାଜ୍ୟ ସଭାରେ କଟକର ତିନି ବିଧାୟକଙ୍କ କ୍ରସ ଭୋଟିଂକୁ ବିରୋଧ କରି ଏହି ପ୍ରତିବାଦ ହୋଇଥିଲା। ବିଜୁ ଜନତା ଦଳ ରାଜ୍ୟ କୋଷାଧ୍ୟକ୍ଷ ତଥା କଟକ ମେୟର ସୁବାସ ସିଂ ଓ କଟକ ଜିଲା ବିଜେଡି ସଭାପତି ପ୍ରଫୁଲ୍ଲ ସିଂଙ୍କ ନେତୃତ୍ୱରେ ଏହି ପ୍ରତିବାଦ କରାଯାଇଥିଲା। ଏଥିରେ ବିଜେଡିର ବହୁ କର୍ମୀ ଉପସ୍ଥିତ ଥିଲେ। ଏଥିରେ ବାଙ୍କି ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ , ଚୌଦାର କଟକ ବିଧାୟକ ସୌଭିକ ବିଶ୍ୱାଳ ଓ ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋଶଙ୍କ ବିରୁଦ୍ଧରେ ନାରାବାଜି ସହ ତିନି ଜଣଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା। ତେବେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଓ ବିଧାୟକ ସୌଭିକ ବିଶ୍ୱାଳଙ୍କ ସପକ୍ଷରେ କିଛି ସ୍ଥାନୀୟ ଲୋକ କୁଶ ପୁତ୍ତଳିକା ଦାହକୁ ବିରୋଧ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri