୮ କୋଟିର ରାସ୍ତା ୩ ମାସରେ ଫାଟିଗଲା

ବଇଣ୍ଡା,୨।୭(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଜରପଡାଠାରୁ ମନ୍ଦରବାହାଳ ଗ୍ରାମକୁ ସଂଯୋଗୀକରଣ ପାଇଁ ନିର୍ମାଣ ହୋଇଥିବା ପିଚୁ ରାସ୍ତା ଫାଟି ଅଁା କରିଛି। ୮ କୋଟି ଟଙ୍କା ବ୍ୟୟରେ ହୋଇଥିବା ଏହି ରାସ୍ତା ମାତ୍ର ୩ ମାସ ନ ଯାଉଣୁ ଫାଟିଯବା ଅଞ୍ଚଳବାସୀଙ୍କୁ ଆଶ୍ଚର୍ଯ୍ୟ କରିଛି। ନିମ୍ନମାନର କାର୍ଯ୍ୟ ହୋଇଥିବାରୁ ରାସ୍ତା ଅବସ୍ଥା ଏପରି ହୋଇଥିବା ଜରପଡା ଗ୍ରାମବାସୀ ଶୁକ୍ରବାର ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି।
ଗ୍ରାମବାସୀ ଦର୍ଶାଇଛନ୍ତି, ଜରପଡାରୁ ମନ୍ଦରବାହାଳ ପର୍ଯ୍ୟନ୍ତ ଥିବା ମାଟି ରାସ୍ତାକୁ ପିଚୁରେ ପରିଣତ କରିବା ପାଇଁ ଅଞ୍ଚଳବାସୀ ବହୁବାର ସରକାରଙ୍କଠାରେ ଦାବି କରିଥିଲେ। ପରେ ସରକାର ଉକ୍ତ ୯ କି.ମି. ରାସ୍ତାକୁ ପୂର୍ତ୍ତ ବିଭାଗ ଅଧୀନକୁ ଆଣି ପିଚୁ କରିବାକୁ ୮ କୋଟି ଟଙ୍କା ବ୍ୟୟ ବରାଦ କରିଥିଲେ। ୨୦୨୧ ମସିହାରୁ ଉକ୍ତ ରାସ୍ତା କାର୍ଯ୍ୟ ଆରମ୍ଭ ହୋଇ ୨୩ ମାର୍ଚ୍ଚ ୨୦୨୩ରେ ଶେଷ ହୋଇଥିଲା। ଏପ୍ରିଲ ପ୍ରଥମ ସପ୍ତାହରେ ଉକ୍ତ ରାସ୍ତାରେ ଗାଡି ଯାତାୟାତ କରିଥିଲା। ହେଲେ କାମ ସରିବାର ୩ ମାସ ନ ପୂରୁଣୁ ରାସ୍ତାର ଅନେକ ସ୍ଥାନ ଫାଟି ଆଁ କରିଛି। ଜରପଡାଠାରୁ ୧୦୦ ମିଟର ଦୂରରେ ଏହି ରାସ୍ତା ଫାଟି ଯାଇଥିବାବେଳେ ନିର୍ମାଣକୁ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି। ବିଭାଗୀୟ ଅଧିକାରୀ ଓ ଠିକାସଂସ୍ଥା ମଧ୍ୟରେ ସଲାସୁତରା ଯୋଗୁ ରାସ୍ତା କାମ ଏଭଳି ହୋଇଥିବା ଜରପଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେହିପରି ବିଭାଗୀୟ ଅଧିକାରୀମାନେ ନିର୍ମାଣ ବେଳେ ଆବଶ୍ୟକ ତଦାରଖ କରି ନ ଥିବାରୁ ଏଭଳି ନିମ୍ନମାନର କାମ କରାଯାଇଥିବା ମନ୍ଦରବାହାଳ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ଉକ୍ତ ନିର୍ମାଣ କାମର ଭିଜିଲାନ୍ସ ତଦନ୍ତ କରିବା ପାଇଁ ମନ୍ଦରବାହାଳ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ପୂର୍ତ୍ତ ବିଭାଗ କନିଷ୍ଠଯନ୍ତ୍ରୀ କାଶୀନାଥ ମଲିକ କହିଛନ୍ତି, ଘଟଣାର ତଦାରଖ କରିବା ସହ ସମସ୍ୟା ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri