ଜୀବନ ସହ ସଂଗ୍ରାମ କରୁଛି ୮ ଦିନର ଶିଶୁକନ୍ୟା

ବାଲେଶ୍ୱର ଅଫିସ, ୩ା୨: ବାଲେଶ୍ୱର ସହରସ୍ଥିତ କରଞ୍ଜିଆ ଅଞ୍ଚଳର ମୂରଲୀଧର ପାଣିଗ୍ରାହୀଙ୍କ ସ୍ତ୍ରୀ ସୁଚିସ୍ମିତା ଗତ ଜାନୁୟାରୀ ୨୬ତାରିଖରେ ଏକ ଘରୋଇ ଡାକ୍ତରଖାନାରେ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ। ଜନ୍ମ ହେବାର ଦୁଇ ଘଣ୍ଟା ପରେ ଶିଶୁକନ୍ୟାଟି ରକ୍ତବାନ୍ତି କରିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ଶିଶୁକନ୍ୟାକୁ କଟକ ଶିଶୁଭବନକୁ ପଠାଇ ଦେଇଥିଲେ। ସେଠାରେ ବେଡ୍‌ ନ ମିଳିବାରୁ ପରିବାର ଲୋକେ ବାଧ୍ୟ ହୋଇ ଏକ ଘରୋଇ ଡାକ୍ତରଖାନାରେ ଶିଶୁକନ୍ୟାକୁ ଭର୍ତ୍ତି କରି ଚିକିତ୍ସା କରୁଛନ୍ତି। ଇତିମଧ୍ୟରେ ମା’ବାପା ୧ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରିସାରିଥିବା ବେଳେ ଶିଶୁକନ୍ୟା ରୋଗମୁକ୍ତ ହେବା ପାଇଁ ଲକ୍ଷାଧିକ ଟଙ୍କା ଆବଶ୍ୟକ ବୋଲି ଡାକ୍ତରଙ୍କ ପକ୍ଷରୁ କୁହାଯାଇଥିବା ମା’ ସୁଚିସ୍ମିତା କହିଛନ୍ତି।
ମୂରଲୀଧର ଏକ ଘରୋଇ ଶିକ୍ଷାନୁଷ୍ଠାନରେ କର୍ମଚାରୀ ଭାବେ କାର୍ଯ୍ୟରତ ଥିବା ବେଳେ ମା’ ସୁଚିସ୍ମିତା ଜଣେ ଗୃହିଣୀ। ମୂରଲୀଧରଙ୍କ ସ୍ବଳ୍ପ ଆୟରେ ପରିବାର ଚଳେ। ହଠାତ୍‌ ଝିଅର ଏଭଳି ରୋଗ ଦେଖାଦେବାରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ଓ ଅଧିକ ଟଙ୍କା ଆବଶ୍ୟକ ଥିବାରୁ ସେ ଭାଙ୍ଗିପଡ଼ିଛନ୍ତି। ଏପରି ପରିସ୍ଥିତିରେ ପରିବାର ଲୋକେ ଶିଶୁକନ୍ୟାର ଚିକିତ୍ସା ପାଇଁ ଅନୁରୋଧ କରି ସହାୟତା ଲୋଡ଼ିଛନ୍ତି। ସହାୟତା ପାଇଁ ଏହି ମୋବାଇଲ ନମ୍ବର ୮୧୧୭୦୦୪୭୫୭/ ୯୪୩୯୬୫୭୫୬୧ରେ ଯୋଗାଯୋଗ କରିବାକୁ ପରିବାର ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?