ଜୀବନ ସହ ସଂଗ୍ରାମ କରୁଛି ୮ ଦିନର ଶିଶୁକନ୍ୟା

ବାଲେଶ୍ୱର ଅଫିସ, ୩ା୨: ବାଲେଶ୍ୱର ସହରସ୍ଥିତ କରଞ୍ଜିଆ ଅଞ୍ଚଳର ମୂରଲୀଧର ପାଣିଗ୍ରାହୀଙ୍କ ସ୍ତ୍ରୀ ସୁଚିସ୍ମିତା ଗତ ଜାନୁୟାରୀ ୨୬ତାରିଖରେ ଏକ ଘରୋଇ ଡାକ୍ତରଖାନାରେ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ। ଜନ୍ମ ହେବାର ଦୁଇ ଘଣ୍ଟା ପରେ ଶିଶୁକନ୍ୟାଟି ରକ୍ତବାନ୍ତି କରିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ଶିଶୁକନ୍ୟାକୁ କଟକ ଶିଶୁଭବନକୁ ପଠାଇ ଦେଇଥିଲେ। ସେଠାରେ ବେଡ୍‌ ନ ମିଳିବାରୁ ପରିବାର ଲୋକେ ବାଧ୍ୟ ହୋଇ ଏକ ଘରୋଇ ଡାକ୍ତରଖାନାରେ ଶିଶୁକନ୍ୟାକୁ ଭର୍ତ୍ତି କରି ଚିକିତ୍ସା କରୁଛନ୍ତି। ଇତିମଧ୍ୟରେ ମା’ବାପା ୧ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରିସାରିଥିବା ବେଳେ ଶିଶୁକନ୍ୟା ରୋଗମୁକ୍ତ ହେବା ପାଇଁ ଲକ୍ଷାଧିକ ଟଙ୍କା ଆବଶ୍ୟକ ବୋଲି ଡାକ୍ତରଙ୍କ ପକ୍ଷରୁ କୁହାଯାଇଥିବା ମା’ ସୁଚିସ୍ମିତା କହିଛନ୍ତି।
ମୂରଲୀଧର ଏକ ଘରୋଇ ଶିକ୍ଷାନୁଷ୍ଠାନରେ କର୍ମଚାରୀ ଭାବେ କାର୍ଯ୍ୟରତ ଥିବା ବେଳେ ମା’ ସୁଚିସ୍ମିତା ଜଣେ ଗୃହିଣୀ। ମୂରଲୀଧରଙ୍କ ସ୍ବଳ୍ପ ଆୟରେ ପରିବାର ଚଳେ। ହଠାତ୍‌ ଝିଅର ଏଭଳି ରୋଗ ଦେଖାଦେବାରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ଓ ଅଧିକ ଟଙ୍କା ଆବଶ୍ୟକ ଥିବାରୁ ସେ ଭାଙ୍ଗିପଡ଼ିଛନ୍ତି। ଏପରି ପରିସ୍ଥିତିରେ ପରିବାର ଲୋକେ ଶିଶୁକନ୍ୟାର ଚିକିତ୍ସା ପାଇଁ ଅନୁରୋଧ କରି ସହାୟତା ଲୋଡ଼ିଛନ୍ତି। ସହାୟତା ପାଇଁ ଏହି ମୋବାଇଲ ନମ୍ବର ୮୧୧୭୦୦୪୭୫୭/ ୯୪୩୯୬୫୭୫୬୧ରେ ଯୋଗାଯୋଗ କରିବାକୁ ପରିବାର ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri